ଆକ୍ସିସ୍‌ ବ୍ୟାଙ୍କର ୫,୩୩୦ କୋଟି ଲାଭ

ନୂଆଦିଲ୍ଲୀ,୨୨ା୧୦: ଆକ୍ସିସ୍‌ ବ୍ୟାଙ୍କ୍‌ ପକ୍ଷରୁ ୨୦୨୨-୨୩ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକ ଆର୍ଥିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ବ୍ୟାଙ୍କର ନେଟ୍‌ ଲାଭ ୭୦% ବୃଦ୍ଧି ପାଇ ୫,୩୩୦ କୋଟି ଟଙ୍କା ହୋଇଛି। ବିଶେଷକରି ୨୦୨୧-୨୨ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ତା’ର ପରିମାଣ ୩,୧୩୩ କୋଟି ଟଙ୍କା ଥିଲା। ସେହିଭଳି ବ୍ୟାଙ୍କ୍‌ ନେଟ୍‌ ସୁଧ ଆୟ ୩୧% ବୃଦ୍ଧି ପାଇ ୧୦,୩୬୦ କୋଟି ଟଙ୍କା ହୋଇଛି। ଗତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ତାହା ୯,୩୮୪ କୋଟି ଟଙ୍କା ଥିଲା। ବ୍ୟାଙ୍କର ନେଟ୍‌ ସୁଧ ମାର୍ଜିନ ୩.୯୬% ବୃଦ୍ଧି ପାଇଛି। କାସା ଅନୁପାତ ୪୬% ରହିଛି। ବ୍ୟାଙ୍କର ପରିଚାଳନା ରାଜସ୍ବ ୨୨% ବୃଦ୍ଧି ପାଇ ୧୪,୩୦୧ କୋଟି ଟଙ୍କା ହୋଇଛି। ଗତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ୧୧,୬୯୯ କୋଟି ଟଙ୍କା ଥିଲା। ସେହିପରି ୨୦୨୨ସେପ୍ଟେମ୍ବର ୩୦ ସୁଦ୍ଧା ବ୍ୟାଙ୍କ୍‌ର ମୋଟ୍‌ ଏନ୍‌ପିଏ ଓ ନେଟ୍‌ ଏନ୍‌ପିଏ ହାର ଯଥାକ୍ରମେ ୨.୫୦% ଓ ୦.୫୧% ରହିଛି। ବ୍ୟାଙ୍କର ଫି’ରୁ ଆୟ ୨୦% ବୃଦ୍ଧି ପାଇ ୩,୮୬୨ କୋଟି ଟଙ୍କା ହୋଇଛି। ରିଟେଲ୍‌ ଫି’ରେ ୨୮% ବୃଦ୍ଧି ହୋଇଛି ଓ ବ୍ୟାଙ୍କ୍‌ର ମୋଟ ଫି’ରେ ତାହାର ଭାଗ ୬୮% ରହିଛି। ବ୍ୟାଙ୍କ୍‌ର ମୋଟ ପୁଞ୍ଜି ସ୍ବଚ୍ଛଳତା ହାର ୧୭.୭୨% ରହିଛି।
ଏ ସମ୍ପର୍କରେ ଆକ୍ସିସ୍‌ ବ୍ୟାଙ୍କର ଏମ୍‌ଡି ତଥା ସିଇଓ ଅମିତାଭ ଚୌଧୁରୀ କହିଛନ୍ତି, ଗତ ବର୍ଷକ ମଧ୍ୟରେ ଆମେ ସମସ୍ତ ଚିହ୍ନିତ ଅଗ୍ରାଧିକାର କ୍ଷେତ୍ରରେ ଉଲ୍ଲେଖନୀୟ ଉନ୍ନତି ହାସଲ କରିଛୁ। ଗ୍ରାହକ ଓ ଡିଜିଟାଇଜେଶନ ଉପରେ ଗୁରୁତ୍ୱ ଆମର ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri