ଭଙ୍ଗା ଘରେ ଚାଲିଛି ଆୟୁର୍ବେଦ ଚିକିତ୍ସାଳୟ

ଅମରପାଲି,୨୭।୧୧(ଡି.ଏନ.ଏ): ସରକାର ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ନେଉଛନ୍ତି ଅନେକ ପଦକ୍ଷେପ। ଚିକିତ୍ସାଳୟ ସ୍ଥାପନ, ମାଗଣା ଔଷଧ ବଣ୍ଟନ ସହ ଆମ୍ବୁଲାନ୍ସର ବ୍ୟବସ୍ଥା ମଧ୍ୟ କରିଛନ୍ତି। ମାତ୍ର ତୃଣମୂଳ ସ୍ତରରେ ଏହାର ବ୍ୟତିକ୍ରମ ହେଉଥିବା ଦେଖିବାକୁ ମିଳୁଛି। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ଗ୍ରାମରେ। ଅଞ୍ଚଳରେ ସ୍ବାସ୍ଥ୍ୟସେବା ଯୋଗାଇବା ଉଦ୍ଦେଶ୍ୟ ନେଇ ୨୩ ମେ, ୨୦୦୪ରେ ସ୍ଥାପନ କରାଯାଇଥିଲା ଏକ ଆୟୁର୍ବେଦ ଚିକିତ୍ସାଳୟ। ଚିକିତ୍ସାଳୟ ଉପରେ ବହଳପଦର, ଦୁର୍ଜନତୈଳା, ରେଢ଼ାଖୋଲ ବ୍ଲକର ରେଙ୍ଗାଲି, ବଡମାଳ, ଭାଲିଆକଟା, ଗରଗଡବାହାଲ ଆଦି ପଞ୍ଚାୟତର ପ୍ରାୟ ୮୦ରୁ ଅଧିକ ଗ୍ରାମର ଲୋକେ ନିର୍ଭର କରନ୍ତି । ସ୍ବାସ୍ଥ୍ୟକେନ୍ଦ୍ର ଆରମ୍ଭରୁ ସ୍ଥାନୀୟ ହାଇସ୍କୁଲ ପରିସରରେ ଏକ ଅସ୍ଥାୟୀ ଗୃହରେ ଚାଲିଛି । ବିଭିନ୍ନ ସମୟରେ ପ୍ରାୟ ୭ରୁ ଅଧିକ ଡାକ୍ତର ବଦଳି ହେଲେଣି । ଅଞ୍ଚଳର ଲୋକଙ୍କ ବାରମ୍ବାର ଦାବି ପରେ ଗତ ୮ ବର୍ଷ ତଳେ ୧୫ ଲକ୍ଷ ଟଙ୍କା ବ୍ୟୟରେ ଏକ ନୂତନ କୋଠା ଘର ନିର୍ମାଣ କାମ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହୋଇଛି। କିନ୍ତୁ ତାହା ବ୍ୟବହାର ହେଉନାହିଁ। କୋଠାରେ ବିଦ୍ୟୁତ୍‌କରଣ ହୋଇଥିବା ବେଳେ ଲାଗିଥିବା ବଲବ, ପଙ୍ଖା ସବୁ ଅଚଳ ହୋଇଗଲାଣି। ପାନୀୟ ଜଳ ଯୋଗାଣ ପାଇଁ ଏ ଯାଏ କୌଣସି ବ୍ୟବସ୍ଥା ମଧ୍ୟ କରାଯାଇ ନାହିଁ। ଏପରି କି ୩-୪ ବର୍ଷ ହେଲା ଏଠାକୁ କେବେ ଡାକ୍ତର ଆସୁଛନ୍ତି ଲୋକେ ମଧ୍ୟ ଜାଣି ପାରୁନାହାନ୍ତି। ଅଞ୍ଚଳରେ ଲୋକେ ଚିକିତ୍ସା ସେବା ନ ପାଇ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ କ୍ବାକ୍‌ମାନଙ୍କ ଦ୍ୱାରା ଚିକିତ୍ସିତ ହେଉଛନ୍ତି। ଉକ୍ତ ଅଞ୍ଚଳରେ ଏବେ ପ୍ରାୟ ୨ଶହରୁ ଅଧିକ ଲୋକ କିଡ୍‌ନୀ ଭଳି ମାରାତ୍ମକ ରୋଗରେ ଆକ୍ରାନ୍ତ ହୋଇ ବୁର୍ଲା, କଟକ, ଭୁବନେଶ୍ୱରକୁ ଚିକିତ୍ସା ପାଇଁ ଯାଉଛନ୍ତି। ପ୍ରାୟ ୫୦ରୁ ଊର୍ଦ୍ଧ୍ୱ କିଡ୍‌ନୀ ଆକ୍ରାନ୍ତ ବ୍ୟକ୍ତି ମୃତ୍ୟୁବରଣ କରି ସାରିଲେଣି। ତଥାପି ସ୍ବାସ୍ଥ୍ୟ ବିଭାଗ ଉକ୍ତ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ତତ୍ପର ହେଉନାହାନ୍ତି।

ନିକଟରେ ବହଳପଦର ସମିତି ସଭ୍ୟ ପୀତାମ୍ବର ସାହୁଙ୍କ ନେତୃତ୍ୱରେ ଅମରପାଲି ଗ୍ରାମବାସୀ ବଲାଙ୍ଗୀର ଆୟୁର୍ବେଦ ଚିକିତ୍ସା ଅଧିକାରୀ ସନତ ଶତପଥୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଭଙ୍ଗା ଘରେ ଅସ୍ଥାୟୀ ଭାବେ ଚାଲିଥିବା ଚିକିତ୍ସାଳୟକୁ ନୂତନ କୋଠା ଘରକୁ ସ୍ଥାନାନ୍ତର କରି ଅଞ୍ଚଳବାସୀଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ସେମାନେ ଦାବି କରିଛନ୍ତି। ଏନେଇ ଏଡିଏମଓ ଶତପଥୀଙ୍କୁ ପଚାରିବାରୁ ଖୁବଶୀଘ୍ର ଉକ୍ତ ସମସ୍ୟା ସମାଧାନ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri