Ayushman Bharat Scheme: ପ୍ରତି ପରିବାରକୁ ମିଳିବ ୫ଲକ୍ଷ, ମହିଳାଙ୍କୁ…ଜାଣନ୍ତୁ କିପରି କରିବେ ଆବେଦନ

ଭୁବନେଶ୍ୱର,୧୩।୧: ଆୟୁଷ୍ମାନ ଭାରତ ଯୋଜନା ପାଇଁ ସୋମବାର ଏମଓୟୁ ସ୍ବାକ୍ଷର ହୋଇଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି । ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ଏମଓୟୁ । ୧.୩ କୋଟି ପରିବାରକୁ ଆୟୁଷ୍ମାନ ଭାରତ କାର୍ଡ ମିଳିବ । ୱାନ ନେସନ ୱାନ ହେଲଥ କାର୍ଡ ଯୋଜନାର ପରିସରଭୁକ୍ତ । ଏହି ଯୋଜନା ୩୦ ହଜାର ହସ୍ପିଟାଲ ସହ ଅନୁବନ୍ଧିତ ରହିବ । ସାରା ଭାରତରେ ଏହି କାର୍ଡ କାଯର୍‌ୟକାରୀ ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।

ଆୟୁଷ୍ମାନ ଭାରତ ପ୍ରଧାନ ମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି ପିଏମ-ଜୟ) ହେଉଛି ସରକାରଙ୍କ ଫ୍ଲାଗସିପ ସ୍ବାସ୍ଥ୍ୟ ବୀମା ପଲିସି, ଯାହା ସେପ୍ଟେମ୍ବର ୨୦୧୮ ରେ ଆରମ୍ଭ କରାଯାଇଥିଲା । ଆର୍ଥିକ ଦୁର୍ବଳ ଥିବା ଲୋକଙ୍କୁ ଆର୍ଥିକ ନିରାପତ୍ତା ଏବଂ ଗୁଣାତ୍ମକ ସ୍ବାସ୍ଥ୍ୟସେବା ସେବା ଯୋଗାଇବା ଏହି ଯୋଜନାର ମୂଳ ଲକ୍ଷ୍ୟ । ନିଜ ଚିକିତ୍ସା ଖର୍ଚ୍ଚ ଉଠାଇବା ପାଇଁ ଗରିବ ଲୋକଙ୍କୁ ଯେପରି କୌଣସି ଅସୁବିଧା ନ ହେବ, ସେଥିପାଇଁ କେନ୍ଦ୍ର ସରକାର ଆୟୁଷ୍ମାନ ଯୋଜନା ଆରମ୍ଭ କରିଥିଲେ । ଯାହା ଅଧୀନରେ ପଞ୍ଜୀକୃତ ଲାଭାର୍ଥୀଙ୍କୁ ୫ ଲକ୍ଷ ପର୍ଯ୍ୟନ୍ତ ଆର୍ଥିକ ସହାୟତା ମିଳିଥାଏ ।

ଆୟୁଷ୍ମାନ ଭାରତ ସ୍କିମ ଅଧୀନରେ କାର୍ଡଧାରୀ ସରକାରୀ ହସ୍ପିଟାଲରେ ସହଜରେ ନିଜ ରୋଗର ଚିକିତ୍ସା କରେଇ ପାରିବେ । ଏହା ଜରିଆରେ ସେମାନଙ୍କୁ ଚିକିତ୍ସାରେ ଲାଗିବାକୁ ଥିବା ବୀମା ପଇସା ମିଳିପାରିବ ।

ତେବେ ଏହି ସ୍ବାସ୍ଥ୍ୟ କାର୍ଡ ପାଇଁ କିଏ ଯୋଗ୍ୟ?
୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକ, ସେମାନଙ୍କର ସାମାଜିକ-ଅର୍ଥନୈତିକ ସ୍ଥିତି ର୍ନିବିଶେଷରେ ଏହି ଯୋଜନାର ଲାଭ ପାଇବାକୁ ଯୋଗ୍ୟ ହେବେ । ଯୋଗ୍ୟ ବରିଷ୍ଠ ନାଗରିକମାନଙ୍କୁ ଆୟୁଷ୍ମାନ ଯୋଜନା ଅଧୀନରେ ଏକ ନୂଆ କାର୍ଡ ପ୍ରଦାନ କରାଯିବ, ଯାହା ମୋଦି କାର୍ଡ ଭାବରେ ଜଣାଶୁଣା । ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ ୭୦ ବର୍ଷରୁ ଅଧିକ ବୟସର ଯେକୌଣସି ବ୍ୟକ୍ତିଙ୍କର ଆଧାର ନମ୍ବର ଅଛି ସେମାନେ ଏହି ଯୋଜନାରେ ଆବେଦନ କରିପାରିବେ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏହା ଏକ ଆପ୍ଲିକେସନ ବେସଡ୍‌ ସ୍କିମ । ଯେଉଁଥିପାଇଁ ଲୋକଙ୍କୁ ପୋର୍ଟାଲରେ ରେଜିଷ୍ଟ୍ରେସନ କରିବାକୁ ପଡିବ । ଏହି ପୋର୍ଟାଲରେ ଫ୍ରେସ ବ୍ୟାରିଫିକେସନ ସୁବିଧା ଉପଲବ୍ଧ, ଯେଉଁଥିରେ ୭୦ ବର୍ଷରୁ ଅଧିକ ବୟସ୍କ ନାଗରିକଙ୍କ ପାଇଁ ଏକ ର୍ନିଦ୍ଦିଷ୍ଟ ଲିଙ୍କ ରହିବ ।

କିପରି ଆବେଦନ କରିବେ?
ଏଥିପାଇଁ ପ୍ରଥମେ ଆୟୁଷ୍ମାନ ଭାରତ PM-JAYର ଅଫିସିଆଲ ୱେବସାଇଟକୁ ଯାଆନ୍ତୁ । ଏହାପରେ ଆପଣଙ୍କର ଆଧାର କିମ୍ବା ରାଶନ କାର୍ଡ ଭେରିଫାଏ କରନ୍ତୁ । ପାରିବାରିକ ପରିଚୟ ପ୍ରମାଣ ପ୍ରଦାନ କରନ୍ତୁ । ଏହା ପରେ ଏକ ସ୍ବତନ୍ତ୍ର ଆୟୁଷ୍ମାନ ଯୋଜନା ID ସହିତ ଆପଣଙ୍କର ଇ-କାର୍ଡ ପ୍ରିଣ୍ଟ କରନ୍ତୁ ।

ଆୟୁଷ୍ମାନ ଯୋଜନା ଅଧୀନରେ କ’ଣ ଲାଭ ଅଛି?
ଏହି ଯୋଜନା ଅଧୀନରେ ପ୍ରତ୍ୟେକ ଯୋଗ୍ୟ ପରିବାରକୁ ବାର୍ଷିକ ୫ ଲକ୍ଷ ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ବୀମା ମିଳିପାରିବ । ପରିବାର ପିଛା ୫ ଲକ୍ଷ ମାଗଣା ସ୍ବାସ୍ଥ୍ୟ ବୀମା ସହ ପ୍ରାୟ ୪.୫ କୋଟି ପରିବାର ଏବଂ ୬ କୋଟି ବରିଷ୍ଠ ନାଗରିକ ଉପକୃତ ହେବେ । ଏହି ଯୋଜନାରେ ଚିକିତ୍ସାର ସମସ୍ତ ଖର୍ଚ୍ଚ ସାମିଲ ହେବାକୁ ଯାଉଛି । ଏହି ଯୋଜନା ଅଧୀନରେ ହସ୍ପିଟାଲରେ ଭର୍ତ୍ତି ହେବାର ୩ ଦିନ ପୂର୍ବରୁ ଏବଂ ୧୫ ଦିନ ପର୍ଯ୍ୟନ୍ତ ଉପଚାର ଓ ଔଷଧ ମାଗଣା ଉପଲବ୍ଧ ହୋଇଥାଏ । ଡାକ୍ତରୀ ପରୀକ୍ଷା, ଚିକିତ୍ସା ଏବଂ ପରାମର୍ଶ ସବୁ ମାଗଣା। କ୍ଲିନିକାଲ ଏବଂ ଲାବୋରେଟୋରୀ ଇନଭେସ୍ଟିଗେସନ ମଧ୍ୟ ମାଗଣା। ସେହିପରି ମେଡିକାଲରେ ରହିବା ଏବଂ ଖାଦ୍ୟ ଖର୍ଚ୍ଚ ମଧ୍ୟ ମାଗଣା। ମେଡ଼ିସିନ ଏବଂ ଚିକିତ୍ସା ଉପଯୋଗୀ ସାମଗ୍ରୀ ଆୟୁଷ୍ମାନ ଯୋଜନା ଅନ୍ତର୍ଗତ ଆସୁଥିବା ସମସ୍ତ ଯୋଗ୍ୟ ଲୋକଙ୍କୁ ଏହି ଯୋଜନାର ଲାଭ ମିଳିବ । ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ଗୁରୁତର ରୋଗୀଙ୍କୁ ସାମିଲ କରାଯାଇଛି । କୌଣସି ବି ସରକାରୀ ହସ୍ପିଟାଲରେ ଭର୍ତ୍ତି ସମୟରେ ଏହି ଯୋଜନା ପ୍ରଥମ ଦିନରୁ ହିଁ ଲାଗୁ ହୋଇଯାଇଥାଏ ଏବଂ ଆପଣଙ୍କୁ ମାଗଣାରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?