୪୫ହଜାର ପିଲା କାହିଁକି ଅନୁପସ୍ଥିତ ରହିଲେ ତାହା ସେମାନେ ହିଁ କହିବେ : ମନ୍ତ୍ରୀ

କଟକ ଅଫିସ,୭ା୭: ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୪୫,୦୯୧ ଛାତ୍ରୀଛାତ୍ର ଅନୁପସ୍ଥିତ ରହିଥିଲେ। ତେବେ କାହିଁକି ଅନୁପସ୍ଥିତ ରହିଲେ, ତାହା କେବଳ ସେମାନେ ହିଁ କହିପାରିବେ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ା ବୁଧବାର ୨୦୨୧-୨୨ ଶିକ୍ଷାବର୍ଷର ପରୀକ୍ଷା ଫଳ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ପ୍ରକାଶ ପାଇଛି। ଚଳିତ ବର୍ଷ ପାସ୍‌ ହାର ୯୦.୫୫ ପ୍ରତିଶତ ରହିଛି ା ପରୀକ୍ଷା ପାଇଁ ସମୁଦାୟ ୫ ଲକ୍ଷ, ୭୧ ହଜାର ୯୦୯ ଜଣ ପରୀକ୍ଷାର୍ଥତ୍ ଫର୍ମପୂରଣ କରିଥିଲେ। ଆଉ ସେଥିରୁ ୪୫ ହଜାର ୯୧ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇ ନାହାନ୍ତି ବୋଲି ମନ୍ତ୍ରୀ ଦାଶ କହିଛନ୍ତି। ମୟୂରଭଞ୍ଜ ଜିଲାରୁ ସର୍ବାଧିକ ୪,୪୯୪ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଛନ୍ତି। ସେହିପରି ଦ୍ୱିତୀୟରେ ଗଞ୍ଜାମରେ ୩,୩୩୨, ତୃତୀୟରେ ବଲାଙ୍ଗୀରରେ ୩,୨୧୮, ଚତୁର୍ଥରେ ବାଲେଶ୍ୱରରେ ୨,୮୦୩ ଏବଂ ପଞ୍ଚମରେ କେନ୍ଦୁଝରରେ ୨,୭୨୦ ପିଲା ରହିଛନ୍ତି। ହେଲେ ଏତେ ସଂଖ୍ୟକ ପିଲା କାହିଁକି ପରୀକ୍ଷା ଦେଇ ନାହାନ୍ତି ସେ ନେଇ କୌଣସି ଉତ୍ତର ଦେବାକୁ ମନ୍ତ୍ରୀ ମନା କରିଦେଇଛନ୍ତି।
ସୂଚନାଥାଉକି ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ସରିବା ପରେ ପ୍ରକୃତ କେତେ ସଂଖ୍ୟକ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ ସେ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା। ଅଧିକ ସଂଖ୍ୟକ ଛାତ୍ରୀଛାତ୍ର ଅନୁପସ୍ଥିତ ଥିବା ନେଇ ଚର୍ଚ୍ଚା ଜୋର ଧରିଥିବାବେଳେ ପ୍ରକୃତ ତଥ୍ୟ ଆମ ନିକଟରେ ନାହିଁ ବୋଲି କହି ବୋର୍ଡ ଏହାକୁ ଏଡ଼ାଇ ଦେଇଥିଲା। ଏପରି କି ପରୀକ୍ଷା ଫଳ ବାହାରିବା ଦିନ ପ୍ରକୃତ ସଂଖ୍ୟା ଜଣା ପଡ଼ିବ ବୋଲି ବୋର୍ଡ ପକ୍ଷରୁ ପରେ କୁହାଯାଇଥିଲା। ତେବେ ଫଳ ବାହାରିବା ପରେ ପ୍ରାୟ ୪୦ ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର କାହିଁକି ଅନୁପସ୍ଥିତ ରହିଲେ ସେନେଇ ମନ୍ତ୍ରୀ କୌଣସି ମନ୍ତବ୍ୟ ଦେବାକୁ ମନା କରିବା ସହ ଏହି ପ୍ରଶ୍ନର ଉତ୍ତର ଏଠାରେ ଦେବାର ଆବଶ୍ୟକତା ନାହିଁ ବୋଲି କହିଥିଲେ। ତେବେ ଦୁଇ ବର୍ଷ ହେବ କୋଭିଡ୍‌ କାରଣରୁ ଅନେକ ପିଲା ଶିକ୍ଷା ଛାଡ଼ି ଅନେକ କାର୍ଯ୍ୟରେ ନିୟୋଜିତ ହେବା ସହ ଅନେକ ଦାଦନ ଖଟିବାକୁ ଚାଲିଯାଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ନବୀନ ନିବାସରେ କଟକ-ଚୌଦ୍ୱାରର ୮ କର୍ପୋରେଟର: ଡକରା ପରେ…

ଭୁବନେଶ୍ୱର,୩୦।୩: ନବୀନ ନିବାସରେ ପହଞ୍ଚିଛନ୍ତି କଟକ-ଚୌଦ୍ୱାରର ୮ କର୍ପୋରେଟର। ପ୍ରତାପ ଜେନାଙ୍କ ନେତୃତ୍ୱରେ ନବୀନ ନିବାସରେ ପହଞ୍ଚିଥିବା ସୂଚନା ମିଳିଛି। କଟକ ରାଜନୀତି ସରଗରମକୁ ନେଇ ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri