Posted inଖେଳ

ଦିନିକିଆ ସିରିଜ, ଆଇପିଏଲ୍‌ରୁ ଆୟାର ଆଉଟ୍‌

ପୁଣେ,୨୫।୩(ପି.ଟି.): ଭାରତୀୟ ମିଡ୍‌ଲ ଅର୍ଡର ବ୍ୟାଟ୍ସମ୍ୟାନ ଶ୍ରେୟାସ ଆୟାର ଚଳିତ ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ ଓ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରୁ ବାଦ୍‌ ପଡିଛନ୍ତି। ମଙ୍ଗଳବାର ପ୍ରଥମ ଦିନିକିଆରେ ଫିଲ୍ଡିଂ କରିବା ଅବସରରେ ସେ ବାମ କାନ୍ଧରେ ଆଘାତ ପାଇଥିଲେ। ଏହି ଇଞ୍ଜୁରି ପାଇଁ ସେ ଅତିକମ୍‌ରେ ୪ ମାସ କ୍ରିକେଟରୁ ଦୂରେଇ ରହିବେ। ଫଳରେ ଆଇପିଏଲ୍‌ ଆରମ୍ଭ ହେବା ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ଶକ୍ତ ଧକ୍କା ଲାଗିଛି।
ପ୍ରଥମ ମ୍ୟାଚ୍‌ରେ ଇଂଲଣ୍ଡ ଇନିଂସର ଅଷ୍ଟମ ଓଭରରେ ଶାର୍ଦ୍ଦୁଳ ଠାକୁରଙ୍କ ବଲ୍‌ରେ ଜନି ବେୟାରଷ୍ଟୋ ଏକ ଶଟ୍‌ ଖେଳିଥିଲେ। ଆୟାର ଡାଇଭ୍‌ ମାରି ବଲ୍‌ ରୋକିବାକୁ ପ୍ରୟାସ କରିଥିଲେ। ଫଳରେ ସେ କାନ୍ଧରେ ଆଘାତ ପାଇଥିଲେ। ପ୍ରବଳ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ପଡିଆ ବାହାରକୁ ନିଆଯାଇଥିଲା। ଦିନିକିଆ ସିରିଜ ସମେତ ସେ ଆଇପିଏଲ୍‌ରୁ ବାଦ୍‌ ପଡିଛନ୍ତି ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ କୁହାଯାଇଛି। ଏବେ ସେ ପ୍ରବଳ ଯନ୍ତ୍ରଣା ଅନୁଭବ କରୁଛନ୍ତି। ତେଣୁ ତାଙ୍କ ବାମକାନ୍ଧରେ ଆସ୍ତ୍ରୋପଚାର କରାଯିବା ଜରୁରୀ ହୋଇପଡିଛି। ଫଳରେ ସେ ଅତିକମ୍‌ରେ ୪ ମାସ ଖେଳରୁ ଦୂରେଇ ରହିବେ ବୋଲି ବୋର୍ଡ ସୂତ୍ରରୁ ପ୍ରକାଶ। ଏଥିପାଇଁ ଆୟାର ମଧ୍ୟ ଲଙ୍କାସାୟାର ତରଫରୁ ଇଂଲିଶ କାଉଣ୍ଟି ଖେଳିପାରିବେ ନାହିଁ। କାଉଣ୍ଟି ଦିନିକିଆ ଟୁର୍ନାମେଣ୍ଟ ଜୁଲାଇ ୨୩ ତାରିଖରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ୨୬ ବର୍ଷୀୟ ଆୟାରଙ୍କ ସହ ଲଙ୍କାସାୟାର ଚୁକ୍ତି କରିଛି ବୋଲି ସୋମବାର ଘୋଷଣା କରିଥିଲା।
ଆୟାର ଆଇପିଏଲ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସର ନେତୃତ୍ୱ ନେଉଛନ୍ତି। ଆସନ୍ତା ଏପ୍ରିଲ ୯ ତାରିଖରୁ ଆଇପିଏଲ୍‌ ଆରମ୍ଭ ହେବ। ଅବଶ୍ୟ ଆହତ ହେବା ପୂର୍ବରୁ ସେ ପ୍ରଥମ ଦିନିକିଆରେ ବ୍ୟାଟିଂରେ ବିଫଳ ହୋଇଥିଲେ। ମାତ୍ର ୬ ରନକରି ସେ ଆଉଟ ହୋଇଥିଲେ। ଆଇପିଏଲ୍‌ର ଗତ ସଂସ୍କରଣରେ ତାଙ୍କ ନେତୃତ୍ୱରେ ଦିଲ୍ଲୀ କ୍ୟାପିଟାଲ୍ସ ଫାଇନାଲରେ ପହଞ୍ଚିଥିଲା। ଆୟାରଙ୍କ ଅନୁପସ୍ଥିତିରେ ରିଷଭ ପନ୍ତ, ଅଷ୍ଟ୍ରେଲିଆର ଷ୍ଟିଭ ସ୍ମିଥ୍‌ କିମ୍ବା ଅଭିଜ୍ଞ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଦିଲ୍ଲୀ କ୍ୟାପିଟାଲ୍ସର ନେତୃତ୍ୱ ନେଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri