Posted inଜାତୀୟ

ସାମ୍ନାକୁ ଆସିଲା ଅଯୋଧ୍ୟା ରାମ ମନ୍ଦିର ଗର୍ଭଗୃହ ଚିତ୍ର, ଆସନ୍ତା ମାସରେ ହେବ ପ୍ରାଣ ପ୍ରତିଷ୍ଠା

ନୂଆଦିଲ୍ଲୀ, ୯।୧୨: ଆସନ୍ତା ମାସରେ ଅଯୋଧ୍ୟା ରାମ ମନ୍ଦିରରେ ଭଗବାନଙ୍କ ମୂର୍ତ୍ତିରେ ପ୍ରାଣ ପ୍ରତିଷ୍ଠା ପୂର୍ବରୁ ଗର୍ଭଗୃହ କାର୍ଯ୍ୟ ଦ୍ରୁତ ଗତିରେ ଚାଲିଛି। ଏହାରି ମଧ୍ୟରେ ପ୍ରଥମ ଚିତ୍ର ସାମ୍ନାକୁ ଆସିଛି, ଯେଉଁଥିରେ ଭବ୍ୟ ଗର୍ଭଗୃହର କାନ୍ଥ ଏବଂ ଗମ୍ବୁଜରେ ସୁନ୍ଦର ଖୋଦିତ କଳାକୃତି ଦେଖିବାକୁ ମିଳୁଛି। ମନ୍ଦିର ଟ୍ରଷ୍ଟର ଅଧିକାରୀ ଏହି ଚିତ୍ର ପ୍ରକାଶ କରିଛନ୍ତି।

ଅଯୋଧ୍ୟାରେ ରାମ ମନ୍ଦିରର ଭବ୍ୟ ଉଦ୍ଘାଟନୀ ଉତ୍ସବ ଆସନ୍ତା ବର୍ଷ ୨୨ ଜାନୁୟାରୀ ୨୦୨୪ ରେ ଅନୁଷ୍ଠିତ ହେବ। ଏହି ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ପ୍ରାୟ ସାତ ହଜାର ଲୋକଙ୍କୁ ନିମନ୍ତ୍ରଣ କରାଯାଇଛି। ଅଯୋଧ୍ୟାରେ ନିର୍ମିତ ରାମ ମନ୍ଦିର ଗର୍ଭଗୃହର ଚିତ୍ର ଶ୍ରୀ ରାମଜନମଭୂମି ତିର୍ଥ କ୍ଷେତ୍ରର ସାଧାରଣ ସମ୍ପାଦକ ଚମ୍ପତ ରାୟ ସେୟାର କରିଛନ୍ତି।

ଡିସେମ୍ବର ୧୫ ସୁଦ୍ଧା ମନ୍ଦିରର ଗର୍ଭଗୃହରେ ରାମଲାଲାଙ୍କ ପ୍ରତିମା ସ୍ଥାପନ ପାଇଁ ପ୍ରସ୍ତୁତ ହୋଇଯିବ। ରାମଲାଲାଙ୍କର ତିନୋଟି ମୂର୍ତ୍ତି (ଭଗବାନ ରାମଙ୍କର ଶିଶୁ ରୂପ) ତିଆରି କରାଯାଉଛି। ଅଧିକାରୀ କହିଛନ୍ତି ଯେ ଭଗବାନ ରାମଲାଲାଙ୍କ ତିନୋଟି ମୂର୍ତ୍ତି ନିର୍ମାଣ କାର୍ଯ୍ୟ ଶେଷ ହେବାକୁ ଯାଉଛି, ସେଥିମଧ୍ୟରୁ ଗୋଟିଏ ରାମ ମନ୍ଦିରର ଗର୍ଭଗୃହରେ ସ୍ଥାପନ କରାଯିବ। ସେ କହିଛନ୍ତି ଯେ ତିନୋଟି ପ୍ରତିମୂର୍ତ୍ତି ମଧ୍ୟରୁ ଦୁଇଟି କର୍ଣ୍ଣାଟକରୁ ଏବଂ ଗୋଟିଏ ରାଜସ୍ଥାନରୁ ଆସିଥିବା ସ୍ୱତନ୍ତ୍ର ପଥରରେ ନିର୍ମାଣ କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?