ଆୟୁଷ ବିଦ୍ୟାଳୟ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ)
କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିରସ୍ଥିତ କପିଳେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଆୟୁଷ ବିଭାଗ ପକ୍ଷରୁ ଜିଲା ହୋମିଓ ପ୍ୟାଥିକ ଚିକିତ୍ସା ଅଧିକାରିଣୀ ଡ଼.ଅଭାମୟୀ ନାୟକଙ୍କ ନେତୃତ୍ୱରେ ଆୟୁଷ ବିଦ୍ୟାଳୟ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟଅତିଥି ଭାବେ କପିଳେଶ୍ୱର ଉଚ୍ଚବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁଶୀଳ କୁମାର ବିଶି ଯୋଗଦେଇ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିଥିଲେ। ରାଜ୍ୟ ସରକାରଙ୍କ ଆୟୁଷ ବିଭାଗ ପକ୍ଷରୁ ଶିରୋଲ ସରକାରୀ ଉଚ୍ଚ ବିଦ୍ୟାଳୟ ଓ କନ୍ତେଶିର କପିଳେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟକୁ ଏହି କାର୍ଯ୍ୟକ୍ରମରେ ସାମିଲ କରାଯାଇଛି। କପିଳେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟରେ ଛାତ୍ରୀଛାତ୍ରମାନଙ୍କୁ ଯୋଗ ଶିକ୍ଷା ପ୍ରଦାନ କରାଯାଇଥିଲା। ଯୋଗ ଶିବିରରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦେଇଥିଲେ। ରାଜ୍ୟ ସରକାର ଆୟୁଷ ବିଭାଗ ନିର୍ଦ୍ଦେଶକ୍ରମେ ସ୍କୁଲ ପରିସରରେ ଆୟୁର୍ବେଦ ବୃକ୍ଷ ଯଥା, ନିମ୍ବ, ତୁଳସୀ, ବେଲବୃକ୍ଷ ସହ ବିଭିନ୍ନ ଆୟୁର୍ବେଦ ବୃକ୍ଷ ରୋପଣ କରିବା ପାଇଁ ପ୍ରଧାନ ଶିକ୍ଷକଙ୍କୁ ଜିଲା ହୋମିଓ ପ୍ୟାଥିକ ଚିକିତ୍ସା ଅଧିକାରିଣୀ ଅଭାମୟୀ ନାୟକ ଉପଦେଶ ଦେଇଥିଲେ। ସ୍କୁଲର ୧୧୪ଜଣ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରି ମାଗଣାରେ ଔଷଧ ପ୍ରଦାନ କରାଯାଇଥିଲା। ଛାତ୍ରୀମାନଙ୍କ ମାସିକ ଋତୁ ସମସ୍ୟା, କାଛୁକୁଣ୍ଡିଆ, ଆଖିଧରା ରୋଗ, କୋଭିଡ୍‌, ମାନସିକ, ବୌଦ୍ଧିକ ବିକାଶ ଆଦି ବିଷୟରେ ଆୟୁଷ ଡାକ୍ତର ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ଜିଲା ହୋମିଓପ୍ୟାଥିକ ମେଡ଼ିକାଲ ଅଫିସର ଅଭାମୟୀ ନାୟକ, ଜିଲା ଆୟୁର୍ବେଦ ଚିକିତ୍ସା ଅଧିକାରୀ ଡ଼.ସରୋଜ କୁମାର ମିଶ୍ର, ଡ଼ ଜ୍ୟୋତି ମିଶ୍ର, ଡ଼.ସରିତା ତ୍ରିପାଠୀ, ଡ଼.ତୁଳସୀ ବେହେରା ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ପ୍ରକାର ରୋଗ ବିଷୟ ଅବଗତ କରାଇଥିଲେ। ଏହି ଉପଲକ୍ଷେ ସ୍କୁଲରେ ବିଭିନ୍ନ ପ୍ରକାର ଔଷଧୀୟ ବୃକ୍ଷ ରୋପଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ବୋର୍ଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଘରେ ଶୋଇଥିବା ବେଳେ କଳାକାନା ବୁଲାଇଲେ ଚୋର, ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଅଳଙ୍କାର ଲୁଟ୍‌

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବୋର୍ଡ଼ା ଫାଣ୍ଡି ଅନ୍ତର୍ଗତ କରଲାପିଠା ଗ୍ରାମରେ ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତି ପ୍ରାୟ…

ପୁରୀ-କୋରାପୁଟ ସ୍ପେସିଆଲ୍‌ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି

କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍‌ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…

୭୭ ବନ ମହୋତ୍ସବ ପାଳିତ:ବିଭିନ୍ନ କିସମର ବୃକ୍ଷରୋପଣ

କର୍ଲାମୁଣ୍ଡା,୭।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଅମର ଯୁକ୍ତତିନି ମହାବିଦ୍ୟାଳୟ ଓ କେସିଙ୍ଗା ବନ ବିଭଗ ମିଳିତ ଉଦ୍ୟମରେ ମହାବିଦ୍ୟାଳୟ ପରିସରରେ ସୋମବାର ୭୭ତମ…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri