Posted inଜାତୀୟ

ଜୀବନ ହାରିବାକୁ ଅନୁମତି ମାଗିଲେ ଅଯୋଧ୍ୟା ସନ୍ଥ

ଅଯୋଧ୍ୟା,୨ା୧୨(ଆଇଏଏନ୍‌ଏସ୍‌): ଅଯୋଧ୍ୟାର ମହନ୍ତ ପରମହଂସ ଦାସ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ଏକ ପତ୍ର ଲେଖିଛନ୍ତି। ସେଥିରେ ସେ ୭ ଗୋଟି ଦାବି ଉପସ୍ଥାପନ କରିଛନ୍ତି। ଉକ୍ତ ଦାବିଗୁଡ଼ିକ ପୂରଣ ନ ହେଲେ ସେ ଜୀବନ ହାରିଦେବେ ଏବଂ ଏଥିସକାଶେ ରାଷ୍ଟ୍ରପତି ଅନୁମତି ଦିଅନ୍ତୁ ବୋଲି ପରମହଂସ ଦାସ ଜଣାଇଛନ୍ତି।
ତପସ୍ବୀ ଛାଉଣିର ମହନ୍ତ ପରମହଂସ ଦାସ ମହାରାଜଙ୍କ ଦାବିଗୁଡ଼ିକ ହେଲା ଜନସଂଖ୍ୟା ନିୟନ୍ତ୍ରଣ ପାଇଁ ଆଇନ ପ୍ରଣୟନ, ଏକକ ଦଓ୍ବୋନୀ ସଂହିତା କାର୍ଯ୍ୟକାରୀ, ଭାରତକୁ ହିନ୍ଦୁ ରାଷ୍ଟ୍ର ଘୋଷଣା, ଝିଅଙ୍କ ପାଇଁ ମାଗଣା ଶିକ୍ଷା, ଯୁବତୀ ଯୁବକଙ୍କୁ ନିଯୁକ୍ତି, ଗାଈକୁ ଏକ ସୁରକ୍ଷିତ ଜାତୀୟ ପ୍ରତୀକ ଭାବେ ମାନ୍ୟତା ଓ ରାମାୟଣକୁ ଜାତୀୟ ମହାକାବ୍ୟ ରୂପେ ଘୋଷଣା କରି ପାଠ୍ୟକ୍ରମରେ ସାମିଲ କରିବା। ମହନ୍ତ ଉକ୍ତ ପତ୍ରର ନକଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ଅଯୋଧ୍ୟା ଜିଲାପାଳଙ୍କ ନିକଟକୁ ମଧ୍ୟ ପଠାଇଛନ୍ତି। ମହନ୍ତ କହିଛନ୍ତି, ତାଙ୍କ ଦାବିଗୁଡ଼ିକ ଜାତୀୟ ସ୍ବାର୍ଥର ସୁରକ୍ଷା ଏବଂ ଦେଶକୁ ଆଉ ଏକ ବିଭାଜନରୁ ରୋକିବା ପାଇଁ ଉଦ୍ଦିଷ୍ଟ। ପ୍ରକାଶ ଯେ, ମହନ୍ତ ପରମହଂସ ଦାସ ଅକ୍ଟୋବରରେ ଭାରତକୁ ହିନ୍ଦୁରାଷ୍ଟ୍ର ଘୋଷଣା କରିବା ଦାବିରେ ଅନଶନରେ ବସିଥିଲେ। ତାଙ୍କ ସ୍ବାସ୍ଥ୍ୟ ବିଗିଡ଼ିବାରୁ ପୋଲିସର ହସ୍ତକ୍ଷେପ ଫଳରେ ସେ ଅନଶନ ଭାଙ୍ଗିବାକୁ ବାଧ୍ୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?