Posted inଖେଳ

ଦଳରେ ସୁଯୋଗ ମିଳିଲାନି ବୋଲି ଅବସର ନେଇଗଲେ ଅକ୍ଷର ପଟେଲ? ସତ ସାମ୍ନାକୁ ଆସିବା ପରେ ହଇଚଇ

ନୂଆଦିଲ୍ଲୀ,୫।୬: IPL ୨୦୨୫ ଶେଷ ହେବା ପରେ ଭାରତୀୟ କ୍ରିକେଟର ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଅକ୍ଷର ପଟେଲ ଚର୍ଚ୍ଚାକୁ ଆସିଛନ୍ତି। କହିବାକୁ ଗଲେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଦାବି କରାଯାଉଛି ଯେ ସେ କ୍ରିକେଟରୁ ଅବସର ନେଇସାରିଛନ୍ତି। ଏହାକୁ ନେଇ କ୍ରିକେଟ ଜଗତରେ ହଇଚଇ ସୃଷ୍ଟି ହୋଇଛି। ଏଥର ମଧ୍ୟ ଇଂଲଣ୍ଡ ଗସ୍ତ ପାଇଁ ଅକ୍ଷର ପଟେଲଙ୍କୁ ଭାରତୀୟ ଟେଷ୍ଟ ଦଳରେ ସ୍ଥାନ ମିଳିନାହିଁ, ଯେଉଁଥିଲାଗି ତାଙ୍କ ପ୍ରଶଂସକମାନେ ଚିନ୍ତାବ୍ୟକ୍ତ କରିଛନ୍ତି।

ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ ଅକ୍ଷରଙ୍କୁ କହୁଥିବା ଶୁଣାଯାଇଛି ଯେ ‘କ୍ରିକେଟ ସହିତ ମୋର ଯାତ୍ରା ଏଠାରେ ପର୍ଯ୍ୟନ୍ତ ଥିଲା।’ ଯାହା ପରେ ପ୍ରଶଂସକଙ୍କ ମଧ୍ୟରେ ଚିନ୍ତାର ଲହରୀ ଖେଳିଯାଇଥିଲା। କିନ୍ତୁ ଏବେ ଏହି ଖବରର ସତ୍ୟତା ସାମ୍ନାକୁ ଆସିଛ। ଏହି ଭିଡିଓଟି ନକଲି ପ୍ରମାଣିତ ହୋଇଛି। ପ୍ରକୃତରେ, ଏହି ଭିଡିଓଟି AI ସାହାଯ୍ୟରେ ତିଆରି କରାଯାଇଛି, ଯେଉଁଥିରେ ଅକ୍ଷରଙ୍କ ସ୍ବର ଏବଂ ଫଟୋ ବ୍ୟବହାର କରାଯାଇଥିଲା। ଅକ୍ଷର ଏପରି କୌଣସି ବୟାନ ଦେଇନାହାନ୍ତି ଏବଂ ସେ ଏବେ ବି କ୍ରିକେଟ ଖେଳିବେ।

ଆପଣଙ୍କୁ ଜଣାଇ ଦେଉଛୁ ଯେ, ଅକ୍ଷରଙ୍କୁ ନିକଟରେ IPL ରେ ଖେଳୁଥିବାର ଦେଖାଯାଇଥିଲା। କିନ୍ତୁ ଏହି ସିଜନ ତାଙ୍କ ଦଳ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ନିରାଶାଜନକ ଥିଲା। ତାଙ୍କ ଦଳ ପ୍ଲେଅଫରେ ପହଞ୍ଚି ପାରିଲା ନାହିଁ। ଅକ୍ଷର ଏହି ସିଜନରେ ୧୨ଟି ମ୍ୟାଚରେ ୨୬୩ ରନ କରିଥିଲେ ଏବଂ ୫ଟି ୱିକେଟ ମଧ୍ୟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ସୁପ୍ରିମକୋର୍ଟ ଇସିଙ୍କୁ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?