ମନ୍ତ୍ରୀଙ୍କ ପ୍ରତିଶ୍ରୁତି ପରେ ଆୟୁଷ ଡାକ୍ତର ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ସ୍ଥଗିତ, ଆଗାମୀ ୩ ମାସ ମଧ୍ୟରେ ଦାବି ପୂରଣ ନ ହେଲେ…

ବଲାଙ୍ଗୀର,୧୪।୧୨( ସୁନିଲ କୁମାର ମହାନ୍ତି): ଦୀର୍ଘ ଏକମାସରୁ ଅଧିକ ସମୟ ଧରି ୮ଦଫା ଦାବି ନେଇ ସରକାରୀ ଆୟୁର୍ବେଦିକ କଲେଜ ଓ ଚିକିତ୍ସାଳୟ ସମ୍ମୁଖରେ ଆୟୁଷ ଡାକ୍ତର ଛାତ୍ରୀଛାତ୍ରମାନଙ୍କ ଚାଲିଥିବା ଆନ୍ଦୋଳନ ସ୍ଥଗିତ କରାଯାଇଛି। ଦାବିଗୁଡ଼ିକୁ ଯଥାର୍ଥ ଓ ନ୍ୟାୟ ଦାବି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ କହିବା ସହ ଖୁବ୍‌ଶୀଘ୍ର ଦାବି ପୂରଣ କରିବାକୁ ପ୍ରତିଶ୍ରୁତି ଦେବା ପରେ ଡାକ୍ତରୀ ଛାତ୍ରୀଛାତ୍ରମାନେ ଆନ୍ଦୋଳନକୁ ସ୍ଥଗିତ ରଖିଥିଲେ । ଆଠ ଦଫା ଦାବି ନେଇ ଗତ ଶୁକ୍ରବାର ସନ୍ଧ୍ୟାରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ଉପସ୍ଥିତିରେ ବଲାଙ୍ଗୀର ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟ ଆଲୁମିନି କମିଟିର ସଭାପତି ଡ. ବାସୁଦେବ ପତିଙ୍କ ସମନ୍ବୟରେ ଡାକ୍ତରୀ ଛାତ୍ରୀଛାତ୍ରମାନେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ଆଲୋଚନା ହୋଇଥିଲା । ମୁଖ୍ୟତଃ ଆଲୋଚନା ସମୟରେ ନୂତନ ପଦବୀ ସୃଷ୍ଟି କରିବା ବିଷୟରେ ଆଲେଚନା କରାଯାଇଥିଲା। ନୂତନ ପଦବୀକୁ ନେଇ ସଙ୍ଗେସଙ୍ଗେ ଏକ ନୂତନ କମିଟି ଗଠିତ କରାଯାଇ ତାହାର ନିର୍ଦ୍ଦେଶାନାମା ଜାରି କରାଯାଇଥିଲା । ଡାଇନାମିକ ଷ୍ଟାଇପେଣ୍ଡ ବୃଦ୍ଧି କରଯାଇଥିବା ଦାବିକୁ ପୂରଣ କରିଥିବାବେଳେ ସରକାର ଅନ୍ୟାନ୍ୟ ଦାବିଗୁଡିକ ଯଥାସମ୍ଭବ ପୂରଣ କରାଯିବ ବୋଲି ମନ୍ତ୍ରୀ ପ୍ରତିଶ୍ରୁତି ଦେଇ ଛାତ୍ରୀଛାତ୍ରମାନଙ୍କୁ ଧାରଣା ସ୍ଥଗିତ ରଖୁବାକୁ ମନ୍ତ୍ରୀ ଅନୁରୋଧ କରିଥିବା ଆୟୁଷ ସଂଘ ପକ୍ଷରୁ କୁହାଯାଇଛି। ତେବେ ବର୍ତ୍ତମାନ ସଂଘ ସର୍ଭମୂଳକ ଭାବେ ଆନ୍ଦୋଳନକୁ ସ୍ଥଗିତ କରିଛନ୍ତି । ଆଗାମୀ ତିନିମାସ ମଧ୍ୟରେ ଦାବି ପୂରଣ ଦିଗରେ ସରକାର କୌଣସି ପଦକ୍ଷେପ ନ ନେଲେ ଆୟୁଷ ସଂଗଠନ ପକ୍ଷରୁ ପୁଣି ସ୍ବର ଉତ୍ତୋଳନ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri