ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ବଟେଶ୍ୱର ମନ୍ଦିର ପରିଚାଳନା କମିଟିକୁ ନେଇ ଜଙ୍ଗଲ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ଏସି ଏଫ ଦିବ୍ୟ ଶଙ୍କର ବେହେରା, ପୂର୍ବତନ ସରପଞ୍ଚ ତଥା ବଟେଶ୍ୱର ମନ୍ଦିର ପରିଚାଳନା କମିଟି ଉପଦେଷ୍ଟା ଦିଲୀପ ଛୋଟରାୟ, କାର୍ଯ୍ୟକାରୀ ସଭାପତି ଶିବ ପ୍ରସାଦ ସ୍ୱାଇଁଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା । ସମ୍ପାଦକ ରଂଜିତ ପଲାଇ, ପବିତ୍ର ସ୍ୱାଇଁ, ପ୍ରମୁଖ ସୁରକ୍ଷା କୁ ନେଇ ଆଲୋଚନା କରିଥିଲେ ।

ଗଣ ଅଣ୍ଡାଦାନ ପ୍ରକ୍ରିୟା ସମୟରେ ବଟେଶ୍ୱର ମନ୍ଦିରକୁ ଆସୁଥିବା ପର୍ଯ୍ୟଟକମାନେ ସମୁଦ୍ର ଉପକୂଳ ଯିବାରୁ ବଞ୍ଚିତ ହେଉଥିଲେ । ବର୍ତ୍ତମାନ କମିଟି ଏବଂ ଜଙ୍ଗଲ ପରିବେଶ ବିଭାଗର ମିଳିତ ଭାବେ ଆଲୋଚନା ପରେ ସେହି ସମୟରେ ସ୍ୱତନ୍ତ୍ର କିଛି ରାସ୍ତା କରାଯାଇ ଆବଶ୍ୟକ ସ୍ଥଳେ ପର୍ଯ୍ୟଟକକୁ ଛଡ଼ାଯିବ ବୋଲି ନିଷ୍ପତି ନିଆଯାଇଥିଲା । ଆଗାମୀ ଦିନରେ ଏହି ପୀଠକୁ ପ୍ଲାଷ୍ଟିକ ମୁକ୍ତ ଅଞ୍ଚଳ କରିବାକୁ ମଧ୍ୟ୍ୟ ନିଷ୍ପତି ନିଆଯାଇଛି ।

ଗଣ ଅଣ୍ଡା ଦାନ ଠାରୁ କଇଁଛଙ୍କ ଛୁଆ ଫୁଟିବା ପର୍ଯ୍ୟନ୍ତ କମିଟି ପକ୍ଷରୁ କଇଁଛ ଙ୍କ ସୁରକ୍ଷା ପାଇଁ କିଛି ସ୍ବେଛାସେବୀ ଙ୍କୁ ଦିଆଯିବା ନେଇ ଆଲୋଚନା ହୋଇଥିଲା । ଏହି ବୈଠକରେ ୬ ଖଣ୍ଡ ଗ୍ରାମର ଯଥା କଣ୍ଟିଆ ଗଡ଼, ଖଟୁଆ କୁଦା, ନୀଳାଦ୍ରୀ ପୁର, ମୟୁର ପଦା, ପୋଡେମୋ ପେଟା, ଗୋଖର କୁଦା ପ୍ରଭୃତି ଗ୍ରାମର ବୃନ୍ଦାବନ ପ୍ରଧାନ,ସାମ୍ବାଦିକ ଶବର ତରାଇ, ଶିବରାମ ପଲାଇ,ନିରାକାର ଜେନା, ଦୁର୍ଯ୍ୟୋଧନ ପ୍ରଧାନ, ଯୋଗି ଛଟେଇ, ପୀତବାସ ବେହେରା, ନରସିଂହ ରେଡି, କୃଷ୍ଣ ରେଡି, ତ୍ରିନାଥ ସାହୁ, ଲୋକନାଥ ତରାଇ, ସୀମା ବାରିକ, ସତ୍ୟ ସାହୁ,ଶିବରାମ ସ୍ୱାଇଁ ସମେତ ଅନ୍ୟମାନେ ଉପସ୍ଥିତ ରହିଥିଲେ । ସେହିପରି ଜଙ୍ଗଲ ଓ ପରିବେଶ ପକ୍ଷରୁ ଡି ପ୍ରଶାନ୍ତ ରାଓ, ସୁଧାକର ପାଣିଗ୍ରାହୀ, ଫରେଷ୍ଟର ତପନ ନନ୍ଦ ପ୍ରମୁଖ ପରିଚାଳନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri