୮ ଦଫା ଦାବି ନେଇ ଆୟୁଷ ଛାତ୍ରୀଛାତ୍ରଙ୍କ ତାଲା ବନ୍ଦ ଆନ୍ଦୋଳନ, ଦେଲେ ଏମିତି ଚେତାବନୀ

ବଲାଙ୍ଗୀର, ୨୫।୧୧ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରେ ମଙ୍ଗଳବାର ଦ୍ବିତୀୟ ଦିବସରେ ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଙ୍ଗଠନର ତାଲା ବନ୍ଦ ଆନ୍ଦୋଳନ ଜାରି ରହିଛି। ଏହି ଆନ୍ଦୋଳନକୁ ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିିଟାଲର ଆଲୁମିନି ଆସୋସିଏଶନ ସମର୍ଥନ କରିଛନ୍ତି। ଆଲୁମିନି ଆସୋସିଏଶନ ସଭାପତି ଡାକ୍ତର ବାସୁଦେବ ପତିଙ୍କ ନେତୃତ୍ୱରେ ଆଲୁମିନି ସଙ୍ଘର ସଦସ୍ୟ ମାନେ ବଲାଙ୍ଗୀର ସରକାରୀ ଆୟର୍ବେଦିକ କଲେଜ ଓ ହସ୍ପିଟାଲକୁ ଆସି ଆନ୍ଦୋଳନରେ ସାମିଲ ହୋଇ ସମର୍ଥନ ଜଣାଇଥିଲେ। ଛାତ୍ରମାନଙ୍କ ଦାବୀକୁ ତୁରନ୍ତ ପୂରଣ କରିବାକୁ ରାଜ୍ୟ ସରକାରଙ୍କୁ ପୁରାତନ ଛାତ୍ରମାନେ ଦାବି ଜଣାଇଛନ୍ତି । ଆୟୁଷ ଛାତ୍ରୀଛାତ୍ର ଯେଉଁ ୮ ଦଫା ଦାବି ଉପସ୍ଥାପନ କରିଛନ୍ତି, ସେଥିରେ ଓପିଏସ୍‌ସି ମାଧ୍ୟମରେ ନୂଆ ସ୍ଥାୟୀ ଆୟୁଷ ମେଡିକାଲ ଅଫିସର ପଦବୀ ସୃଷ୍ଟି କରିବା, ଉଚ୍ଚ ଶିକ୍ଷା ସୁବିଧା ପାଇଁ ପିଜି ଓ ପିଏଚଡ଼ି ସିଟ ବଢ଼ାଇବା, ଆୟୁଷ ହାଉସ ସର୍ଜନମାନଙ୍କ ପାଇଁ ଡାଇନାମିକ ଷ୍ଟାଇପେଣ୍ଡ ବୃଦ୍ଧି, ଆୟୁଷ କଲେଜ ଗଭରଣିଂବଡ଼ିର ପୁନର୍ଗଠନ କରିବା , କଲେଜ ଏବଂ ଆୟୁଷ ମନ୍ତ୍ରଣାଳୟର ଗେଜେଟର ପୂର୍ଣ୍ଣ ପ୍ରୟୋଗ କରି ଉଭୟ ଶିକ୍ଷା ଓ ଭିତ୍ତିଭୂମିର ବିକାଶ କରିବାକୁ ଦାବି କରିଛନ୍ତି । ସମସ୍ତ ଯୋଜନା ଯଥା ରାଜ୍ୟ ସରକାରଙ୍କ ସମସ୍ତ ଯୋଜନା ଯଥା ନିରାମୟ, ଗୋପବନ୍ଧୁ ଜନଆରୋଗ୍ୟ ଆଦିରେ ଆୟୁଷକୁ ସମ୍ମିଳିତ କରିବା ଓ ଆୟୁଷ ଚିକିତ୍ସାଳୟ ନିମନ୍ତେ ସଚେତନତା ଓ ପ୍ରଚାର କରିବାକୁ ଦାବି କରିଛନ୍ତି। ସ୍ବତନ୍ତ୍ର ଆୟୁଷ ବିଭାଗ ସ୍ଥାପନ କରି ଏହାକୁ ରାଜନୈତିକ ଓ ପ୍ରଶାସନିକ ଦ୍ବନ୍ଦ୍ବରୁ ମୁକ୍ତି ଦେବାକୁ ଆୟୁଷ ଡାକ୍ତରୀ ଛାତ୍ରୀଛାତ୍ର ମାନେ ଦାବି କରିଛନ୍ତି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ସେମାନେ ଅନିର୍ର୍ଦ୍ଦିଷ୍ଟ କାଳ ଯାଏ ମହାବିଦ୍ୟାଳୟରେ ପ୍ରତିବାଦ ଜାରି ରଖିବେ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri