ଡ୍ରପ୍‌ ଆଉଟ୍‌ ଛାତ୍ରୀଛାତ୍ରଙ୍କ ପୁନଃ ନାମାଙ୍କନ ନେଇ ସଚେତନ

ଥୁଆମୂଳ ରାମପୁର,୧୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବଡ଼ଛତ୍ରଙ୍ଗସ୍ଥିତ ସରକାରୀ ଉଚ୍ଚବିଦ୍ୟାଳୟଠାରେ ତାଲୁକ ଆଇନ ସେବା କମିଟି ଅଧ୍ୟକ୍ଷ ତଥା ଜେଏମ୍‌ଏଫ୍‌ସି କୋର୍ଟର ବିଚାରକ ଡଃ ତାରିଣୀ ପ୍ରସାଦ ସାହୁଙ୍କ ତତ୍ତ୍ୱାବଧାନରେ ଡ୍ରପ୍‌ ଆଉଟ୍‌ ଛାତ୍ରୀଛାତ୍ରଙ୍କ ପୁନଃ ନାମାଙ୍କନ ଉପରେ ଶନିବାର ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନିଜେ ତାଲୁକ ଆଇନ ସେବା କମିଟି ଅଧ୍ୟକ୍ଷ ତଥା ଜେଏମ୍‌ଏଫ୍‌ସି କୋର୍ଟର ବିଚାରକ ଡଃ ସାହୁ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ମା’ ମାଣିକେଶ୍ୱରୀ ପ.ସ.ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ସତ୍ୟନାରାୟଣ ମୁଣ୍ଡଚ୍ଛିନା, ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ହେମନ୍ତ କୁମାର ପଣ୍ଡା, ଆଇନଜୀବୀ ମାନରଞ୍ଜନ ନାଏକ, ଆଇନଜୀବୀ ପ୍ରିୟଙ୍କା ନାଏକ, ଆଇନଜୀବୀ ଦିଲୀପ କୁମାର ନାଏକ, କର୍ତ୍ତବ୍ୟ ଅନୁଷ୍ଠାନର ସଂଯୋଜକ ସନ୍ତୋଷ କୁମାର ଦାସ, ସ୍ଥାନୀୟ ସି.ଆର୍‌.ସି.ସି ଜୟ ସିଂ ମାଝୀ ପ୍ରମୁଖ ଉପସ୍ଥିତ ରହିଥିବା କାର୍ଯ୍ୟକ୍ରମକୁ ସୁଦର୍ଶନ ନାଏକ ପରିଚାଳନା କରିଥିଲେ l ମଞ୍ଚାସୀନ ଅତିଥି ନିଜ ନିଜ ମନ୍ତବ୍ୟରେ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ କେମିତି ଆଗାମୀ ଦିନରେ ନିୟମିତ ସ୍କୁଲ ଆସି ଶିକ୍ଷାର ଲାଭ ପାଇବା ସହ ଘରେ ରହିଯାଇଥିବା ଛାତ୍ରୀଛାତ୍ର ପୁନର୍ବାର କେମିତି ବିଦ୍ୟାଳୟ ଯାଇ ଜଣେ ଜଣେ ଶିକ୍ଷିତ ମଣିଷ ହୋଇ ସମାଜରେ ଜଣେ ଭଲ ମଣିଷ ହେବାକୁ ପଡ଼ିବ କାହିଁକି ନା ଶିକ୍ଷା ହିଁ ଜଣେ ମଣିଷର ମେରୁଦଣ୍ଡ ବୋଲି ସମସ୍ତ ଛାତ୍ରୀଛାତ୍ର, ଶିକ୍ଷାନୁଷ୍ଠାନର କର୍ମକର୍ତ୍ତାଙ୍କ ସହ ଆଲୋଚନା କରି ସମ୍ପୂର୍ଣ୍ଣ ଭାବରେ ସଚେତନର ବାର୍ତ୍ତା ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ଜେଏମ୍‌ଏଫ୍‌ କୋର୍ଟର କାର୍ମଚାରୀ ଓ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନଶିକ୍ଷକ ଭଜମନ ନାଏକ, ଏବଂ ଅନ୍ୟାନ୍ୟ ଶିକ୍ଷକ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri