Posted inଜାତୀୟ

ଖୁବ୍‌ଶୀଘ୍ର ଆୟୁଷ ଭିଜା

ଗାନ୍ଧୀନଗର, ୨୧ା୪: ପାରମ୍ପରିକ ଔଷଧ ଏବଂ ଆୟୁଷ ଉତ୍ପାଦଗୁଡ଼ିକ ମାଧ୍ୟମରେ ଚିକିତ୍ସା ପଦ୍ଧତିକୁ ବିଶ୍ୱସ୍ତରରେ ପହଞ୍ଚାଇବା ନିମନ୍ତେ କେନ୍ଦ୍ର ସରକାର ଆୟୁଷ ଭିଜା ଆଣିବେ। ଏହା ଦ୍ୱାରା ପାରମ୍ପରିକ ଚିକିତ୍ସା ପଦ୍ଧତିର ଲାଭ ଉଠାଇବା ବିଦେଶୀ ନାଗରିକଙ୍କ ପାଇଁ ସହଜ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କହିଛନ୍ତି। ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରଠାରେ ଆୟୋଜିତ ଗ୍ଲୋବାଲ ଆୟୁଷ ଇନ୍‌ଭେଷ୍ଟମେଣ୍ଟ ଆଣ୍ଡ୍‌ ଇନୋଭେଶନ ସମିଟ୍‌-୨୦୨୨ରେ ପ୍ରଧାନମନ୍ତ୍ରୀ ମୋଦି ଏହି ଘୋଷଣା କରିଛନ୍ତି।
ଚିକିତ୍ସା ଟୁରିଜମ୍‌କୁ ପ୍ରୋତ୍ସାହିତ କରିବା ଦିଗରେ କେନ୍ଦ୍ରର ସ୍ବତନ୍ତ୍ର ଯୋଜନା ରହିଛି। ଔଷଧୀୟ ଚାରାରୋପଣ କରିଥିବା ଚାଷୀଙ୍କୁ ସଂଯୋଗ କରିବା ପାଇଁ ଏକ ଡିଜିଟାଲ ପୋର୍ଟାଲ ଖୋଲାଯିବା ସହ ଅନ୍ୟ ଟେକ୍ନୋଲୋଜି ସଂଲଗ୍ନ ରହିବ ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି। କୋଭିଡ୍‌-୧୯ ମହାମାରୀବେଳେ ଲୋକେ ବହୁଳ ମାତ୍ରାରେ ଆୟୁର୍ବେଦିକ୍‌ ପଦ୍ଧତିରେ ସ୍ବାସ୍ଥ୍ୟର ଯତ୍ନ ନେଇଥିଲେ। ତେଣୁ ଆୟୁଷ କ୍ଷେତ୍ରରେ ବିନିଯୋଗ ଓ ନୂତନତ୍ୱର ଅସୀମ ସମ୍ଭାବନା ରହିଛି। ଏହି ସେକ୍ଟରରେ ଯଥାସମ୍ଭବ ବିନିଯୋଗ କରିବାର ସମୟ ଉପନୀତ ବୋଲି ମୋଦି କହିଛନ୍ତି। ଏହି ଅବସରରେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ମୁଖ୍ୟ ଟେଡ୍ରୋସ୍‌ ଅଧନୋମ୍‌ ଘେବ୍ରେୟସ୍‌, ମରିସସ୍‌ ପ୍ରଧାନମନ୍ତ୍ରୀ ପ୍ରବୀନ୍ଦ କୁମାର ଜଗନ୍ନାଥ, କେନ୍ଦ୍ର ଆୟୁଷ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ ଏବଂ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଗୁଜରାଟର ଜାମ୍‌ନଗରଠାରେ ମଙ୍ଗଳବାର ଡବ୍ଲ୍ୟୁଏଚ୍‌ଓ ମୁଖ୍ୟଙ୍କ ଉପସ୍ଥିତିରେ ଗ୍ଲୋବାଲ ସେଣ୍ଟର ଫର୍‌ ଟ୍ରାଡିସନାଲ ମେଡିସିନ୍‌ (ଜିସିଟିଏମ୍‌)ର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତ ବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri