ଡାଇବେଟିସ୍‌ ସମସ୍ୟାର ଆୟୁର୍ବେଦ ଚିକିତ୍ସା…

ପରିବର୍ତ୍ତିତ ଜୀବନ ଶୈଳୀରେ ଖାଦ୍ୟପେୟରେ ଅସୁବିଧା ଯୋଗୁ କେତେକଙ୍କଠାରେ ଡାଇବେଟିସ୍‌ ସମସ୍ୟା ଦେଖାଦେଇଥାଏ। ଶରୀରରେ ରକ୍ତ ଶର୍କରା ମାତ୍ରା ଖାଲିପେଟରେ ଶତକଡା଼ ୧୦୦ ମିଲିଗ୍ରାମରୁ କମ ଓ ଖାଇବାର ୨ ଘଣ୍ଟା ପରେ ଶତକଡା଼ ୧୪୦ ମିଲିଗ୍ରାମରୁ କମ ରହିଲେ ଡାଇବେଟିସ୍‌ ହୋଇ ନାହିଁ ବୋଲି ଧରାଯାଇଥାଏ। ଅପରପକ୍ଷରେ ରକ୍ତ ଶର୍କରା ମାତ୍ରା ବୃଦ୍ଧିପାଇ ଖାଲି ପେଟରେ ୧୨୬ ମିଲିଗ୍ରାମ ଓ ଖାଇବାର ଦୁଇଘଣ୍ଟା ପରେ ୨୦୦ ମିଲିଗ୍ରାମରୁ ଅଧିକ ହେଲେ ଡାଇବେଟିସ ହୋଇଛି ବୋଲି କୁହାଯାଏ । ରକ୍ତ ଶର୍କରା ଶତକଡା ୧୮୦ ମିଲିଗ୍ରାମରୁ ଅଧିକ ହେଲେ ପରିସ୍ରାରେ ମଧ୍ୟ ଶର୍କରା ଆସିଥାଏ ବୋଲି ଚିକିତ୍ସକ କହିଥାନ୍ତି। ଡାଇବେଟିସ ସମସ୍ୟା ସହିତ ଉଚ୍ଚ ରକ୍ତଚାପ, ହୃଦ ସମସ୍ୟା, ସ୍ନାୟୁ ସମସ୍ୟା, ସ୍ମୃତିହାସ ସମସ୍ୟା, ଯୌନଶକ୍ତି ହ୍ରାସ, ସଂକ୍ରମଣ ସମସ୍ୟା, ଚର୍ମ ସମସ୍ୟା ପରି ବହୁ ସମସ୍ୟା ଦେଖାଦେଇଥାଏ। ପରିବାରରେ ବାପା,ମା ,ନିକଟ ସମ୍ପର୍କୀୟ ଲୋକଙ୍କର ମଧୁମେହ ଥିଲେ ଏହା ପିଲାମାନଙ୍କ ହୋଇଥାଏ। ୩୫ ବର୍ଷରୁ ଉର୍ଦ୍ଧ୍ୱ ବୟସର ବ୍ୟକ୍ତିଙ୍କୁ ଏହି ରୋଗ ହେବାର ଆଶଙ୍କା ଅଧିକ ଥାଏ। ଡାଇବେଟିସ୍‌ ହେଲେ ଅଧିକ ଶୋଷ, ଅଧିକ ଥର ପରିସ୍ରା ଲାଗିବା, ଓଜନ କମିଯିବା, ଅଧିକ ଭୋକ, ଅଧିକ ଥକା, ଦୁର୍ବଳ ଲାଗିବା, ଆଖିକୁ ଝାପସା ଦିଶିବା, ଯୌନାଙ୍ଗରେ ଘା’ ହେବା, ଯୌନଶକ୍ତି କମିଯିବା, ଗୋଡ଼ ଝିମ ଝିମ ହେବା, ଦୀର୍ଘଦିନ ଧରି ଘା’ ନ ଶୁଖିବା, ଗୁପ୍ତାଙ୍ଗ ପ୍ରବାହ, ଧଳାସ୍ରାବ, କୁଣ୍ଡାଇ ହେବା, କାଛୁ, ଯାଦୁ, ଚର୍ମ ସଂକ୍ରମଣ, କୁଣ୍ଡିଆ ପ୍ରଭୃତି ବାରମ୍ବାର ହେବା ଆଦି ଡାଇବେଟିସ୍‌ ସମସ୍ୟାର ମୁଖ୍ୟ ଲକ୍ଷଣ।

ଏହାର ଚିକିତ୍ସା ସହଜରେ ଆୟୁର୍ବେଦ ଦ୍ୱାରା ମଧ୍ୟ କରାଯାଇପାରିଥାଏ। ଆୟୁର୍ବେଦ ଅନୁସାରେ, ଡାଇବେଟିସ୍‌ ବାତ, ପିତ୍ତ ଓ କଫ ମଧ୍ୟରେ ସନ୍ତୁଳନ ଅଭାବରୁ ହୁଏ । ଏହାର ପ୍ରଭାବ କମ କରିବା ପାଇଁ ଦୈନିକ ପରିଶ୍ରମ ଓ ବ୍ୟାୟାମ କରିିବା ଆବଶ୍ୟକ । ଏହି ସମସ୍ୟାର ଆୟୁର୍ବେଦିକ ଚିକିତ୍ସାରେ ଚକ୍ଷୁ ଓ ପାଦର ଯତ୍ନ ଉପରେ ଅଧିକ ଗୁରୁତ୍ୱାରୋପ କରାଯାଇଥାଏ। ଖାଦ୍ୟରେ ଭାତ, ଆଳୁ, ଚିନି ଛାଡ଼ିଦେବାକୁ କୁହାଯାଏ ଏବଂ କଲରା, ନିମ୍ବ, ବେଲ, ଜାମୁକୋଳି ଏତ୍ୟାଦି ପିତା ଓ କଷା ଖାଦ୍ୟ ନିୟମିତ ଖାଇବା ଆବଶ୍ୟକ । ଆୟୁର୍ବେଦରେ ଡାଇବେଟିସ୍‌ ପାଇଁ ମେଥି, ହଳଦୀ ଆଦିକୁ ଚୁନା କରି ଖାଇବା, ଦାରୁ ହରିଦ୍ରା ଚୁନା, ତୁଳସୀ ପତ୍ର ପାଣି ଆଦି ପିଇବାକୁ ପରାମର୍ଶ ଦିଆଯାଇଥାଏ। ା ସେହିପରି ସୂର୍ଯ୍ୟ ନମସ୍କାର, ମତ୍ସ୍ୟନ୍ଦ୍ରାସନ, ହଳାସନ, ମଣ୍ଡୁକାସନ, ଭୁଜଗାସନ ଆଦି ଡାଇବେଟିସ୍‌ ସମସ୍ୟା ଦୂର ପାଇଁ ଉପକାରୀ । ତମ୍ବା ପାତ୍ରରେ ଏକ କପ ପାଣି ରାତିରେ ରଖି ସକାଳୁ ପିଇଲେ ମଧ୍ୟ ସୁଫଳ ମିଳେ ବୋଲି ଆୟୁର୍ବେଦିକ୍‌ ଡାକ୍ତର କହିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri