Posted inଜାତୀୟ

ଏହି ତାରିଖ ଦିନ ସୁପ୍ରିମକୋର୍ଟରେ ହେବ ଓ୍ବକ୍‌ଫ ଶୁଣାଣି

ନୂଆଦିଲ୍ଲୀ,୧୦।୪: ଓ୍ବକ୍‌ଫ ସଂଶୋଧନ ଆଇନ, ୨୦୨୫ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ପିଟିଶନଗୁଡ଼ିକର ଏକତ୍ର ଶୁଣାଣି ସୁପ୍ରିମକୋର୍ଟରେ ଆସନ୍ତା ୧୬ ତାରିଖରେ ଅନୁଷ୍ଠିତ ହେବ।

ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନାଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍‌ ସଞ୍ଜୟ କୁମାର ଏବଂ କେ.ଭି. ବିଶ୍ୱନାଥନଙ୍କୁ ନେଇ ଗଠିତ ଖଣ୍ଡପୀଠ ପିଟିଶନଗୁଡ଼ିକର ଶୁଣାଣି କରିବେ। ଓ୍ବକ୍‌ଫ ସଂଶୋଧନ ଆଇନର ସାମ୍ବିଧାନିକ ବୈଧତାକୁ ଅଲ୍‌ ଇଣ୍ଡିଆ ମୁସଲିମ୍‌ ପର୍ସନାଲ ଲ’ ବୋର୍ଡ(ଏଆଇଏମ୍‌ପିଏଲ୍‌ବି) ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ କରିଥିଲା। ଏହା ବ୍ୟତୀତ ଆପ୍‌ ନେତା ଅମାନତୁଲ୍ଲା ଖାନ୍‌, ଆର୍‌ଜେଡି ନେତା ମନୋଜ କୁମାର ଝା, ଅଞ୍ଜୁମ୍‌ କାଡାରି, ତାଇୟାବ ଖାନ୍‌ ସଲମାନି, ମହମ୍ମଦ ଶାଫି, ମହମ୍ମଦ ଫଜଲୁରହିମ, ଅର୍ଶାଦ ମଦାନଙ୍କ ସମେତ ଆସୋସିଏଶନ ଫର୍‌ ଦି ପ୍ରୋଟେକ୍ସନ ଅଫ୍‌ ସିଭିଲ୍‌ ରାଇଟ୍ସ ଏବଂ ସମସ୍ତ କେରଳ ଜାମିଆତୁଲା ଉଲେମା ମଧ୍ୟ ସଂଶୋଧିତ ଆଇନକୁ ବିରୋଧ କରି ଅଦାଲତଙ୍କ ଦ୍ୱାରସ୍ଥ ହୋଇଥିଲେ।

ସୂଚନାଯୋଗ୍ୟ, ଗତ ସପ୍ତାହରେ ପାର୍ଲାମେଣ୍ଟରେ ଦୀର୍ଘ ବିତର୍କ ପରେ ଓ୍ବକ୍‌ଫ ସଂଶୋଧନ ବିଲ୍‌ ଗୃହୀତ ହୋଇଥିଲା। ୫ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିବା ପରେ ଓ୍ବକ୍‌ଫ ସଂଶୋଧନ ଆଇନ କାର୍ଯ୍ୟକାରୀ ହେବା ନେଇ ଗତ ମଙ୍ଗଳବାର କେନ୍ଦ୍ର ସରକାର ବିଜ୍ଞପ୍ତି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri