୧ରୁ ରାଜ୍ୟରେ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଶୁଭାରମ୍ଭ

ଭୁବନେଶ୍ୱର, ୧୩ା୩(ସୁନିତ୍‌ ମିଶ୍ର)ରାଜ୍ୟରେ ଆସନ୍ତା ଏପ୍ରିଲ ୧ରୁ କାର୍ଯ୍ୟକାରୀ ହେବ ଆୟୁଷ୍ମାନ୍‌ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଏହାସହ ଆୟୁଷ୍ମାନ୍‌ ବୟୋବନ୍ଦନା ଯୋଜନାର ମଧ୍ୟ ସେହିଦିନ ଶୁଭାରମ୍ଭ ହେବ। ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଯୋଜନାର ଶୁଭାରମ୍ଭ ପାଇଁ ରାଜ୍ୟର ସମସ୍ତ ୧୪୩୮ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଯୋଜନାର ପ୍ରଚାର ଓ ପ୍ରସାର ପାଇଁ ବ୍ୟାପକ ସଚେଚନତା କରାଯିବ।
ସୂଚନାଯୋଗ୍ୟ, ଆୟୁଷ୍ମାନ୍‌ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓଡ଼ିଶାରେ କାର୍ଯ୍ୟକାରୀ ହେବା ପାଇଁ ଗତ ଜାନୁଆରୀ ୧୩ରେ ନୂଆଦିଲ୍ଲୀଠାରେ ଜାତୀୟ ସ୍ବାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସହିତ ରାଜ୍ୟ ସରକାରଙ୍କ ଏକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ବୈଠକର ତଥ୍ୟ ଅନୁଯାୟୀ ଉଭୟ ଆୟୁଷ୍ମାନ୍‌ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ରାଜ୍ୟର ୧ କୋଟି ୦୩ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ଉପକୃତ ହେବେ। ବ୍ୟକ୍ତିଗତ ଭାବେ ୩.୪୬ କୋଟିରୁ ଉର୍ଦ୍ଧ୍ୱ ଲୋକ ଉପକୃତ ହେବେ। ଏହି ୨ଟି ଯୋଜନା ଓଡ଼ିଶାରେ ସଂଯୁକ୍ତ ଭାବେ କାର୍ଯ୍ୟକାରୀ କରାଯିବ। ଏହି ୨ ଯୋଜନା ପାଇଁ ପ୍ରତ୍ୟେକ ହିତାଧିକାରୀଙ୍କୁ ଗୋଟିଏ କାର୍ଡ ଯୋଗାଇ ଦିଆଯିବ। ବୟୋବନ୍ଦନା ଯୋଜନାରେ ହିତାଧିକାରୀମାନେ ଅଲଗା ଏକ ସ୍ବତନ୍ତ୍ର କାର୍ଡ ପାଇବେ। ଆୟୁଷ୍ମାନ୍‌ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ୬୭ ଲକ୍ଷ ୮୦ ହଜାରରୁ ଅଧିକ ପରିବାର ଉପକୃତ ହେବାକୁ ଥିବାବେଳେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ଅଧିକ ପରିବାର ଉପକୃତ ହେବେ। ସେହିପରି ୭୦ ବର୍ଷ ବୟସରୁ ଅଧିକ ବୟସର ଲୋକମାନଙ୍କୁ ଆୟୁଷ୍ମାନ୍‌ ବୟୋବନ୍ଦନା ଯୋଜନାରେ ସାମିଲ କରାଯିବ। ସୂଚନା ଅନୁଯାୟୀ ୭୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ଲୋକଙ୍କ ସଂଖ୍ୟା ୨୩,୧୨,୯୭୯। ତେବେ ଏମାନଙ୍କ ମଧ୍ୟରୁ ପ୍ରାୟ ୧୭ ଲକ୍ଷ ଆୟୁଷ୍ମାନ୍‌ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ସାମିଲଥିବାରୁ ଅଧିକ ୬ ଲକ୍ଷ ହିତାଧିକାରୀ ଏହି ଯୋଜନାରେ ଯୋଡ଼ିହେବେ। ପ୍ରତ୍ୟେକ ପୁରୁଷ ହିତାଧିକାରୀଙ୍କୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଦିଆଯିବା ବେଳେ ପ୍ରତ୍ୟେକ ମହିଳା ହିତାଧିକାରୀଙ୍କୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ପ୍ରଦାନ କରାଯିବ। ଗୋଟିଏ ପରିବାରରେ ୭୦ ବର୍ଷରୁ ଅଧିକ ବୟସର ହିତାଧିକାରୀ ଥିଲେ, ପରିବାର ପ୍ରତି ଚିକିତ୍ସା ଖର୍ଚ୍ଚ ସର୍ବାଧିକ ୧୫ ଲକ୍ଷ ଟଙ୍କା ହେବ। ହିତାଧିକାରୀମାନେ ଦେଶର ୨୯ ହଜାରରୁ ଅଧିକ ସରକାରୀ ଓ ପଞ୍ଜୀକୃତ ବେସରକାରୀ ଡାକ୍ତରଖାନାରେ ଚିକିତ୍ସା ସୁବିଧା ପାଇପାରିବେ। ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ, ଆଇଟି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ ଦେବ, ସ୍ବାସ୍ଥ୍ୟ ବିଭାଗ ଶାସନ ସଚିବ ଅଶ୍ବତୀ ଏସ୍‌ ଏବଂ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri