Posted inଜାତୀୟ

ଅଯୋଧ୍ୟା ଉତ୍ସବ ମୁଖର

ଅଯୋଧ୍ୟା,୫ା୮: ୨୦୧୯ ନଭେମ୍ବର ୯। ଏହା ହେଉଛି ସେହି ତାରିଖ, ଯେଉଁ ଦିନ ଦୀର୍ଘ ୧୩୪ ବର୍ଷ ଧରି ଚାଲିଥିବା ଆଇନଗତ ଲଢ଼େଇ ଓ ପ୍ରତୀକ୍ଷାର ଅନ୍ତ ଘଟିଥିଲା। ବିଶ୍ୱର ଅନ୍ୟତମ ବହୁ ଚର୍ଚ୍ଚିତ ଅଯୋଧ୍ୟା ମାମଲାର ଐତିହାସିକ ରାୟ ଏହି ଦିନ ପ୍ରକାଶ ପାଇବା ସହ ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ବିବାଦର ସମାଧାନ ହୋଇଥିଲା। ବିବାଦୀୟ ସ୍ଥଳରେ ରାମମନ୍ଦିର ନିର୍ମାଣ ପାଇଁ ସୁପ୍ରିମକୋର୍ଟ ପଥ ପରିଷ୍କାର କରିଥିଲେ। ୨.୭୭ ଏକର ବିବାଦୀୟ ଭୂମିର ମାଲିକାନା ସ୍ବତ୍ୱ ରାମ ଲାଲା ପକ୍ଷଙ୍କୁ ହସ୍ତାନ୍ତର ସହ ସେଠାରେ ମନ୍ଦିର ନିର୍ମାଣ ପାଇଁ କେନ୍ଦ୍ର ସରକାର ୩ ମାସ ମଧ୍ୟରେ ଏକ ଟ୍ରଷ୍ଟ ଗଠନ କରି ରୂପରେଖ ପ୍ରସ୍ତୁତ କରିବେ ବୋଲି ଦେଶର ସର୍ବୋଚ୍ଚ ଅଦାଲତ ରାୟ ଦେଇଥିଲେ। ଏହାସହ ସରକାର ଏକ ପ୍ରମୁଖ ସ୍ଥାନରେ ୫ ଏକର ପରିମିତ ଉପଯୁକ୍ତ ଜମି ସୁନ୍ନି ଓ୍ବାକଫ୍‌ ବୋର୍ଡକୁ ହସ୍ତାନ୍ତର କରିବେ। ଓ୍ବାକଫ୍‌ ବୋର୍ଡ ଉକ୍ତ ସ୍ଥାନରେ ମସ୍‌ଜିଦ ନିର୍ମାଣ କରିବ ବୋଲି ସର୍ବୋଚ୍ଚ ଅଦାଲତଙ୍କ ନିର୍ଦ୍ଦେଶ ରହିଥିଲା। ତତ୍କାଳୀନ ସିଜେଆଇ ରଞ୍ଜନ ଗୋଗୋଇ ଅବସର ନେବା ପୂର୍ବରୁ ତାଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ସାମ୍ବିଧାନିକ ପୀଠରେ ପ୍ରକାଶ ପାଇଥିବା ୧୦୪୫ ପୃଷ୍ଠା ସମ୍ବଳିତ ଏହି ସର୍ବସମ୍ମତ ରାୟକୁ କେନ୍ଦ୍ର ସରକାର, ହିନ୍ଦୁତ୍ୱବାଦୀ ଓ ଦକ୍ଷିଣପନ୍ଥୀ ସଙ୍ଗଠନ ସମେତ ଅଧିକାଂଶ ମହଲରେ ସ୍ବାଗତ କରିଥିଲେ। ସୁପ୍ରିମକୋର୍ଟଙ୍କ ରାୟର ପ୍ରାୟ ୯ ମାସ ପରେ ଅଗଣିତ ରାମ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସ୍ବପ୍ନ ସାକାର ହେବାକୁ ଯାଉଛି।
ପୋଲିସ ବ୍ୟାରିକେଡ୍‌, ହଳଦିଆ ବ୍ୟାନର, କାନ୍ଥଗୁଡ଼ିକରେ ନୂଆ ପ୍ରଲେପ ଓ ଭଜନ କୀର୍ତ୍ତନ ସହ ବୁଧବାରକୁ ଅପେକ୍ଷା କରିଛି ଶ୍ରୀରାମଙ୍କ ଜନ୍ମଭୂମି ଅଯୋଧ୍ୟା ନଗରୀ। ରାମମନ୍ଦିର ଭୂମି ପୂଜନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅପରାହ୍ନ ୧୨ଟା ୩୦ରେ ଏହାର ଶିଳାନ୍ୟାସ କରିବେ। ରାମଲାଲାଙ୍କ ଭବ୍ୟ ମନ୍ଦିର ନିର୍ମାଣର ଏହି ଶୁଭ ମୁହୂର୍ତ୍ତ ପ୍ରତୀକ୍ଷାରେ ଅଗଣିତ ଭକ୍ତ ଓ ଶ୍ରଦ୍ଧାଳୁ। ରାମମନ୍ଦିର ଭୂମି ପୂଜନ ଉତ୍ସବ ପାଇଁ ଉତ୍ସବ ମୁଖର ହୋଇଛି ଉତ୍ତରପ୍ରଦେଶର ଅଯୋଧ୍ୟା ନଗରୀ। ରାମ ଜନ୍ମଭୂମିରେ ରାମଙ୍କ ମନ୍ଦିର ନିର୍ମାଣ ପାଇଁ ବୁଧବାର ଅନୁକୂଳ କରାଯିବ। ଏଥିପାଇଁ ଧାର୍ମିକ ରୀତିନୀତି ଆରମ୍ଭ ହୋଇସାରିଛି। ପ୍ରଧାନମନ୍ତ୍ରୀଙ୍କ ଯୋଗଦାନକୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିଜେ ସମସ୍ତ ପ୍ରସ୍ତୁତିର ସମୀକ୍ଷା ଓ ଅନୁଧ୍ୟାନ କରିଛନ୍ତି। କାର୍ଯ୍ୟକ୍ରମରେ ଯୋଗଦେବାକୁ ଥିବା ଅତିଥିମାନେ ଅଯୋଧ୍ୟାରେ ପହଞ୍ଚତ୍ବାରେ ଲାଗିଛନ୍ତି।
ଇତିମଧ୍ୟରେ ଦେବଦେବୀଙ୍କୁ ଆବାହନ ପାଇଁ ଉଦ୍ଦିଷ୍ଟ ରାମଚରଣ ପୂଜା ଆରମ୍ଭ ହୋଇଛି। ବୁଧବାର ସକାଳ ୮ଟାରେ ଉତ୍ସବ ଆରମ୍ଭ ହୋଇ ଅପରାହ୍ନ ୨ଟାରେ ଶେଷ ହେବ। ମୁଖ୍ୟ ଭୂମି ପୂଜନ ୧୨ଟା ୩୦ରେ କରାଯିବାକୁ ସ୍ଥିର ହୋଇଥିବାବେଳେ ଭିତ୍ତିପ୍ରସ୍ତର ସ୍ଥାପନ ୧୨ଟା ୪୦ରେ ହେବ। ଦୂରଦର୍ଶନରେ ମଙ୍ଗଳବାର ରାତି ୭ଟାରେ ଦୀପୋତ୍ସବର ସିଧାପ୍ରସାରଣ କରାଯାଇଥିବାବେଳେ ବୁଧବାର ମୁଖ୍ୟ କାର୍ଯ୍ୟକ୍ରମ ପାଇଁ ମଧ୍ୟ ଏହା ଜାରି ରହିବ। ଦର୍ଶକମାନେ ସମ୍ପୂର୍ଣ୍ଣ ଉତ୍ସବ ବୁଧବାର ସକାଳ ୬ଟାରୁ ଡିଡି ନ୍ୟୁଜ୍‌ ଲାଇଭ, ଡିଡି ଇଣ୍ଡିଆ ଲାଇଭ୍‌ ଏବଂ ଡିଡି ନ୍ୟାଶନାଲରେ ଦେଖିପାରିବେ। ଦୂରଦର୍ଶନ ଓ ଏହାର ଅନ୍ୟ ଚ୍ୟାନେଲଗୁଡ଼ିକର ଟୁଇଟର ହ୍ୟାଣ୍ଡେଲରେ ମଧ୍ୟ ସମସ୍ତ କାର୍ଯ୍ୟକ୍ରମର ଲାଇଭ୍‌ ଷ୍ଟ୍ରିମିଂ କରାଯିବ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏସବୁ ବ୍ୟବସ୍ଥା କରାଯାଇଛି।
ମଞ୍ଚ ଉପରେ ପ୍ରଧାନମନ୍ତ୍ରୀ ମୋଦି, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ମହନ୍ତ ନୃତ୍ୟ ଗୋପାଳ ଦାସ, ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ ଓ ଉତ୍ତରପ୍ରଦେଶ ରାଜ୍ୟପାଳ ଆନନ୍ଦିବେନ ପଟେଲ ଉପସ୍ଥିତ ରହି ଜନସାଧାରଣଙ୍କୁ ସମ୍ବୋଧିତ କରିବେ। ବରିଷ୍ଠ ଭାଜପା ନେତା ଲାଲକୃଷ୍ଣ ଆଡଭାନୀ ଓ ମୁରଲୀ ମନୋହର ଜୋଷୀ ଭିଡିଓ କନ୍‌ଫରେନ୍ସ ଜରିଆରେ କାର୍ଯ୍ୟକ୍ରମରେ ସାମିଲ ହେବେ। ନିମନ୍ତ୍ରିତ ୧୭୫ ଅତିଥିଙ୍କ ମଧ୍ୟରେ ମୁସଲିମ ପକ୍ଷର ଇକ୍‌ବାଲ ଅନ୍‌ସାରି ମଧ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri