ଫ୍ଲିପ୍‌କାର୍ଟ ସହ ଆକ୍ସିସ୍‌ ବ୍ୟାଙ୍କର ସହଭାଗିତା

ଭୁବନେଶ୍ୱର,୯।୭: ଦେଶର ଅଗ୍ରଣୀ ଇ-କମର୍ସ ସଂସ୍ଥା ଫ୍ଲିପ୍‌କାର୍ଟ ଏବଂ ଆକ୍ସିସ୍‌ ବ୍ୟାଙ୍କ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ସ୍ଥାପନ କରାଯାଇଛି। ଉକ୍ତ ସହଭାଗିତା ଜରିଆରେ ଗ୍ରାହକମାନଙ୍କୁ ବ୍ୟକ୍ତିଗତ ଋଣ ସୁବିଧା ପ୍ରଦାନ କରାଯିବ। ଫଳରେ ଉଭୟ ସଂସ୍ଥାର ୪୫କୋଟି ଗ୍ରାହକ ସୁବିଧାରେ ଋଣ ପାଇପାରିବେ। ଏପରିକି ନୂତନ ଭାବେ ଉପସ୍ଥାପନ କରାଯାଇଥିବା ବ୍ୟକ୍ତିଗତ ଋଣ ସେବାରେ ଗ୍ରାହକମାନଙ୍କୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣକୁ ୬ ରୁ ୩୬ ମାସ ଅବଧି ମଧ୍ୟରେ ଶୁଝିବା ବିକଳ୍ପ ସହିତ ଋଣ ପ୍ରଦାନ କରାଯାଉଛି।
ସେହିଭଳି ଗ୍ରାହକମାନଙ୍କ ଜୀବନଶୈଳୀରେ ଉନ୍ନତି ଘଟିଥିବା ବେଳେ ସେମାନଙ୍କ ଯାତ୍ରାକୁ ସହଜ କରିବା ଲାଗି ଫ୍ଲିପ୍‌କାର୍ଟ ଓ ଆକ୍ସିସ୍‌ ବ୍ୟାଙ୍କ ପକ୍ଷରୁ ଏକ ଅଭିନବ ଡିଜିଟାଲ୍‌ ପ୍ରଥମ ସମାଧାନ ପ୍ରଦାନ କରାଯାଉଛି। ଫଳରେ ବ୍ୟକ୍ତିଗତ ଋଣ ସୁବିଧା ଗ୍ରାହକଙ୍କ କ୍ରୟ ଶକ୍ତି ବଢ଼ାଇବ ଏବଂ ସହଜ ଓ ସୁଲଭ ମୂଲ୍ୟରେ ତାହା ଉପଲବ୍ଧ। ବିଶେଷକରି ପେ ଲାଟର, ପ୍ରଡକ୍ଟ ଫାଇନାନ୍ସ, ସେଲର ଫାଇନାନ୍ସ, କ୍ରେଡିଟ୍‌ କାର୍ଡ ଭଳି ବ୍ୟାପକ ଆର୍ଥିକ ସମାଧାନ ସହ ବ୍ୟକ୍ତିଗତ ଋଣ ଜରିଆରେ ଫ୍ଲିପ୍‌କାର୍ଟ ଗ୍ରାହକମାନଙ୍କୁ ଋଣ ସୁବିଧା ପ୍ରଦାନ କରୁଛି। ଏ ସମ୍ପର୍କରେ ଆକ୍ସିସ୍‌ ବ୍ୟାଙ୍କର ସଭାପତି ଓ ମୁଖ୍ୟ-ଡିଜିଟାଲ ବିଜ୍‌ନେସ୍‌ ଆଣ୍ଡ୍‌ ଟ୍ରାନ୍ସଫର୍ମେସନ୍‌ ସମୀର ସେଟ୍ଟୀ କହିଛନ୍ତି, ବ୍ୟାଙ୍କ ସବୁ ପ୍ରକାର ଆର୍ଥିକ ସମାଧାନ ପ୍ରଦାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?