୧ରୁ ରାଜ୍ୟରେ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଶୁଭାରମ୍ଭ

ଭୁବନେଶ୍ୱର, ୧୩ା୩(ସୁନିତ୍‌ ମିଶ୍ର)ରାଜ୍ୟରେ ଆସନ୍ତା ଏପ୍ରିଲ ୧ରୁ କାର୍ଯ୍ୟକାରୀ ହେବ ଆୟୁଷ୍ମାନ୍‌ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଏହାସହ ଆୟୁଷ୍ମାନ୍‌ ବୟୋବନ୍ଦନା ଯୋଜନାର ମଧ୍ୟ ସେହିଦିନ ଶୁଭାରମ୍ଭ ହେବ। ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଯୋଜନାର ଶୁଭାରମ୍ଭ ପାଇଁ ରାଜ୍ୟର ସମସ୍ତ ୧୪୩୮ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଯୋଜନାର ପ୍ରଚାର ଓ ପ୍ରସାର ପାଇଁ ବ୍ୟାପକ ସଚେଚନତା କରାଯିବ।
ସୂଚନାଯୋଗ୍ୟ, ଆୟୁଷ୍ମାନ୍‌ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓଡ଼ିଶାରେ କାର୍ଯ୍ୟକାରୀ ହେବା ପାଇଁ ଗତ ଜାନୁଆରୀ ୧୩ରେ ନୂଆଦିଲ୍ଲୀଠାରେ ଜାତୀୟ ସ୍ବାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସହିତ ରାଜ୍ୟ ସରକାରଙ୍କ ଏକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ବୈଠକର ତଥ୍ୟ ଅନୁଯାୟୀ ଉଭୟ ଆୟୁଷ୍ମାନ୍‌ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ରାଜ୍ୟର ୧ କୋଟି ୦୩ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ଉପକୃତ ହେବେ। ବ୍ୟକ୍ତିଗତ ଭାବେ ୩.୪୬ କୋଟିରୁ ଉର୍ଦ୍ଧ୍ୱ ଲୋକ ଉପକୃତ ହେବେ। ଏହି ୨ଟି ଯୋଜନା ଓଡ଼ିଶାରେ ସଂଯୁକ୍ତ ଭାବେ କାର୍ଯ୍ୟକାରୀ କରାଯିବ। ଏହି ୨ ଯୋଜନା ପାଇଁ ପ୍ରତ୍ୟେକ ହିତାଧିକାରୀଙ୍କୁ ଗୋଟିଏ କାର୍ଡ ଯୋଗାଇ ଦିଆଯିବ। ବୟୋବନ୍ଦନା ଯୋଜନାରେ ହିତାଧିକାରୀମାନେ ଅଲଗା ଏକ ସ୍ବତନ୍ତ୍ର କାର୍ଡ ପାଇବେ। ଆୟୁଷ୍ମାନ୍‌ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ୬୭ ଲକ୍ଷ ୮୦ ହଜାରରୁ ଅଧିକ ପରିବାର ଉପକୃତ ହେବାକୁ ଥିବାବେଳେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ଅଧିକ ପରିବାର ଉପକୃତ ହେବେ। ସେହିପରି ୭୦ ବର୍ଷ ବୟସରୁ ଅଧିକ ବୟସର ଲୋକମାନଙ୍କୁ ଆୟୁଷ୍ମାନ୍‌ ବୟୋବନ୍ଦନା ଯୋଜନାରେ ସାମିଲ କରାଯିବ। ସୂଚନା ଅନୁଯାୟୀ ୭୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ଲୋକଙ୍କ ସଂଖ୍ୟା ୨୩,୧୨,୯୭୯। ତେବେ ଏମାନଙ୍କ ମଧ୍ୟରୁ ପ୍ରାୟ ୧୭ ଲକ୍ଷ ଆୟୁଷ୍ମାନ୍‌ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ସାମିଲଥିବାରୁ ଅଧିକ ୬ ଲକ୍ଷ ହିତାଧିକାରୀ ଏହି ଯୋଜନାରେ ଯୋଡ଼ିହେବେ। ପ୍ରତ୍ୟେକ ପୁରୁଷ ହିତାଧିକାରୀଙ୍କୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଦିଆଯିବା ବେଳେ ପ୍ରତ୍ୟେକ ମହିଳା ହିତାଧିକାରୀଙ୍କୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ପ୍ରଦାନ କରାଯିବ। ଗୋଟିଏ ପରିବାରରେ ୭୦ ବର୍ଷରୁ ଅଧିକ ବୟସର ହିତାଧିକାରୀ ଥିଲେ, ପରିବାର ପ୍ରତି ଚିକିତ୍ସା ଖର୍ଚ୍ଚ ସର୍ବାଧିକ ୧୫ ଲକ୍ଷ ଟଙ୍କା ହେବ। ହିତାଧିକାରୀମାନେ ଦେଶର ୨୯ ହଜାରରୁ ଅଧିକ ସରକାରୀ ଓ ପଞ୍ଜୀକୃତ ବେସରକାରୀ ଡାକ୍ତରଖାନାରେ ଚିକିତ୍ସା ସୁବିଧା ପାଇପାରିବେ। ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ, ଆଇଟି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ ଦେବ, ସ୍ବାସ୍ଥ୍ୟ ବିଭାଗ ଶାସନ ସଚିବ ଅଶ୍ବତୀ ଏସ୍‌ ଏବଂ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri