Posted inଜାତୀୟ

ପ୍ରଥମଥର ଲାଗି ଦ୍ୱିପୋତ୍ସବରେ ସାମିଲ ହେବେ ମୋଦି, ରାମଲଲା ବିରାଜମାନଙ୍କ ସାମ୍ନାରେ ଜଳାଇବେ ୫ ବିଶେଷ ଦୀପ

ଅଯୋଧ୍ୟା,୨୩।୧୦: ଅଯୋଧ୍ୟାରେ ଏଥର ଦୀପାବଳି କିଛି ଭିନ୍ନ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାମଲଲା ବିରଜମାନ ସାମ୍ନାରେ ୫ଟି ଦୀପ ଜାଳିବେ । ଏହି ଦୀପ ପଞ୍ଚତତ୍ତ୍ୱ(ଜଳ, ଆକାଶ, ଅଗ୍ନି, ବାୟୁ, ପୃଥିବି)ର ପ୍ରତିକ ହେବ । ଏହାପରେ ପ୍ରଧାନମନ୍ତ୍ରୀ ନିର୍ମାଣାଧିନ ରାମ ମନ୍ଦିରର ଗର୍ଭଗୃହଠାରେ ସ୍ଥାପନ କରାଯାଇଥିବା ‘ଧର୍ମଧ୍ୱଜ’ ସାମ୍ନାରେ ବି ଦୀପ ଜଳାଇବେ । ସୂଚନାଯୋଗ୍ୟ, ଗର୍ଭଗୃହରେ ଯେଉଁ ଧର୍ମଧ୍ୱଜ ସ୍ଥାପନ କରାଯାଇଛି ଏହା ସାମ୍ନାରେ ସକାଳ ସନ୍ଧ୍ୟାରେ ପୂଜା କରାଯାଉଛି । ରବିବାର ଏଠାରେ ଦୀପ ଜାଳି ମୋଦି ଦ୍ୱିପୋତ୍ସବର ଶୁଭାରମ୍ଭ କରିବେ ।
ପ୍ରଥମଥର ଲାଗି ପ୍ରଧାନମନ୍ତ୍ରୀ ଅଯୋଧ୍ୟା ଦ୍ୱିପୋତ୍ସବରେ ସାମିଲ ହେଉଥିବାରୁ ରାମ ଭକ୍ତଙ୍କ ମଧ୍ୟରେ ଖୁସି ଦେଖିବାକୁ ମିଳିଛି । ଦ୍ୱିପୋତ୍ସବ ଲାଗି ରାମଙ୍କ ପିଣ୍ଡିରେ ତିଆରି ହୋଇଥିବା ମୁଖ୍ୟ ମଞ୍ଚରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଜ୍ୟପାଳ ଆନନ୍ଦିବେନ ପଟେଲ ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଷ୍ଟ୍ରୀୟ ପକ୍ଷି ମୟୁର ଭଳି ପ୍ରସ୍ତୁତ କରାଯାଇଥିବା ଦୀପ ଜଳାଇ ସମାରୋହର ଶୁଭାରମ୍ଭ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri