Posted inଜାତୀୟ

ବଜେଟ ଅଧିବେଶନରେ ଆସିପାରେ ଓ୍ବକ୍‌ଫ ବିଲ୍‌

ନୂଆଦିଲ୍ଲୀ,୨୭।୨: ଭାଜପା ଏମ୍‌ପି ଜଗଦମ୍ବିକା ପାଲ୍‌ଙ୍କ ନେତୃତ୍ୱାଧୀନ ଯୁଗ୍ମ ସଂସଦୀୟ କମିଟି (ଜେପିସି) ପ୍ରସ୍ତାବିତ ପରିବର୍ତ୍ତନ ସହ ଓ୍ବକଫ୍‌ (ସଂଶୋଧନ) ବିଲ୍‌କୁ କେନ୍ଦ୍ର କ୍ୟାବିନେଟ୍‌ ଗତ ୧୯ ତାରିଖରେ ମଞ୍ଜୁରୀ ପ୍ରଦାନ କରିଥିବା ଏକ ସୂତ୍ରରୁ ଜଣାପଡ଼ିଛି।

ମାର୍ଚ୍ଚ ୧୦ରୁ ଆରମ୍ଭ ହେବାକୁ ଥିବା ବଜେଟ ଅଧିବେଶନର ଦ୍ୱିତୀୟ ଭାଗରେ ଏହି ବିଲ୍‌କୁ ପାର୍ଲାମେଣ୍ଟରେ ଉପସ୍ଥାପନ କରାଯାଇପାରେ। ଶାସକ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସଦସ୍ୟମାନଙ୍କ ସମସ୍ତ ସଂଶୋଧନ ପ୍ରସ୍ତାବକୁ ଜେପିସି କମିଟି ଅନୁମୋଦନ କରିଥିବାବେଳେ ବିରୋଧୀ ସଦସ୍ୟ ଦେଇଥିବା ସଂଶୋଧନ ପ୍ରସ୍ତାବକୁ ଖାରଜ କରିଦିଆଯାଇଥିଲା।

ଗତ ୧୩ ତାରିଖରେ ଜେପିସି ରିପୋର୍ଟ ପାର୍ଲାମେଣ୍ଟର ଉଭୟ ଗୃହରେ ଉପସ୍ଥାପନ କରାଯାଇଥିବାବେଳେ ବିରୋଧୀ ଦଳଗୁଡ଼ିକ ଏହାର ତୀବ୍ର ବିରୋଧ କରିଥିଲେ। ବିଲ୍‌ର ମୁଖ୍ୟ ବ୍ୟବସ୍ଥା ମଧ୍ୟରେ ରହିଛି ରାଜ୍ୟ ଓ୍ବକ୍‌ଫ ବୋର୍ଡଗୁଡ଼ିକରେ ଅନୂ୍ୟନ ୨ ଜଣ ଲେଖାଏ ଅଣମୁସଲମାନ ସଦସ୍ୟ ନିଯୁକ୍ତ କରିବା ଏବଂ କୌଣସି ସମ୍ପତ୍ତି ଓ୍ବକ୍‌ଫ ସମ୍ପତ୍ତି ହେବାକୁ ଯୋଗ୍ୟ କି ନୁହେଁ, ତାହା ସରକାରୀ ଅଧିକାରୀ ନିର୍ଦ୍ଧାରଣ କରିବାକୁ ଅନୁମତି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ, କହିଲେ ଡବଲ ଇଞ୍ଜିନ ସରକାର ଓଡ଼ିଶାକୁ…

ଭୁବନେଶ୍ୱର,୧ା୨: କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ତାଙ୍କ…

ଶେୟାର ବଜାରକୁ ପସନ୍ଦ ଆସିଲାନି ବଜେଟ୍, ନିବେଶକଙ୍କ ୧୧ ଲକ୍ଷ କୋଟି ଟଙ୍କା ବୁଡ଼ିଲା

ମୁମ୍ବାଇ,୧।୨: ବଜେଟ୍ ଉପସ୍ଥାପନା ପରେ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ବଜେଟକୁ ନେଇ ନିବେଶକଙ୍କ ମଧ୍ୟରେ ହତାଶା ଏବଂ କେତେକ ଟିକସ ନିୟମରେ…

ରାସ୍ତାରେ ଆଣ୍ଠୁଏ ପାଣି: ଓଲଟା ଅଧିକାରୀଙ୍କୁ ଗାଳିଗୁଲଜ, ତଦନ୍ତ କଲେ…

କେସିଙ୍ଗା,୧।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କାଣ୍ଡେଲ ପଞ୍ଚାୟତ ୱାର୍ଡ ନଂ ୩ରେ ପାଇପ ଫାଟି ମୁଖ୍ୟ ଗଳି ରାସ୍ତାରେ ପାଣି ଜମିରହୁଛି। ଏ…

ଭଞ୍ଜନଗର ବିଧାୟକଙ୍କ ପିତୃ ବିୟୋଗ, ଅଞ୍ଚଳରେ ଖବର ପ୍ରଚାରିତ ପରେ…

ଭଞ୍ଜନଗର,୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ପିତା ଶ୍ୟାମସୁନ୍ଦର ନାୟକ ( ୯୬) ରବିବାର ଅପରାହ୍ନରେ ବିଧାୟକଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ…

ବଜେଟକୁ କଟାକ୍ଷ କଲେ ମମତା: କହିଲେ ‘ହମ୍ପଟି ଡମ୍ପଟି’ ବଜେଟ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି। ବଜେଟକୁ ନେଇ ନିରାଶା ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କୁ ସହପାଠୀଙ୍କ ଆକ୍ରମଣ, ମୁହଁକୁ ମାଡ଼ ମାରି ଆଖି ଫୁଟାଇଦେଲେ

ଲକ୍ଷ୍ନୌ,୧।୨: ଉତ୍ତର ପ୍ରଦେଶର ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ଜଣେ ପଞ୍ଚମ ଶ୍ରେଣୀ ଛାତ୍ରକୁ ତାଙ୍କ ଶ୍ରେଣୀର ଅନ୍ୟ ଏକ ଛାତ୍ର ଏବଂ…

Budget 2026: ଓଡ଼ିଶାରେ ଜାତୀୟ ଜଳମାର୍ଗ-୫ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri