ଓଡ଼ିଆରେ ନାମଫଳକ ଲେଖିବା ପାଇଁ ସଚେତନତା ପଦଯାତ୍ରା: ଶ୍ରମିକଙ୍କୁ ମିଠା ବାଣ୍ଟିଲେ ପ୍ରଶାସନିକ ଅଧିକାରୀ

ବରଗଡ,୪।୪(ପ୍ରେମାନନ୍ଦ ଖମାରୀ): ଓଡ଼ିଆ ଆମ ଭାଷା, ଆମ ରାଜ୍ୟ ଭାଷା ଭିତ୍ତିକ ରାଜ୍ୟ, ଓଡ଼ିଆ ଭାଷାକୁ ନେଇ ଆମ ପରିଚୟ । ହେଲେ ସଚେତନତା ଅଭାବ ଓ ନିଜ ଭାଷା ପ୍ରତି ଆଗ୍ରହ ନଥିବାରୁ ଆଜି ବି ଅଧିକାଂଶ ଦୋକାନ ବଜାରରେ ଲାଗିଥିବା ନାମ ଫଳକରେ ଓଡ଼ିଆ ଭାଷାର ବ୍ୟବହାର ହେଉ ନାହିଁ । ତେବେ ଆମ ଭାଷାର ମର୍ଯ୍ୟାଦା ଓ ସମ୍ମାନ ବୃଦ୍ଧି ପାଇଁ ସାରା ରାଜ୍ୟରେ ଓଡ଼ିଆ ପକ୍ଷ-୨୦୨୫ର ଚତୁର୍ଥ ଦିବସ ଶୁକ୍ରବାର ଓଡ଼ିଆରେ ନାମ ଫଳକ ଅଭିଯାନ ଆୟୋଜିତ ହୋଇଛି । ଏହି କ୍ରମରେ ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସଚେତନତା ପଦଯାତ୍ରା ଏବଂ କାର୍ଯ୍ୟସ୍ଥଳରେ ଶ୍ରମିକଙ୍କୁ ମିଷ୍ଟାନ୍ନ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜିତ କରି ଉକ୍ତ ଅଭିଯାନର ଶୁଭାରମ୍ଭ ହୋଇଛି । ଜିଲାର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବଜାରରେ ପଦଯାତ୍ରା ମାଧ୍ୟମରେ ଦୋକାନ ବଜାର, ଶିଳ୍ପ ଅନୁଷ୍ଠାନ, ଶିକ୍ଷାନୁଷ୍ଠାନ, ବାଣିଜ୍ୟିକ ପ୍ରତିଷ୍ଠାନ ଏବଂ ଜିଲାରେ ପ୍ରତିଷ୍ଠିତ ହୋଇଥିବା କୌଣସି ସଂସ୍ଥା ନିଜର ନାମଫଳକକୁ ଓଡ଼ିଆରେ ଲେଖିବା ପାଇଁ ପ୍ରଶାସନ ପକ୍ଷରୁ ସଂସ୍ଥାର ମାଲିକ, କର୍ତ୍ତୃପକ୍ଷ ତଥା ଜନସାଧାରଣଙ୍କୁ ଉତ୍ସାହିତ କରାଯାଇଛି । ଜିଲା ଶ୍ରମ ବିଭାଗ ଅନୁକ୍ଯଲ୍ୟରେ ଆୟୋଜିତ ଜିଲାସ୍ତରୀୟ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ ମୁଖ୍ୟ ଅତିଥିଭାବେ ଯୋଗଦେଇ ସକେତନତା ପଦଯାତ୍ରାର ଶୁଭାରମ୍ଭ କରିଥିବା ବେଳେ ଜିଲା ଶ୍ରମ ବିଭାଗ ଏବଂ ବରଗଡ ପୌର ପରିଷଦର ଅଧିକାରୀ, କର୍ମଚାରୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri