ଆବାସ ଲୋଗୋ: ବିଜେଡି-ଭାଜପା ପୁଣି ମୁହାଁମୁହିଁ

ଭୁବନେଶ୍ବର,୧୬ା୧(ବ୍ୟୁରୋ):ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଶ୍ରେୟ ନେବାକୁ ବିଜେଡି-ଭାଜପା ମଧ୍ୟରେ ପୁଣି ଟଣାଓଟରା ଆରମ୍ଭ ହୋଇଯାଇଛି। ଏଣିକି ଆବାସ ଯୋଜନାରେ କେନ୍ଦ୍ରର ପିଏମ୍‌ଏୱାଇ ଲୋଗୋକୁ ସ୍ପଷ୍ଟ ଭାବେ ପ୍ରଦର୍ଶିତ କରାଯିବ। ରାଜ୍ୟ ସରକାରଙ୍କ ତରଫରୁ ଏନେଇ କେନ୍ଦ୍ର ସରକାରଙ୍କୁ ଜଣାଯାଇଛି। ତେବେ ପୂର୍ବପରି ବିଜୁ ପକ୍କାଘର ଲୋଗୋ ରହିବ ନା ନାହିଁ ସେନେଇ ଦ୍ବନ୍ଦ୍ବ ଲାଗି ରହିଥିବାବେଳେ ଏହାକୁ ନେଇ ରାଜନୀତି ଜୋର୍‌ ଧରିଛି।
ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯେଉଁ ଲୋଗୋ ରହିଛି, ତାହା ଲାଗିବ। ଏଥିସହିତ ଏହି ଘର ପ୍ରଧାନମନ୍ତ୍ରୀ ଆବାସର ବୋଲି ଚିହ୍ନିତ ହେବ। ଏଥିରେ କୌଣସି ଜାଗାରେ ବଦମାସି କରିବାକୁ ଚେଷ୍ଟା କରାଗଲେ ପରିଣାମ ଭୟଙ୍କର ହେବ। ସେଥିପାଇଁ ପ୍ରସ୍ତୁତ ରୁହନ୍ତୁ ବୋଲି ପୃଥ୍ବୀରାଜ କହିଛନ୍ତି। ଅନ୍ୟପକ୍ଷରେ ବିଜେଡି ବିଧାୟକ ଦେବୀ ପ୍ରସାଦ ମିଶ୍ର କହିଛନ୍ତି, ଏହି ଯୋଜନାରେ କେନ୍ଦ୍ର-ରାଜ୍ୟର ଅଂଶ ୬୦:୪୦ ରହିଛି। ପ୍ରଶାସନିକ ଖର୍ଚ୍ଚ ଏବଂ ରାଜ୍ୟ ସରକାରଙ୍କ ପ୍ରୋତ୍ସାହନକୁ ବିଚାର କଲେ ଏହା ୫୦:୫୦ ହେବ। ତେଣୁ ବିଜୁ ପକ୍କାଘର ଲୋଗୋ ଲାଗିଲେ, ଚିହିଙ୍କିବାର କାରଣ କ’ଣ ବୋଲି ସେ ପଚାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri