Posted inଖେଳ

ଆୟରଙ୍କ ସ୍ଥାନ ସଙ୍କଟରେ

ନୂଆଦିଲ୍ଲୀ,୩୦ା୧୦: ଭାରତର ଦିନିକିଆ କ୍ରିକେଟ ବିଶ୍ୱକପ ଦଳରେ ଶ୍ରେୟସ ଆୟରଙ୍କ ସ୍ଥାନ ସଙ୍କଟରେ ରହିଛି। ହାର୍ଦ୍ଦିକ ପାଣ୍ଡ୍ୟା ଆହତ ଥିବାରୁ ସୂର୍ଯ୍ୟକୁମାର ଯାଦବ ଭାରତୀୟ ଦଳରେ ସ୍ଥାନ ପାଇଥିଲେ। ପ୍ରଥମ ମ୍ୟାଚ୍‌ରେ ସେ ଦୁର୍ଭାଗ୍ୟ ଜନକ ଭାବରେ ରନ୍‌ଆଉଟ ହୋଇଥିବା ବେଳେ ଦ୍ୱିତୀୟ ମ୍ୟାଚ୍‌ରେ ୪୯ ରନ୍‌ ସ୍କୋର କରିଥିଲେ। ବ୍ୟାଟିଂ ପାଇଁ ପ୍ରତିକୂଳ ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ସେ ଚମତ୍କାର ଢଙ୍ଗରେ ଇଂଲଣ୍ଡ ବୋଲରଙ୍କ ମୁକାବିଲା କରିଥିଲେ। ଯେଉଁଠି ୪ ନମ୍ବର ସ୍ଥାନରେ ବ୍ୟାଟିଂ କରୁଥିବା ଆୟର ଶର୍ଟ ବଲ୍‌ ବିପକ୍ଷରେ ଅସହଜ ମନେ ହୁଅନ୍ତି ସେଠାରେ ସୂର୍ଯ୍ୟକୁମାରଙ୍କ ବ୍ୟାଟିଂ ଭାରତୀୟ ଟିମ୍‌ ମ୍ୟାନେଜମେଣ୍ଟ ପାଇଁ ସକରାତ୍ମକ ସଙ୍କେତ। ପାଣ୍ଡ୍ୟାଙ୍କ ଗୋଇଠିରେ ଆଘାତ କାରଣରୁ ସେ ବର୍ତ୍ତମାନ ଦଳରୁ ଦୂରେଇ ରହିଛନ୍ତି। ତେବେ ସେ ପ୍ରତ୍ୟାବର୍ତ୍ତନ କଲେ ଜଣେ ଖେଳାଳିଙ୍କୁ ବାହାରେ ବସିବାକୁ ପଡିବ। ବର୍ତ୍ତମାନର ଫର୍ମକୁ ଦୃଷ୍ଟିରେ ରଖିଲେ ଭାରତୀୟ ଟିମ୍‌ ମ୍ୟାନେଜମେଣ୍ଟ ସୂର୍ଯ୍ୟକୁମାରଙ୍କୁ ଟିମ୍‌ରେ ରଖିବାର ସମ୍ଭାବନା ଅଧିକ।


Enter your email to get our daily news in your inbox.

All Right Reserved By Dharitri.Com

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri