ବିନା ବିଦ୍ୟୁତ୍‌ରେ ଚାଲିଛି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ଅସହ୍ୟ ଗରମରେ ରୋଗୀ ହନ୍ତସନ୍ତ

ଅମରପାଲି,୧୧ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ଗ୍ରାମରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଦୀର୍ଘଦିନ ଧରି କାର୍ଯ୍ୟକ୍ଷମ ଥିଲେ ମଧ୍ୟ ଏପର୍ଯ୍ୟନ୍ତ ବିଦ୍ୟୁତ୍‌ ସଂଯୋଗ ପାଇନାହିଁ। ଫଳରେ ପ୍ରଚଣ୍ଡ ଖରା ଓ ଅସହ୍ୟ ଗରମ ମଧ୍ୟରେ ରୋଗୀ, ଗର୍ଭବତୀ ମହିଳା, ଶିଶୁ ଓ ସ୍ବାସ୍ଥ୍ୟକର୍ମୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ସୂଚନାନୁଯାୟୀ, ୨୦୧୪ରେ ପ୍ରାୟ ୧୫ ଲକ୍ଷ ଟଙ୍କା ବ୍ୟୟରେ କେନଝିରିଆପାଲିରେ ଏକ ସବ-ସେଣ୍ଟର ଭବନ ନିର୍ମାଣ ହୋଇଥିଲା। ପରେ ଏହାକୁ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଭାବେ ପରିଣତ କରାଯାଇଥିଲା। ଭବନରେ ବିଦ୍ୟୁତ୍‌ ଉପକରଣ ସ୍ଥାପନ କରାଯାଇଥିଲେ ମଧ୍ୟ ଏଯାଏ ବିଦ୍ୟୁତ ସଂଯୋଗ ହୋଇ ନ ଥିବାରୁ ସମସ୍ତ ଉପକରଣ ଅଚଳ ହୋଇପଡ଼ିଛି। କେନଝିରିଆପାଲି ପଞ୍ଚାୟତର ଅନେକ ଗ୍ରାମର ଲୋକ ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭରଶୀଳ। ବର୍ତ୍ତମାନ ବୀରମହାରାଜପୁର ଅଞ୍ଚଳରେ ତାପମାତ୍ରା ୪୩ରୁ ୪୪ ଡିଗ୍ରୀ ସେଲସିଅସ ମଧ୍ୟରେ ରହୁଥିବାବେଳେ ଆରୋଗ୍ୟ ମନ୍ଦିରରେ ପଙ୍ଖା କିମ୍ବା କୁଲର ଚାଲୁ ନ ଥିବାରୁ ରୋଗୀମାନେ ଅସହ୍ୟ ଗରମରେ ଛଟପଟ ହେଉଛନ୍ତି। ପ୍ରତି ମାସର ପ୍ରଥମ ସୋମବାର ଆୟୁଷ୍ମାନ ଆରୋଗ୍ୟ ଶିବିର, ମଙ୍ଗଳବାର ମମତା ଦିବସ ଏବଂ ବୁଧବାର ଟିକାକରଣ କାର୍ଯ୍ୟକ୍ରମ ହେଉଥିବାରୁ ବିଭିନ୍ନ ଗ୍ରାମରୁ ଗର୍ଭବତୀ ମହିଳା ଓ ଶିଶୁମାନେ ଏଠାକୁ ଆସୁଛନ୍ତି। କିନ୍ତୁ ବିଦ୍ୟୁତ ଅଭାବ ଯୋଗୁ ସେମାନଙ୍କୁ ଗରମ ଓ ଗୁଳୁଗୁଳି ମଧ୍ୟରେ ସମୟ କାଟିବାକୁ ପଡ଼ୁଛି। ଏହାଛଡ଼ା ବିଦ୍ୟୁତ ନ ଥିବାରୁ ଜଳଯୋଗାଣ ବ୍ୟବସ୍ଥା ମଧ୍ୟ ବନ୍ଦ ରହିଛି। ରୋଗୀଙ୍କ ଡ୍ରେସିଂ, ହାତ ଧୋଇବା ଓ ପାନୀୟ ଜଳ ପାଇଁ ବାହାର ନଳକୂପ ଉପରେ ନିର୍ଭର କରିବାକୁ ପଡ଼ୁଛି। ଭିତରେ ଥିବା ଶୌଚାଳୟ ମଧ୍ୟ ଅଚଳ ହୋଇପଡ଼ିଛି। ଫଳରେ ରୋଗୀସେବା ଗୁରୁତର ଭାବେ ପ୍ରଭାବିତ ହେଉଛି।

ଏ ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗୀୟ ଯନ୍ତ୍ରୀ କମଳିନୀ ଷଡ଼ଙ୍ଗୀଙ୍କୁ ପଚାରିବାରୁ, ବିଦ୍ୟୁତ ସଂଯୋଗ ପାଇଁ ଡିଏଫ୍ଡବ୍ଲ୍ୟୁ ବିଭାଗକୁ ଆବଶ୍ୟକ କାଗଜପତ୍ର ପଠାଯାଇଥିବା ଏବଂ ମଞ୍ଜୁରୀ ମିଳିଲେ ସଂଯୋଗ ଦିଆଯିବ ବୋଲି ସେ କହିଛନ୍ତି। ତେବେ ଜନସାଧାରଣଙ୍କ ସ୍ବାସ୍ଥ୍ୟସେବା ସହ ଜଡ଼ିତ ଏହି ଗୁରୁତ୍ୱପୂର୍ଣ୍ଣ କେନ୍ଦ୍ରରେ ଶୀଘ୍ର ବିଦ୍ୟୁତ୍‌ ସଂଯୋଗ ଯୋଗାଇବାକୁ ସ୍ଥାନୀୟ ଲୋକେ ଜିଲା ପ୍ରଶାସନଙ୍କ ହସ୍ତକ୍ଷେପ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ମିଳୁନି ପାନୀୟ ଜଳ, ଶୋଷ ମେଣ୍ଟାଉଛି ପରିତ୍ୟକ୍ତ କୁଣ୍ଡ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା ସୁଙ୍କି ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ଓଡ଼ିଶାର ଅନ୍ୟତମ ଗ୍ରାମ ବାନ୍ଧା। ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?