ସଚେତନତାକୁ ପ୍ରାଥମିକତା ଦିଆଯାଉ

ନିମୋନିଆ ଏଭଳି ଏକ ସ୍ବାସ୍ଥ୍ୟ ସମସ୍ୟା, ଯାହା ଶିଶୁ, ଯୁବପିଢ଼ି, ବୟସ୍କଙ୍କୁ ହୋଇପାରେ। ଏହାର କେତୋଟି ପ୍ରମୁଖ ଲକ୍ଷଣ ରହିଛି। ସେଗୁଡିକ ବିଷୟରେ ଆମେ ଜାଣିବା ନିହାତି ଦରକାର। ଜଣେ ନିମୋନିଆ ଦ୍ୱାରା ଆକ୍ରାନ୍ତ ହେଲେ ଶ୍ୱାସକ୍ରିୟାରେ କଷ୍ଟ ହୁଏ। ଛାତି କାଟେ। ଜ୍ୱର ହୁଏ। ଏଭଳି ଲକ୍ଷଣ ବିଷୟରେ ଜାଣିପାରିଲେ ବିଳମ୍ବ ନ କରି ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ। ନିମୋନିଆ ବିଷୟରେ ଜନସାଧାରଣଙ୍କୁ ଆହୁରି ସଚେତନ କରାଇବା ଲାଗି ପ୍ରତିବର୍ଷ ନଭେମ୍ବର ୧୨ତାରିଖରେ ‘ବିଶ୍ୱ ନିମୋନିଆ ଦିବସ’ ପାଳିତ ହୋଇଥାଏ। ଚଳିତ ବର୍ଷ ଏହି ଦିବସର ଥିମ୍‌ ରହିଛି-‘ଏଭ୍ରି ବ୍ରେଥ୍‌ କାଉଁଣ୍ଟସ : ଷ୍ଟପ୍‌ ନିମୋନିଆ ଇନ୍‌ ଇଟ୍‌ସ ଟ୍ରାକ୍‌’। ମଣିଷ ପାଇଁ ଶ୍ୱାସକ୍ରିୟା କେତେ ଜରୁରୀ ତାହା କହିବା ଅନାବଶ୍ୟକ। ତେଣୁ ପ୍ରତ୍ୟେକ ଶ୍ୱାସକ୍ରିୟା ମୂଲ୍ୟବାନ୍‌। ନିମୋନିଆକୁ ଯଦି ପ୍ରାରମ୍ଭରୁ ଚିକିତ୍ସା କରାଯିବ ତେବେ ସେଥିରୁ ଆରୋଗ୍ୟ ଲାଭ କରିବା ସମ୍ଭାବନା ରହିଛି। ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି ଯେ, ବିଶ୍ୱରେ ନିମୋନିଆରେ ଆକ୍ରାନ୍ତ ହୋଇ ପ୍ରାୟ ୧୭ ଲକ୍ଷ ଶିଶୁଙ୍କର ଅକାଳ ମୃତ୍ୟୁ ଘଟିଥାଏ। ଏହାର କାରଣ ହେଲା, ନିମୋନିଆର ଲକ୍ଷଣ ବିଷୟରେ ଜାଣିବା ମାତ୍ରେ ତୁରନ୍ତ ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିକିତ୍ସା କରାଇବା ଜରୁରୀ। ତେଣୁ ସମସ୍ତେ ଏ ନେଇ ସଚେତନ ରହିବା ନିହାତି ଦରକାର। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଚଳିତ ବର୍ଷ ନିମୋନିଆ ବିଷୟରେ ସମସ୍ତେ ସଚେତନ ରହିବାକୁ ଅନୁରୋଧ କରିଛି। ୨୦୦୯ରେ ପ୍ରଥମେ ଏହି ଦିବସ ପାଳନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri