ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ ଆନୁକୁଲ୍ୟରେ ଅନଲାଇନ୍ ନିରାପତ୍ତା ଓ ସାଇବର ଶୋଷଣ ଜନିତ ଅପରାଧକୁ ରୋକିବା ନେଇ ସଚେତନତା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି ।ସିଡିପିଓ ଗୀତାଞ୍ଜଳି ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରକଳ୍ପ ସ୍ତରୀୟ ଶିବିରରେ ଦିଗପହଣ୍ଡି ବ୍ଲକ ବମକୋଇ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକ୍ଷିକା ଡ଼. ସୁଚିସ୍ମିତା ଚୌଧୁରୀ, ବ୍ଲକ ସାମାଜିକ ଅଧିକାରୀ ରଶ୍ମି ପ୍ରକାଶିନୀ ଯାନୀ, ଏବିଓ ରସାନନ୍ଦ ଘଡ଼େଇ, ଜିଲା ହବ୍ ଅଧିକାରୀ ବବିତା ମହାରଣା, ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ଅଧିକାରୀ ଶୁଭେନ୍ଦୁ ଦାସ, ଗୋଷ୍ଠୀ ସ୍ବାସ୍ଥ୍ୟ ତଥ୍ୟ ପରିଚାଳକ ଶୁଭାଶିଷ ପାତ୍ର ପ୍ରମୁଖ ଅତିଥି ଭାବେ ମଞ୍ଚାସିନ ଥିଲେ।

ସାଧନକର୍ମୀ ଭାବେ ଆଇନଜୀବୀ କୁରେଶୁ ପଣ୍ଡା, ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ଏବଂ ଅର୍ଥନୈତିକ କେନ୍ଦ୍ର ସାକ୍ଷରତା ଅଧିକାରୀ ସନ୍ତୋଷ କୁମାର ବାଡ଼ତ୍ୟା ଆଲୋଚକ ଭାବେ ଯୋଗଦେଇଥିଲେ । ଉପସ୍ଥିତ ଅଙ୍ଗନୱାଡ଼ି କର୍ମୀ, ଆଶା କର୍ମୀ, ମହିଳା ସ୍ୱାସ୍ଥ୍ୟ କର୍ମୀ, ସ୍କୁଲ କଲେଜ ଛାତ୍ରୀ ଓ  ମହିଳା ସରପଞ୍ଚ ଗୀତାଞ୍ଜଳି ଜାନି, ବି. ସନ୍ଧ୍ୟାରାଣୀ ସୁବୁଦ୍ଧି, ଗୌରୀ ବିଷୋୟୀଙ୍କ ସମେତ ଅନ୍ୟାନ୍ୟ ମହିଳା ସରପଞ୍ଚମାନଙ୍କୁ  ଅନଲାଇନ୍ ନିରାପତ୍ତା ଏବଂ ଫେସବୁକ୍, ଇନଷ୍ଟାଗ୍ରାମ୍, ହ୍ୱାଟସ୍ଅପ୍, ମେଲ୍ ଜରିଆରେ ସାଇବର ଶୋଷଣ ଜନିତ ଅପରାଧକୁ କିଭଳି ପ୍ରତିହତ କରାଯାଇପାରିବ ସେ ନେଇ ତାଲିମ ପ୍ରଦାନ କରିଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଙ୍ଘୁଛି ସମୁଦ୍ର: ଉଭୟ ଉପକୂଳ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳକ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଉପକୂଳବର୍ତ୍ତୀ ଅଞ୍ଚଳର ବାସିନ୍ଦାମାନେ ଭୟଭୀତ ଅବସ୍ଥାରେ ଦିନ…

କୋରାପୁଟରେ ପ୍ରବଳ ବର୍ଷା: ଭାଙ୍ଗିଲା ୭ ଘର, ବୋରିଗୁମ୍ମାରେ ରେକର୍ଡ…

କୋରାପୁଟ,୫ା୭(ଅମିତାଭ ବେହେରା): କୋରାପୁଟ ଜିଲାରେ ରବିବାର ପ୍ରବଳ ବର୍ଷା ହୋଇଛି। ଜିଲାର ୧୪ଟି ବ୍ଲକରେ ମୋଟ୍‌ ୧୩୭୧.୪ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଜୟପୁର କୋରାପୁଟ ଆଦି…

ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ

ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ…

ଭିଜିଲାନ୍ସ ଜାଲରେ ମହିଳା ସରପଞ୍ଚ, ମାଛ ଚାଷ ସବସିଡି ପାଇଁ SHGରୁ ନେଉଥିଲେ ଲାଞ୍ଚ

ସୋନପୁର,୫ା୭: ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ନିମ୍ନା ପଞ୍ଚାୟତର ମହିଳା ସରପଞ୍ଚ । ମାଛ ଚାଷ ସବସିଡି ପାଇଁ SHG ଠାରୁ ୨୦ ହଜାର ଲାଞ୍ଚ…

ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ: କୋରାପୁଟ ଜିଲାରୁ ବାଦ୍‌ ପଡ଼ିଲେ…

କୋରାପୁଟ,୫ା୭(ଅମିତାଭ ବେହେରା): ରବିବାର କୋରାପୁଟସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତା ଆୟୋଜିତ ବୈଠକରେ ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ କରାଯାଇଥିବାବେଳେ ଏଥିରୁ…

ବାଇକ୍‌ ସହ ଲୁଟିନେଇଥିଲେ ଟଙ୍କା, ପୋଲିସ ୫ ଜଣଙ୍କୁ ଗିରଫ କରି ତାଙ୍କଠାରୁ…

ରିଷିଡ଼ା/ମ.ରାମପୁର,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ନିକଟସ୍ଥ ଅରନଝରଣ ଘାଟିଠାରେ ୩ତାରିଖ ଶୁକ୍ରବାର ୫ଜଣ ଦୁର୍ବୃତ୍ତ ଏକ ଗାଡ଼ିରେ ଆସି ବଗବେଡ଼ା ଗାଁର ହେମସାଗର ଦେହେରିଆ ଓ…

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

୯ ଘଣ୍ଟା ଧରି ପାଣିରେ ଫସିଛି କାର୍‌, ଭିତରେ ୪ ଜଣ ଥାଇ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଲାଠୋର ନୂଆପଡ଼ା ରାସ୍ତାରେ ଥିବା ରେଲଓ୍ବେ ଅଣ୍ଡର ଗ୍ରାଉଣ୍ଡ ପୋଲ ଭିତର ଦେଇ ଏକ କାର୍‌ ଯାଉଥିବାବେଳେ ପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri