Posted inଖେଳ

ସିଏସ୍‌କେରେ ଯୋଗ ଦେବେ ଆୟୁଷ

ଚେନ୍ନାଇ,୧୩ା୪: ଋତୁରାଜ ଗାଏକ୍ୱାଡଙ୍କ ବଦଳ ଖେଳାଳି ଭାବେ ଆୟୁଷ ମହାତ୍ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳରେ ଯୋଗ ଦେବେ। ଏଲବୋରେ ଫ୍ରାଚକର ଯୋଗୁ ଗାଏକ୍ୱାଡ ଚଳିତ ଆଇପିଏଲ୍‌ରୁ ବାଦ ପଡ଼ିଛନ୍ତି। ତାଙ୍କ ଅନୁପସ୍ଥିତିରେ ମହେନ୍ଦ୍ର ସିଂ ଧୋନୀ ଦଳର ନେତୃତ୍ୱ ନେଉଛନ୍ତି।

ଗତ ବର୍ଷ ନଭେମ୍ବରରେ ଅନୁଷ୍ଠିତ ମେଗା ଅକ୍ସନରେ ଅନସୋଲ୍ଡ ରହିଥିବା ଯୁବ ମୁମ୍ବାଇ ଓପନରଙ୍କୁ ୩୦ ଲକ୍ଷ ଟଙ୍କାର ବେସ୍‌ ପ୍ରାଇସ୍‌ରେ ଦଳରେ ସାମିଲ କରାଯାଇଛି। ସେ ଆଗାମୀ କିଛି ଦିନ ମଧ୍ୟରେ ଦଳରେ ଯୋଗଦେବେ ବୋଲି ସିଏସ୍‌କେ ମ୍ୟାନେଜମେଣ୍ଟ ପକ୍ଷରୁ କୁହାଯାଇଛି।

ତେବେ ସିଏସ୍‌କେ ନିକଟରେ ଗାଏକ୍ୱାଡଙ୍କ ବଦଳ ଖେଳାଳି ଭାବେ ମହାତ୍ରେଙ୍କ ବ୍ୟତୀତ ଗୁଜରାଟର ଉର୍ଭିଲ ପଟେଲ, କେରଳର ସଲମାନ ନିଜାର ଓ ପୃଥ୍ବୀ ଶ’ଙ୍କ ଭଳି ବିକଳ୍ପ ଥିଲା। ଗତ ବର୍ଷ ଅକ୍ଟୋବରରେ ଫାଷ୍ଟ-କ୍ଲାସ ପଦାର୍ପଣ କରିଥିବା ୧୭ ବର୍ଷୀୟ ମହାତ୍ରେ ଏପର୍ଯ୍ୟନ୍ତ ୯ ମ୍ୟାଚରେ ଦୁଇଟି ଶତକ ଓ ୧ ଅର୍ଦ୍ଧଶତକ ସହ ୫୦୪ ରନ କରିଛନ୍ତି। ସେହିଭଳି ୭ ଲିଷ୍ଟ-ଏ ମ୍ୟାଚରେ ସେ ଦୁଇଟି ଶତକ ସହ ୪୫୮ ରନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

ଶପଥ ନେଲେ କେରଳର ନୂଆ ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୧୮।୫: ସୋମବାର (୧୮ ମଇ, ୨୦୨୬) ତିରୁଭାନନ୍ତପୁରମର କେନ୍ଦ୍ରୀୟ ଷ୍ଟାଡିୟମରେ କଂଗ୍ରେସ ନେତା ଭି.ଡି. ସାଥୀସାନ୍‌ କେରଳର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଏବଂ ସେ…

୩୦ ମିନିଟ ପର୍ଯ୍ୟନ୍ତ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ଯୁଦ୍ଧକୁ ନେଇ ହେଲା ନୂଆ ପ୍ଲାନ? ଜାଣନ୍ତୁ…

ଓ୍ବାଶିଂଟନ,୧୮।୫: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସପ୍ତାହେ ଧରି ଚାଲିଥିବା ତୀବ୍ର ସଂଘର୍ଷ ପରେ ବର୍ତ୍ତମାନ ଏକ ଅସ୍ତ୍ରବିରତି କାର୍ଯ୍ୟକାରୀ ହେଉଛି। ତଥାପି, ଏହା ସତ୍ତ୍ୱେ,…

ସିଆଇଆଇର ଆଦର୍ଶ ମହିଳା ସମ୍ମାନରେ ସମ୍ମାନିତ ହେଲେ ଦାରିଙ୍ଗବାଡ଼ିର ସୁନାଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ାଙ୍କୁ ଦେଶ ସ୍ତରରେ ସିଆଇଆଇ ଆଦର୍ଶ ମହିଳା ସମ୍ମାନ ମିଳିବା ବ୍ରାହ୍ମଣୀଗାଁ ଅଞ୍ଚଳ…

ହଠାତ୍‌ ମାଡ଼ିଆସିଲା କାଳବୈଶାଖୀ, ବଜ୍ରପାତରେ ଚାଲିଗଲା ୨ ଜୀବନ

ଲକ୍ଷ୍ମୀପୁର,୧୮ା୫(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅଞ୍ଚଳରେ ରବିବାର ଅପରାହ୍ନରେ ବଜ୍ରପାତ ଘଟି ୨ ଜଣଙ୍କ ଜୀବନ ଯାଇଛି। ଓଡ଼ିଆ ପେଣ୍ଟ ପଞ୍ଚାୟତର ତଳକାଇପଦର…

ଆହୁରି ମହଙ୍ଗା ହେବ ପେଟ୍ରୋଲ-ଡିଜେଲ? ରୁଷିଆ ତେଲ କିଣି ପାରିବନି ଭାରତ!

ନୂଆଦିଲ୍ଲୀ,୧୮।୫: ହର୍ମୁଜ ପ୍ରଣାଳୀରେ ଅବରୋଧ ଯୋଗୁ, ବିଶ୍ୱ ତୈଳ ସଙ୍କଟ ଗଭୀର ହେଉଛି, ତଥାପି ଏହାର ସମାଧାନର କୌଣସି ଦୃଶ୍ୟ ଦେଖାଯାଉ ନାହିଁ। ପ୍ରାରମ୍ଭରେ, କିନ୍ତୁ, ଆମେରିକା…

ସକାଳୁ ସକାଳୁ ବ୍ଲକ ଉପାଧ୍ୟକ୍ଷଙ୍କ ଘରେ ଚଢ଼ାଉ, ସ୍ପେଶାଲ ସ୍କ୍ବାଡ୍‌ ନିଯୁକ୍ତ ହୋଇ…

କେନ୍ଦୁଝର/ହାଟଡିହୀ/ଛେନାପଦୀ/ବଞ୍ଚୋ ,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା/ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଏକାଧିକ ଟିମ୍‌ ଗଠନ କରି ଆନନ୍ଦପୁର…

ନ୍ୟାୟ ନ ପାଇ ଆତ୍ମହତ୍ୟା କଲେ ଗଣବଳାତ୍କାର ପୀତିତା ୨ ଭଉଣୀ

ଯୋଧପୁର,୧୮ା୫: ରାଜସ୍ଥାନର ଯୋଧପୁର ଅନ୍ତର୍ଗତ ଗ୍ରାମାଞ୍ଚଳରେ ବହୁବର୍ଷ ଧରି ଗଣବଳାତ୍କାର ଓ ବ୍ଲାକ୍‌ମେଲ୍‌ର ସମ୍ମୁଖୀନ ହୋଇଆସୁଥିବା ୨ ଭଉଣୀ ବାରମ୍ବାର ଥାନାର ଦ୍ୱାରସ୍ଥ ହେବା ସତ୍ତ୍ୱେ ନ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri