Posted inଫୁରସତ

ସଚେତନତା ହିଁ ପ୍ରକୃତ ନିଦାନ

କୌଣସି ସ୍ବାସ୍ଥ୍ୟ ସମସ୍ୟା ପୂର୍ବରୁ ଏନେଇ ସଚେତନତା ସୃଷ୍ଟି ଦ୍ୱାରା ବହୁ ଅସୁବିଧାରୁ ଦୂରେଇ ହୋଇ ରହିବା ସମ୍ଭବ ହୋଇଥାଏ। ଥାଲାସେମିଆ ଭଳି ଜିନ୍‌ଗତ ରକ୍ତ ସମସ୍ୟା ପ୍ରତି ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ମେ’ ୮ରେ ବିଶ୍ୱ ଥାଲାସେମିଆ ଦିବସ ପାଳିିତ ହୋଇଥାଏ। ଏହି ରୋଗରେ ଶରୀରରେ ଥିବା ରକ୍ତରେ ଯଥେଷ୍ଟ ହେମୋଗ୍ଲୋବିନ ସୃଷ୍ଟି କରିବାରେ ସମ୍ଭବ ହୋଇ ନଥାଏ। ଫଳସ୍ବରୂପ ଲାଲ ରକ୍ତକଣିକା ଦୁର୍ବଳ ହୋଇଯାଏ। ସାଧାରଣତଃ ଦୁଇ ପ୍ରକାରର ଥାଲାସେମିଆ ସମସ୍ୟା ରହିଛି। ଏହାକୁ ଆଲ୍‌ଫା ଏବଂ ବିଟା ଭାବେ ନାମିତ କରାଯାଇଛି। ଏହି ସମସ୍ୟା ଯୋଗୁ ରକ୍ତହୀନତା, ନିଃଶ୍ୱାସପ୍ରଶ୍ୱାସ ନେବାରେ ଅସୁବିଧା, ଅତ୍ୟଧିକ ଥକା ଏବଂ ଅନିୟମିତ ହୃଦ୍‌ସ୍ପନ୍ଦନ ହୋଇଥାଏ। ଏହି ରୋଗ ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ଏହାର ମୁକାବିଲା ପାଇଁ ରୋଗୀ, ସେମାନଙ୍କ ପରିବାର ଏବଂ ସ୍ବାସ୍ଥ୍ୟସେବା କର୍ମଚାରୀଙ୍କୁ ସହାୟତା କରିବା ସକାଶେ ବିଶ୍ୱ ଥାଲାସେମିଆ ଦିବସ ପାଳନର ଲକ୍ଷ୍ୟ ରଖାଯାଇଥାଏ। ୧୯୯୪ରେ ଥାଲାସେମିଆ ଇଣ୍ଟରନ୍ୟାଶନାଲ ଫେଡେରେଶନ (ଟିଆଇଏଫ୍‌) ଦ୍ୱାରା ପ୍ରତିଷ୍ଠାତା ପାନୋସ ଏଙ୍ଗଲେଜୋସଙ୍କ ପୁଅ ଜର୍ଜ ଏଙ୍ଗଲେଜୋସଙ୍କ ସ୍ମୃତିରେ ଏହି ଦିବସ ପାଳନ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ୱେବ୍‌ସାଇଟ ଅନୁସାରେ ପ୍ରତିବର୍ଷ ଭାରତରେ ଥାଲାସେମିଆ ସମସ୍ୟା ସହ ପ୍ରାୟ ୧୦ରୁ ୧୫ ହଜାର ଶିଶୁ ଜନ୍ମ ହୁଅନ୍ତି। ବିଶ୍ୱସ୍ତରରେ ପ୍ରତିବର୍ଷ ଏଭଳି ସମସ୍ୟା ଥିବା ପିଲାଙ୍କ ସଂଖ୍ୟା ପ୍ରାୟ ୩ ଲକ୍ଷରୁ ୫ ଲକ୍ଷ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଲେ ୨ ଛାତ୍ରୀ: ଚାରିଆଡ଼ୁ ଶୁଭେଚ୍ଛା

ଭବାନୀପାଟଣା,୩୧ା୩(ଉତ୍ତମ କୁମାର ଦାଶ):ମାଇଁ ଭାରତ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୂଲ୍ୟରେ ବିକଶିତ ଭାରତ ଯୁବ ପାର୍ଲାମେଣ୍ଟ ପାଇଁ କଳାହାଣ୍ଡି ଜିଲାରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ…

ଏପ୍ରିଲରେ ଏହି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଆସୁଛି ଭଲ ସମୟ, ମାଲାମାଲ୍ ହେବେ….

ଏପ୍ରିଲ ମାସ ଚାରୋଟି ନିର୍ଦ୍ଦିଷ୍ଟ ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଅତ୍ୟନ୍ତ ଶୁଭ ସାବ୍ୟସ୍ତ ହେବାକୁ ଯାଉଛି। ଏହି ରାଶିଗୁଡ଼ିକ ପ୍ରତ୍ୟେକ ପ୍ରୟାସରେ ସଫଳତା ହାସଲ କରିବେ। ବିଶେଷକରି,…

ଯୁଦ୍ଧ ମଧ୍ୟରେ କାହିଁକି ଭାଇରାଲ ହେଲା ଟ୍ରମ୍ପଙ୍କ ପୁରୁଣା ବୟାନ? ଜାଣନ୍ତୁ କ’ଣ କହିଛନ୍ତି ସବୁଠାରୁ ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି

ଓ୍ବାଶିଂଟନ,୩୧।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ୧୯୮୭ ମସିହାର ଏକ ପୁରୁଣା ସାକ୍ଷାତକାର ଶେୟାର କରିଛନ୍ତି, ଯେଉଁଥିରେ ସେ ଇରାନ ସମ୍ପର୍କରେ ଅତ୍ୟନ୍ତ ଆକ୍ରମଣାତ୍ମକ…

୪ ବର୍ଷ ହେଲା ସରୁନାହିଁ ପାନୀୟଜଳ ପ୍ରକଳ୍ପ କାମ: ପାଣି ପାଇଁ ଡହଳବିକଳ ଗ୍ରାମବାସୀ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଭରସୁଜା ପଞ୍ଚାୟତ ପିପିଲିପାଲିରେ ପୋଖରୀ, ନାଲା ଶୁଖିଲା ପଡିଛି। ଏପରି ଗ୍ରାମର ନଳକୂପରୁ ପାଣି ବାହାରୁ ନାହିଁ। ଏଭଳି ପରିସ୍ଥିତିରେ…

ସରକାରୀ ବସ୍‌ଷ୍ଟାଣ୍ଡ୍‌, ମିଳୁନି ମୌଳିକ ସେବା: ଯାତ୍ରୀ ହଟହଟା

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକଶିତ ହେଉଛି। ରାସ୍ତାଘାଟ ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଡ୍ରେନ୍‌ ନିର୍ମାଣ କରାଯାଉଛି। ଏଥିପାଇଁ ଅନେକ ଗରିବ ଖଟିଖିଆ ଲୋକଙ୍କୁ ସେମାନଙ୍କ ଉଠା…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri