ଥୁଆମୂଳ ରାମପୁରରେ ପକ୍ସୋ ଆଇନ ଓ ପୀଡ଼ିତା କ୍ଷତିପୂରଣ ଉପରେ ସଚେତନତା କାର୍ଯ୍ୟକ୍ରମ

ଥୁଆମୂଳ ରାମପୁର, ୩।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସ୍ଥିତ ଗ୍ରାମ ବିକାଶ ଶିକ୍ଷା ନିକେତନ ପରିସରରେ ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଗୁରୁବାର ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପକ୍ସୋ ଆଇନ ଏବଂ ନାଲସା ପିଡ଼ିତା କ୍ଷତିପୂରଣ ଯୋଜନା-୨୦୧୮ ଉପରେ ଆଲୋକପାତ କରାଯାଇଥିଲା। ଏହି ଶିବିରରେ ମୁଖ୍ୟ ଅତିଥି ଭାବେ ଥୁଆମୂଳ ରାମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ମାନ୍ୟବର ତାରିଣୀ ପ୍ରସାଦ ସାହୁ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ସେ ନିଜ ଅଭିଭାଷଣରେ ଛାତ୍ରୀଛାତ୍ର ଓ ଉପସ୍ଥିତ ସମସ୍ତଙ୍କୁ ପକ୍ସୋ ଆଇନର ବିଭିନ୍ନ ଦିଗ ଏବଂ ଯୌନ ନିର୍ଯାତନାରୁ ଶିଶୁମାନଙ୍କ ସୁରକ୍ଷା ସମ୍ପର୍କରେ ବିସ୍ତୃତ ଭାବେ ବୁଝାଇଥିଲେ। ଏହି ଅବସରରେ ଭିଡିଓ ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କୁ ‘ଗୁଡ ଟଚ’ (ଭଲ ସ୍ପର୍ଶ) ଓ ‘ବ୍ୟାଡ ଟଚ’ (ଖରାପ ସ୍ପର୍ଶ) ବିଷୟରେ ମଧ୍ୟ ସଚେତନ କରାଯାଇଥିଲା। ସମ୍ମାନିତ ଅତିଥି ଭାବେ ସରକାରୀ ଓକିଲ ସୁଧାଂଶୁ ନାଏକ, ଆଡଭୋକେଟ ମନୋରଞ୍ଜନ ନାଏକ ଏବଂ ‘କର୍ତ୍ତବ୍ୟ’ ଅନୁଷ୍ଠାନର ପ୍ରୋଗ୍ରାମ କୋ-ଅର୍ଡିନେଟର ସୁଦର୍ଶନ ନାଏକ ଯୋଗଦେଇ ଆଇନର ଗୁରୁତ୍ୱ ଏବଂ ପିଡ଼ିତା କ୍ଷତିପୂରଣ ଯୋଜନା ମାଧ୍ୟମରେ ମିଳୁଥିବା ସୁବିଧା ସୁଯୋଗ ସମ୍ପର୍କରେ ଆଲୋଚନା କରିଥିଲେ। ଗ୍ରାମ ବିକାଶ ଶିକ୍ଷା ନିକେତନର ପ୍ରଧାନ ଶିକ୍ଷକ ଆଦର୍ଶା ମହାନ୍ତି, ପ୍ରଧାନ ଶିକ୍ଷୟତ୍ରୀ ପ୍ରଭାସୀନି ଦାସ, ଶିକ୍ଷକ ନୀଳମାଧବ ପାଢ଼ୀ ଓ ନାରାୟଣ ଆଡ୍ବଙ୍ଗ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କୋର୍ଟର ହେଡ କ୍ଲର୍କ ଅଶୋକ ସାହୁ, ଜୁନିୟର କ୍ଲର୍କ ଜିମି ବେହେରା ଏବଂ ଅଜିତ ନେଗୀ କାର୍ଯ୍ୟକ୍ରମ ଆୟୋଜନ ଓ ସଂଯୋଜନାରେ ସକ୍ରିୟ ସହଯୋଗ କରିଥିଲେ। ଏହି ଶିବିରରେ ବିଦ୍ୟାଳୟର ବହୁ ସଂଖ୍ୟାରେ ଛାତ୍ରୀଛାତ୍ର, ଶିକ୍ଷୟତ୍ରୀ-ଶିକ୍ଷକ ଓ କର୍ମଚାରୀ ଉପସ୍ଥିତ ଥିଲେ।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦାଦନ ଦୁଖଃ: ଚିକିତ୍ସା ସେବା ନ ପାଇ ଚାଲିଗଲା ଜୀବନ

ଧର୍ମଗଡ଼, ୩ା୯ (ଘାଷିରାମ ଜଗତ): ଅର୍ଥାଭାବରୁ ଚିକିତ୍ସାସେବା ନ ପାଇ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି…

ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କୁ ଲାପଟପ ବଣ୍ଟନ: ଶିକ୍ଷାକୁ ସହଜ କରିବାକୁ ଉଦ୍ୟମ

କର୍ଲାମୁଣ୍ଡା,୩।୯(ପ୍ରଦୀପ କୁମାର ସାହୁ):ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ଶିକ୍ଷାକୁ ସହଜ ଓ ଡିଜିଟାଲ ମାଧ୍ୟମରେ ଆହୁରି ସୁଗମ କରିବା ଉଦ୍ଦେଶ୍ୟରେ ଜିଲାପାଳଙ୍କ ପକ୍ଷରୁ ଲାପଟପ ବଣ୍ଟନ କରାଯାଇଛି। ଜିଲାପାଳଙ୍କ ଆବାସିକ…

ଶୌଚ ହେବାକୁ ଯାଇଥିଲେ, ଆଉ ଫେରିଲେନି: ଗୋଡ଼ ଖସିଯିବାରୁ ପୋଖରୀ ଗଭୀର ପାଣିରେ ବୁଡ଼ି ଚାଲିଗଲା…

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ମହୁଲପାଟଣା ଫାଣ୍ଡି ଅଧୀନସ୍ଥ ଉପରଚବରି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଗାଁ…

ଲଗାତାର ୩ୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷକ ବିନୋଦ ବାତ୍ରା: ଲାଞ୍ଜିଗଡ଼ ହାଇସ୍କୁଲ ପାଇଁ ଗୌରବ…

ଲାଞ୍ଜିଗଡ଼,୨।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, ଲାଞ୍ଜିଗଡ଼ର ସାମାଜିକ ବିଜ୍ଞାନ ଶିକ୍ଷକ ଶ୍ରୀ ବିନୋଦ ବାତ୍ରା ପୁଣି ଥରେ…

ଆଞ୍ଚଳିକ ତାଏକୋଣ୍ଡୋ ପ୍ରତିଯୋଗିତା; କଳାହାଣ୍ଡି ପ୍ରତିଯୋଗୀଙ୍କ ସଫଳତା, ଛୁଟୁଛି ଶୁଭେଚ୍ଛା

ଭବାନୀପାଟଣା, ୨।୯ (ଉତ୍ତମ କୁମାର ଦାଶ ): ଆନ୍ଧ୍ରପ୍ରଦେଶ କାକିନାଡାର ଦ୍ରୋଣଇନ୍‌ଡୋର ଷ୍ଟାଡିୟମରେ ୩ଦିନ ଧରି ୨୧ତମ ଦକ୍ଷିଣ-ପଶ୍ଚିମ ଭାରତୀୟ ଆଞ୍ଚଳିକ ତାଏକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।…

ଏକାଠି ହେଲେ ଓଡ଼ିଶା ଡ୍ରାଇଭର ମହାସଂଘ: ଉତ୍ସାହର ସହ…

ଥୁଆମୂଳ ରାମପୁର,୨।୯(ଦୁର୍ଗା କୀର୍ତ୍ତି): ସାରା ରାଜ୍ୟର ୩୦ଟି ଜିଲା ଓ ୩୧୪ଟି ବ୍ଲକରେ ଓଡ଼ିଶା ଡ୍ରାଇଭର ମହାସଂଘ ସକ୍ରିୟ ଭାବେ କାର୍ଯ୍ୟ କରୁଥିବା ବେଳେ ୨୦୨୧ ମସିହାରେ…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

ଛାତରୁ ଝରୁଛି ପାଣି, ଖସୁଛି ପ୍ଲାଷ୍ଟର: ଅବ୍ୟବସ୍ଥା ମଧ୍ୟରେ ବଡ଼ଛତ୍ରଙ୍ଗ ହାଇସ୍କୁଲ

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବଡ଼ଛତ୍ରଙ୍ଗ ହାଇସ୍କୁଲ ସମ୍ପ୍ରତି ଘୋର ଅବ୍ୟବସ୍ଥା ମଧ୍ୟରେ ଗତିକରୁଛି। ୧୯୬୬ ମସିହାରେ ସ୍ଥାପିତ ଏହି ପୁରାତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri