ଭଞ୍ଜନଗର ବିଭିନ୍ନ ସ୍ଥାନରେ ଆୟୁଷ୍ମାନ ଭାରତ ଶୁଭାରମ୍ଭ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଭାରତ ସରକାରଙ୍କ ନେତୃତ୍ୱରେ ଚାଲିଥିବା ଆୟୁଷ୍ମାନ ଭାରତ – ପ୍ରଧାନମନ୍ତ୍ରୀଙ୍କ ଜନ ଆରୋଗ୍ୟ ଯୋଜନା (ଏବିପିଏମଜେଏୱାଇ) ଏବଂ ଆମ ରାଜ୍ୟର ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା (ଜିଜେଏୱାଇ) ଭାରତ ସରକାରଙ୍କ ଯୋଜନା ସହ ସଂଯୁକ୍ତ ହୋଇ ଶୁକ୍ରବାର ତାହା ରାଜ୍ୟରେ ଲାଗୁ ହୋଇଛି।
ଏହିଭଳି ଭଞ୍ଜନଗର ନିର୍ବାଚନମଣ୍ଡଳୀରେ ମଧ୍ୟ ବିଭିନ୍ନ ସ୍ଥାନରେ ତାହାର ଶୁଭାରମ୍ଭ ହୋଇଥିଲା। ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମର  ସିଧା ପ୍ରସାରଣ ନିମନ୍ତେ ଭଞ୍ଜନଗର ପଞ୍ଚାୟତ ସମିତିର   କୁଲାଡ଼ , ମୁଜାଗଡ , ଡୁମାକୁମ୍ପା ଓ ବହାଡାପଦରଠାରେ ବ୍ୟବସ୍ଥା ହୋଇଥିଲା। ଏଥିସହ ଜଗନ୍ନାଥ ପ୍ରସାଦ ବ୍ଲକର  ତାରସିଂ, ବରଙ୍ଗା, ଛାମୁଣ୍ଡା, ପ୍ରମୁଖ ସ୍ଥାନରେ ଏହି କାର୍ଯ୍ୟକ୍ରମ ହୋଇଥିଲା। ବିଭିନ୍ନ ସ୍ଥାନରେ ହୋଇଥିବା କାର୍ଯ୍ୟକ୍ରମରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ।
ମାତ୍ର ପୁରୀଠାରେ ଚାଲିଥିବା ବିଧାୟକ ପ୍ରଶିକ୍ଷଣ ଶିବିରରେ ଯୋଗ ଦେବାର ଥିବା ଯୋଗୁ ବିଧାୟକ ତାରସିଂ ଏବଂ କୁଲାଡ ଠାରେ କିଛି ସମୟ ରହି ପୁରୀ ଅଭିମୁଖେ ଚାଲି ଯାଇଥିଲେ। ଏହି ଅବସରରେ ବିଧାୟକ ନାୟକ ଗଣମାଧ୍ୟମ ପ୍ରତିନିଧି ମାନଙ୍କ ସହ ଆଲୋଚନା ସମୟରେ କହିଛନ୍ତି ଯେ, ଯୋଗାଇ ଦିଆଯାଉଥିବା ଏହି କାର୍ଡ ମାଧ୍ୟମରେ ସାରା ଭାରତ ବର୍ଷରେ ୨୯୦୦୦ରୁ ଊର୍ଦ୍ଧ୍ୱ ତାଲିକାଭୁକ୍ତ ସରକାରୀ ଏବଂ ଘରୋଇ ଚିକିତ୍ସାଳୟ ମାନଙ୍କରେ ମିଳୁଥିବା ଉନ୍ନତମାନର ସ୍ବାସ୍ଥ୍ୟସେବା ଲୋକେ ମାଗଣାରେ ପାଇପାରିବେ । ଭାରତ ସରକାର ଏବଂ ଓଡିଶା ସରକାରଙ୍କ ମିଳିତ ଆନୁକୁଲ୍ୟରେ,ଏହି ଯୋଜନା ମାଧ୍ୟମରେ ରାଜ୍ୟରେ ୧.୦୩ କୋଟି ପରିବାରର ୩.୪୬ କୋଟି ହିତାଧିକାରୀ ଏବଂ ଗଞ୍ଜାମ ଜିଲାରେ ୨୮.୯୨ ଲକ୍ଷ୍ୟ ହିତାଧିକାରୀ ଉପକୃତ ହେବେ । ସେମାନଙ୍କୁ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ପରିବାରର ମହିଳା ସଦସ୍ୟା ମାନଙ୍କ ପାଇଁ ବାର୍ଷିକ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ
ମାଗଣା ଚିକିତ୍ସା ସୁବିଧା ମିଳିପାରିବ ବୋଲି ବିଧାୟକ ନାୟକ କହିଥିଲେ। ବୟୋ ବନ୍ଦନା ଯୋଜନା ଅନ୍ତର୍ଭୁକୁ ବରିଷ୍ଠ ନାଗରିକମାନଙ୍କୁ ( ୭୦ ବର୍ଷ କିମା ତା’ଠାରୁ ଅଧିକ ବୟସର ବ୍ୟକ୍ତି ଗଣ )  ୨୯,୦୦୦ ହସ୍ପିଟାଲରେ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିତ୍ସା ମିଳିବ ।  ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ଼ ମିଳିଥିଲା। କିନ୍ତୁ ନୂଆ ଯୋଜନାରେ ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଏଁ କାର୍ଡ଼ ମିଳିବ । ପୂର୍ବରୁ କେବଳ ୧୬ଟି ରାଜ୍ୟରେ ୯୦୦ଟି ତାଲିକାଭୁକ୍ତ ହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା ମିଳୁଥିବା ବେଳେ ବର୍ତ୍ତମାନ ମିଳିତ ଯୋଜନା ଅନ୍ତର୍ଭୁକ୍ତ ସମସ୍ତ ହିତାଧିକାରୀମାନଙ୍କୁ ସାରା ଦେଶରେ ୨୯,୦୦୦ ତାଲିକାଭୁକ୍ତ ଘରୋଇ ଏବଂ ସରକାରୀ ହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା ସେବା ମିଳିବ। ଓଡ଼ିଶା ସରକାରଙ୍କୁ ଭାରତ ସରକାରଙ୍କ ଠାରୁ ଏହି ଯୋଜନାରେ ନିର୍ଦ୍ଧିାରିତ ଅନୁଯାୟୀ କେନ୍ଦ୍ରୀୟ ଅନୁଦାନ ପ୍ରାପ୍ତି ହିତାଧିକାରୀମାନଙ୍କ ପାଇଁ ଇ-କେୱାଇସି ସହ କାର୍ଡ଼ ପ୍ରସ୍ତୁତି ଓ ବଣ୍ଟନ ପ୍ରକ୍ରିୟା ସମ୍ପୂର୍ଣ୍ଣ ଦେୟମୁକ୍ତ ହେବ ।
ଏହା ମାଧ୍ୟମରେ ଜନସାଧାରଣ ବିଶେଷତଃ ଆର୍ଥିକ ଦୁର୍ବଳ ଏବଂ ସମ୍ବେଦନଶୀଳ ବର୍ଗର ଲୋକମାନଙ୍କୁ ଉଭୟ ସରକାରୀ ଓ ତାଲିକାଭୁକ୍ତ ଘରୋଇ ହସ୍ପିଟାଲମାନଙ୍କରେ ଉଚ୍ଚମାନର ଦେୟମୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଛି।  ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅନ୍ତର୍ଭୁକ୍ତ ପ୍ରାୟ ୩.୫ କୋଟିରୁ
ପଛୁଆ ଆର୍ଥିକ ବର୍ଗ ଲୋକ ଏହି ଯୋଜନାର ସୁବିଧା ପାଇବାକୁ ଯୋଗ୍ୟ । ନିଜର ଚିହ୍ନଟ ନିମନ୍ତେ ହିତାଧିକାରୀ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏ.ବି.ପିଏମ.ଜେ.ଏ.ୱାଇ)ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା (ଜି.ଜେଏ.ୱାଇ) କାର୍ଡ / ଆଧାର କାର୍ଡ / ରାଶନ  କାର୍ଡ ନେଇ ହସ୍ପିଟାଲକୁ ଯିବା ଆବଶ୍ୟକ। ଜଣେ ବ୍ୟକ୍ତି ହେଲପ ଲାଇନ ନମ୍ବର-୧୪୫୫୫ ବା ଟୋଲ ଫ୍ରି ନମ୍ବର-୧୦୪ କୁ ଫୋନ କରି ଯୋଜନା ବାବଦରେ ଯେକୌଣସି ଅନୁସନ୍ଧାନ କରିପାରିବେ ବା ଅଭିଯୋଗ ରଖିପାରିବେ ବୋଲି ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri