ଓଡ଼ିଶା ଗ୍ରାମାଞ୍ଚଳରେ ଆକ୍ସିସ୍‌ ବ୍ୟାଙ୍କର ଅଗ୍ରଗତି

ଭୁବନେଶ୍ୱର,୩୧।୧(ଅନୁରାଧା ମହାରଣା): ଅଗ୍ରଣୀ ଘରୋଇ ବ୍ୟାଙ୍କ ଆକ୍ସିସ୍‌ ବ୍ୟାଙ୍କ ଭାରତ ବ୍ୟାଙ୍କିଙ୍ଗ୍‌ ବ୍ୟବସାୟ ମାଧ୍ୟମରେ ଓଡ଼ିଶାର ଗ୍ରାମୀଣ ଓ ଅର୍ଦ୍ଧ ସହରାଞ୍ଚଳ(ରୁସୁ) ଅଞ୍ଚଳରେ ଅଗ୍ରଗତି କରୁଛି। ସମଗ୍ର ଓଡ଼ିଶାରେ ବ୍ୟାଙ୍କର ୨୧୦ଟି ଶାଖା ରହିଥିବାବେଳେ ଏହାର ୭୦ ପ୍ରତିଶତ ଶାଖା ରୁସୁ ଅଞ୍ଚଳରେ ରହିଛି। ରାଜ୍ୟର ଦୁର୍ଗମ ଅଞ୍ଚଳରେ ବ୍ୟାଙ୍କିଙ୍ଗ୍‌ ସେବା ପ୍ରଦାନ ପାଇଁ ବ୍ୟାଙ୍କ ୩୦୦୦ରୁ ଅଧିକ ଜନସେବା କେନ୍ଦ୍ର (ସିଏସ୍‌ସି) ଗ୍ରାମ୍ୟ ସ୍ତରୀୟ ଉଦ୍ୟୋଗୀ (ଭିଏଲ୍‌ଇ)ଙ୍କୁ ନିୟୋଜିତ କରିଛି। ଗତ ୯ ମାସରେ ଏହାର ଗୋଲ୍ଡ ଲୋନ୍‌ ବୁକ୍‌ ମଧ୍ୟ ୩୫%ରୁ ଅଧିକ ବୃଦ୍ଧି ଘଟିଛି। ଏହି ଅବସରରେ ଆକ୍ସିସ୍‌ ବ୍ୟାଙ୍କର ଗ୍ରୁପ୍‌ ଏକ୍‌ଜିକ୍ୟୁଟିଭ୍‌ ତଥା ଭାରତ ବ୍ୟାଙ୍କିଙ୍ଗ୍‌ ମୁଖ୍ୟ ମୁନିସ ଶାରଦା କହିଛନ୍ତି, ଆକ୍ସିସ୍‌ ବ୍ୟାଙ୍କ ବିଭିନ୍ନ ଉତ୍ପାଦ ଓ ସେବା ମାଧ୍ୟମରେ ରାଜ୍ୟରେ ଆର୍ଥତ୍କ ଅନ୍ତର୍ଭୁକ୍ତୀକରଣକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ। ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ), ଉଦୀୟମାନ କର୍ପୋରେଟ୍‌, ବାଣିଜି୍ୟକ କୃଷି, କ୍ଷୁଦ୍ର ଓ ନାମମାତ୍ର ଚାଷୀ, ସ୍ବାସ୍ଥ୍ୟସେବା ଫାଇନାନ୍ସ ଆଦିର ବିବିଧ ଆବଶ୍ୟକତା ପୂରଣ ପାଇଁ ଲକ୍ଷ୍ୟ ରଖାଯାଇଥିବା ସେ ସୂଚାଇଛନ୍ତି। ବ୍ୟାଙ୍କ ଜଏଣ୍ଟ୍‌ ଲାଏବିଲିଟି ଗ୍ରୁପ୍‌ (ଜେଏଲ୍‌ଜି) ଗ୍ରାହକଙ୍କ ପାଇଁ ବ୍ୟକ୍ତିଗତ ମିଆଦୀ ଋଣ ଉତ୍ପାଦ, କୃଷକମାନଙ୍କ ପାଇଁ ଅଳ୍ପ ମୂଲ୍ୟର ମିଆଦୀ ଋଣ, ଟ୍ରାକ୍ଟର ରିଫାଇନାନ୍ସ ଆଦି ସେବା ଆରମ୍ଭ କରିଛି। ଏହା ସହ ମେଡିକାଲ ଉପକରଣ, ସୌର ଉପକରଣ, କୃଷି ବାଣିଜି୍ୟକ ଯାନ, ସିଜିଟିଏସ୍‌ଏମ୍‌ଇ ହାଇବ୍ରିଡ୍‌, ଇପିସି କମୋଡିଟି ଏବଂ ପ୍ଲେଜ୍‌ ମେଟାଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…

କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ…

IND vs ENG 5th T20I Playing-11: ବୈଭବ ସୂର୍ଯ୍ୟବଂଶୀ ଆଉଟ, ସଞ୍ଜୁ ସାମସନ ଇନ୍‌… ଇଜ୍ଜତ ବଞ୍ଚାଇବାକୁ ଗମ୍ଭୀର ଖେଳିବେ ଶେଷ ଗଣିତ

ନୂଆଦିଲ୍ଲୀ,୧୦।୭: ଗୁରୁବାର ରାତିରେ ବ୍ରିଷ୍ଟଲରେ ଭାରତୀୟ କ୍ରିକେଟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପୁଣି ଥରେ ଦେଖାଯାଇଥିଲା, ଯାହା ଫଳରେ ମ୍ୟାଚ ଏବଂ ସିରିଜ ଉଭୟ ହାରିଯାଇଥିଲା ଟିମ୍‌।…

ପୁଣି ଜେଲ୍‌ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…

ମୁମ୍ବାଇ,୧୦ା୭: ବଲିଉଡ୍‌ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍‌ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି…

ରୋଷେଇ ଘରୁ ବାହାରିଲା ୮ ଫୁଟ୍‌ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍‌ ଲମ୍ବର କିଙ୍ଗକୋବ୍ରା…

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri