Posted inଜାତୀୟ

ଅଓ୍ବଧପୁରୀ ଅଭେଦ୍ୟ ଦୁଗ: ଏଆଇ ସିସିଟିଭି, ଡ୍ରୋନ୍‌, ୧୩ ହଜାର ସୁରକ୍ଷା କର୍ମୀ

ନୂଆଦିଲ୍ଲୀ, ୨୨।୧: ଅଯୋଧ୍ୟା ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ପୂର୍ବରୁ ସହରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୧୩ ହଜାର ସୁରକ୍ଷା କର୍ମୀଙ୍କୁ ମୁତୟନ କରାଯାଇଥିବାରୁ ଅଯୋଧ୍ୟା ସହର ଏକ ଦୁର୍ଗରେ ପରିଣତ ହୋଇଛି। ରାଜ୍ୟ ପୋଲିସ ସମେତ ଆର୍‌ପିଏଫ୍‌ ଯବାନ, ଅର୍ଦ୍ଧସାମରିକ ଯବାନ, ଏନ୍‌ଡିଆର୍‌ଏଫ୍‌ ଟିମ୍‌, ବମ୍‌ ସ୍କ୍ବାଡ୍‌ ଏବଂ ଡଗ୍‌ ସ୍କ୍ବାଡ୍‌ ମଧ୍ୟ ନିୟୋଜିତ ହୋଇଛନ୍ତି।

ଏହା ବ୍ୟତୀତ ନାଇଟ୍‌ ଭିଜନ ଉପକରଣଠାରୁ ଆରମ୍ଭ କରି କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ପରିଚାଳିତ ସିସିଟିଭି କ୍ୟାମେରା ଲଗାଯାଇଛି। ମନ୍ଦିରକୁ ବହୁ ଟନ୍‌ ଫୁଲ ଏବଂ ରଙ୍ଗିନ ଆଲୋକମାଳାରେ ସଜାଯାଇଛି। ପ୍ରାଣପ୍ରତିଷ୍ଠା ଉତ୍ସବ ପୂର୍ବରୁ ସାଧୁସନ୍ଥ, ନିମନ୍ତ୍ରିତ ଅତିଥି ଏବଂ ସେଲିବ୍ରିଟିମାନେ ଅଯୋଧ୍ୟାରେ ପହଞ୍ଚତ୍ବାରେ ଲାଗିଛନ୍ତି। ପୂର୍ବରୁ ଶୂନ୍‌ଶାନ ଦେଖାଯାଉଥିବା ଏହି ସହରରେ ଏବେ ପ୍ରବଳ ଗହଳି ହେବା ସହ ଏକ ଆଧ୍ୟାତ୍ମିକ ଭକ୍ତି ପରିବେଶ ସୃଷ୍ଟି ହୋଇଛି। ଡାକବାଜି ଯନ୍ତ୍ରରେ ରାମଧୁନ୍‌ ବାଜିବା ସହ ବିଭିନ୍ନ ରଙ୍ଗରେ ଫୁଲରେ ସହର ସଜେଇ ହୋଇଛି। ଭକ୍ତମାନେ ରାମ, ଲକ୍ଷ୍ମଣ, ସୀତା ଓ ହନୁମାନ ବେଶରେ ଶୋଭଯାତ୍ରାରେ ଯାଉଛନ୍ତି।

ପ୍ରାଣପ୍ରତିଷ୍ଠା ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେବେ। ରାମମନ୍ଦିର ଆନ୍ଦୋଳନରେ ସାମିଲ ଥିବା କେତେଜଣଙ୍କୁ ମଧ୍ୟ ଉତ୍ସବକୁ ନିମନ୍ତ୍ରଣ କରାଯାଇଛି। ଏହା ବ୍ୟତୀତ ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ, ବିଶିଷ୍ଟ ବ୍ୟବସାୟୀ ମୁକେଶ ଅମ୍ବାନୀ, ଗୌତମ ଆଦାନୀ, କ୍ରିକେଟର ସଚିନ ତେନ୍ଦୁଲକର ଏବଂ ଏମ୍‌.ଏସ୍‌. ଧୋନୀ ପ୍ରମୁଖଙ୍କୁ ନିମନ୍ତ୍ରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri