ଆୟୁଷ ବିଦ୍ୟାଳୟ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ)
କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିରସ୍ଥିତ କପିଳେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଆୟୁଷ ବିଭାଗ ପକ୍ଷରୁ ଜିଲା ହୋମିଓ ପ୍ୟାଥିକ ଚିକିତ୍ସା ଅଧିକାରିଣୀ ଡ଼.ଅଭାମୟୀ ନାୟକଙ୍କ ନେତୃତ୍ୱରେ ଆୟୁଷ ବିଦ୍ୟାଳୟ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟଅତିଥି ଭାବେ କପିଳେଶ୍ୱର ଉଚ୍ଚବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁଶୀଳ କୁମାର ବିଶି ଯୋଗଦେଇ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିଥିଲେ। ରାଜ୍ୟ ସରକାରଙ୍କ ଆୟୁଷ ବିଭାଗ ପକ୍ଷରୁ ଶିରୋଲ ସରକାରୀ ଉଚ୍ଚ ବିଦ୍ୟାଳୟ ଓ କନ୍ତେଶିର କପିଳେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟକୁ ଏହି କାର୍ଯ୍ୟକ୍ରମରେ ସାମିଲ କରାଯାଇଛି। କପିଳେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟରେ ଛାତ୍ରୀଛାତ୍ରମାନଙ୍କୁ ଯୋଗ ଶିକ୍ଷା ପ୍ରଦାନ କରାଯାଇଥିଲା। ଯୋଗ ଶିବିରରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦେଇଥିଲେ। ରାଜ୍ୟ ସରକାର ଆୟୁଷ ବିଭାଗ ନିର୍ଦ୍ଦେଶକ୍ରମେ ସ୍କୁଲ ପରିସରରେ ଆୟୁର୍ବେଦ ବୃକ୍ଷ ଯଥା, ନିମ୍ବ, ତୁଳସୀ, ବେଲବୃକ୍ଷ ସହ ବିଭିନ୍ନ ଆୟୁର୍ବେଦ ବୃକ୍ଷ ରୋପଣ କରିବା ପାଇଁ ପ୍ରଧାନ ଶିକ୍ଷକଙ୍କୁ ଜିଲା ହୋମିଓ ପ୍ୟାଥିକ ଚିକିତ୍ସା ଅଧିକାରିଣୀ ଅଭାମୟୀ ନାୟକ ଉପଦେଶ ଦେଇଥିଲେ। ସ୍କୁଲର ୧୧୪ଜଣ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରି ମାଗଣାରେ ଔଷଧ ପ୍ରଦାନ କରାଯାଇଥିଲା। ଛାତ୍ରୀମାନଙ୍କ ମାସିକ ଋତୁ ସମସ୍ୟା, କାଛୁକୁଣ୍ଡିଆ, ଆଖିଧରା ରୋଗ, କୋଭିଡ୍‌, ମାନସିକ, ବୌଦ୍ଧିକ ବିକାଶ ଆଦି ବିଷୟରେ ଆୟୁଷ ଡାକ୍ତର ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ଜିଲା ହୋମିଓପ୍ୟାଥିକ ମେଡ଼ିକାଲ ଅଫିସର ଅଭାମୟୀ ନାୟକ, ଜିଲା ଆୟୁର୍ବେଦ ଚିକିତ୍ସା ଅଧିକାରୀ ଡ଼.ସରୋଜ କୁମାର ମିଶ୍ର, ଡ଼ ଜ୍ୟୋତି ମିଶ୍ର, ଡ଼.ସରିତା ତ୍ରିପାଠୀ, ଡ଼.ତୁଳସୀ ବେହେରା ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ପ୍ରକାର ରୋଗ ବିଷୟ ଅବଗତ କରାଇଥିଲେ। ଏହି ଉପଲକ୍ଷେ ସ୍କୁଲରେ ବିଭିନ୍ନ ପ୍ରକାର ଔଷଧୀୟ ବୃକ୍ଷ ରୋପଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମ ପ୍ରବାହକୁ ଖାତିର ନାହିଁ: ମାରାଥନ ପ୍ରଚାରରେ ପ୍ରାର୍ଥୀ

କେସିଙ୍ଗା,୩।୫(ତୁମେଶ୍ୱର ସାହୁ): ମେ’ ୧୩ରେ ଓଡ଼ିଶରେ ପ୍ରଥମ ପର୍ଯ୍ୟାୟ ଭୋଟ। ନିଜ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବେ କଳାହାଣ୍ଡି ଲୋକସଭା ଏବଂ ବିଧାନସଭା ନିର୍ବାଚନ...

ଚର୍ଚ୍ଚାରେ କଳାହାଣ୍ଡି ଛାତ୍ର ଅନିରୁଦ୍ଧ

ଭବାନୀପାଟଣା,୩ା୫(ଉତ୍ତମ କୁମାର ଦାଶ):ଆୟର୍ଲାଣ୍ଡ ଡବଲିନ୍‌ ସିଟି ବିଶ୍ୱବିଦ୍ୟାଳୟରେ ଗତ ସପ୍ତାହରେ ଅନୁଷ୍ଠିତ ସପ୍ତମ ବାର୍ଷିକ ଦକ୍ଷିଣ ଏସିଆ ସମ୍ମିଳନୀରେ ନିଜ ଶୀର୍ଷକ ଉପସ୍ଥାପନ କରି ଚର୍ଚ୍ଚାକୁ...

ମାରାଥନ ପ୍ରଚାର କଲେ ବିଧାନସଭା ପ୍ରାର୍ଥିନୀ ଲଳିତା ନାଏକ

କେସିଙ୍ଗା,୨ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩ଟି ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ ଗୁରୁବାର ମାରାଥନ ପ୍ରଚାର କରିଛନ୍ତି।...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ରିପିଟ୍‌ ହେବେ ନା ପରିବର୍ତ୍ତନ ଆସିବ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ):ପ୍ରାର୍ଥୀ ଘୋଷଣା ପରେ ଉଷ୍ମ ହେଲାଣି କଳାହାଣ୍ଡି ରାଜନୀତି। ଭୋଟରଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରିବା ପାଇଁ କସରତ ଆରମ୍ଭ କରିଦେଲେଣି ତିନି...

ଖରାକୁ ଖାତିର ନ କରି ବାଇକ୍‌ରେ ବୁଲି ପ୍ରଚାର କଲେ ପ୍ରାର୍ଥୀ

କେସିଙ୍ଗା,୩୦।୪(ତୁମେଶ୍ୱର ସାହୁ):କେସିଙ୍ଗା,୩୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକ ଅଧୀନ ବୋରିଆ, ପର୍ଥଲା, କିକିଆ ପଞ୍ଚାୟତର ବିଭିନ୍ନ ଗ୍ରାମରେ ପ୍ରଚାର କରିଛନ୍ତି ବିଜେଡିର ଉଭୟ ପ୍ରାର୍ଥୀ।...

ପ୍ରଚଣ୍ଡ ଖରାକୁ ଖାତିର ନ କରି ପ୍ରଚାର ମଇଦାନରେ ପ୍ରାର୍ଥିନୀ

କେସିଙ୍ଗା,୨୮ା୪(ତୁମେଶ୍ୱର ସାହୁ): ସମଗ୍ର କେସିଙ୍ଗା ଅଞ୍ଚଳରେ କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏପରିକି ତାପମାତ୍ରା ୪୦ରୁ ୪୫ ଡିଗ୍ରୀରୁ ଅଧିକ ରହିଥିବାରୁ ଅଞ୍ଚଳବାସୀ...

‘ମୁଖ୍ୟମନ୍ତ୍ରୀଙ୍କ ହୃଦୟରେ ଆଦିବାସୀଙ୍କ ପାଇଁ ସ୍ବତନ୍ତ୍ର ସ୍ଥାନ ରହିଛି’

ଭବାନୀପାଟଣା/କୋକସରା/ଗୋଲାମୁଣ୍ଡା/ କର୍ଲାମୁଣ୍ଡା,୨୮।୪(ଉତ୍ତମ କୁମାର ଦାଶ/ ଦୁଷ୍ମନ୍ତ ପଟ୍ଟଯୋଶୀ/ବଟକୃଷ୍ଣ ପଣ୍ଡା/ପ୍ରଦୀପ ସାହୁ): ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର କଳାହାଣ୍ଡି ଜିଲାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri