ଆୟୁର୍ବେଦ ମହାବିଦ୍ୟାଳୟ ଶିକ୍ଷକ ସଂଘ ନିର୍ବାଚନ

ବଲାଙ୍ଗୀର ଅଫିସ,୪।୨: ଓଡ଼ିଶା ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟ ଶିକ୍ଷକ ସଂଘର ସାଧାରଣ ଅଧିବେଶନ ଏବଂ ନିର୍ବାଚନୀ ସଭା ସ୍ଥାନୀୟ ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ଓଡ଼ିଶାର ୩ଟି ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟର ଶିକ୍ଷକ ଉପସ୍ଥିତ ରହିଥିଲେ। ବଲାଙ୍ଗୀର ଆୟୁର୍ବେଦ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ଅରୁଣ କୁମାର ଦାସଙ୍କ ଅଧ୍ୟକ୍ଷତାରେ ସଭାକାର୍ଯ୍ୟ ହୋଇଥିଲା । ସଭା ପ୍ରଥମାର୍ଦ୍ଧରେ ସଂଘର ପୂର୍ବତନ ସଭାପତି ପ୍ରଫେସର ସୀମାଦ୍ରି ଭୂଷଣ ନାୟକ ଏବଂ ସାଧାରଣ ସମ୍ପାଦକ ପ୍ରଫେସର ଶିବବ୍ରତ ବେହେରା ସଂଘର କାର୍ଯ୍ୟାବଳୀ ବିଷୟରେ ଆଲୋକପାତ କରିଥିଲେ। ଦ୍ୱିତୀୟାର୍ଦ୍ଧରେ ସଂଘର ନୂତନ କାର୍ଯ୍ୟକର୍ତ୍ତା ନିର୍ବାଚନ ହୋଇଥିଲା। ଏଥିରେ ଡା. ସ୍ବପ୍ନା ସ୍ବୟଂପ୍ରଭା ସଭାପତି, ଡା. ଶିବ ପ୍ରସାଦ ରାଉତ ଉପସଭାପତି, ଡା. ସୁଶାନ୍ତ କୁମାର ମେହେର ସାଧାରଣ ସମ୍ପାଦକ, ଡା. ଚନ୍ଦନ କୁମାର ସାହୁ ସହକାରୀ ସାଧାରଣ ସମ୍ପାଦକ, ଡା. ଗଣେଶ କୁମାର ମେହେର କୋଷାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିଲେ। ନବ ନିର୍ବାଚିତ ସଭାପତି ଏବଂ ସାଧାରଣ ସମ୍ପାଦକ ସଂଘର ଆଗାମୀ କାର୍ଯ୍ୟପନ୍ଥା ବିଷୟରେ ଅଭିଭାଷଣ ପ୍ରଦାନ କରିଥିଲେ । ଶିକ୍ଷକଙ୍କ ସମସ୍ୟା ପ୍ରତି ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି ମନ୍ତବ୍ୟ କରିଥିଲେ। ଶେଷରେ ଡାକ୍ତର ଲିପ୍ସା ଦାସ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri