ଆୟୁଷ୍ମାନ ଭାରତ ଯୋଜନା ଆରମ୍ଭ: ୩ ମାସ ପର୍ଯ୍ୟନ୍ତ ଘରେ ଘରେ ବିନା ଖର୍ଚ୍ଚରେ ପହଞ୍ଚିବ କାର୍ଡ

ଦାରିଙ୍ଗବାଡି, ୧୧।୪ (ଅରୁଣ ସାହୁ): ରାଜ୍ୟ ସରକାରଙ୍କ ପକ୍ଷରୁ ଲୋକାର୍ପଣ ହେଲା ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା, ଯାହାକି ସ୍ବାସ୍ଥ୍ୟସେବାରେ ଲୋକଙ୍କୁ ଅନେକ ଫାଇଦା ମିଳିବ। ପ୍ରକାଶ ଯେ, କଟକ ବାଲିଯାତ୍ରାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ଏବଂ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଅପରାହ୍ନରେ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହାର ସିଧାସଳଖ ଭିଡିଓକୁ ଅଞ୍ଚଳବାସୀ ଦେଖିବା ଓ ଜାଣିବା ପାଇଁ ବ୍ୟବସ୍ଥା କରାଯାଇଥିଲା। ଏଥିପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଗୁଡିକରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଲୋକଙ୍କୁ ଏହି ଯୋଜନାରେ ସାମିଲ କରାଇବା ଓ ଏହି ଯୋଜନା ସମ୍ପର୍କରେ ସଚେତନ କରାଇବା ଉଦ୍ଦେଶ୍ୟରେ ଏହି ଉଦଘାଟନୀ ଉତ୍ସବ ରେ ଲୋକ ଯୋଗଦେଇଥିଲେ।

ବିଡ଼ିଓ ପ୍ରୀତିରଞ୍ଜନ ରଥ, ସହକାରୀ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ ରଥ,ଦାରିଙ୍ଗବାଡି ଗୋଷ୍ଠି ସୱାସ୍ଥ୍ୟକେନ୍ଦ୍ର ର ଇନଚାର୍ଜ ଡାକ୍ତର ଜାକେଶ ସମନ୍ତରାୟ ଙ୍କ ନେତୃତ୍ୱ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବାବେଳେ ବ୍ରାହ୍ମଣୀଗାଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପରିସର ମଧ୍ୟରେ ସେହି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ରହିଥିବା ହିତାଧିକାରୀ ଯୋଗଦେଇଥିବା ବେକେ ଗଦାପୁର ଏବଂ ତାଜୁଙ୍ଗିଆ ପଞ୍ଚାୟତ ସିକରମାହା ସ୍ବାସ୍ଥ୍ୟକେନ୍ଦ୍ରରେ ଏହାର ଉଦଘାଟନ ସମାରୋହ ବ୍ୟବସ୍ଥା କରାଯାଇଥିଲା ସେହିପରି ମାର୍ଦିପାଙ୍କା ସ୍ବାସ୍ଥ୍ୟକେନ୍ଦ୍ର ପାଇଁ ସରାମୁଳି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ସିମନବାଡି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ପାଇଁ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଏବଂ ବୁଡ଼ାଗୁଡା ସ୍ବାସ୍ଥ୍ୟକେନ୍ଦ୍ର ପାଇଁ ବୁଡ଼ାଗୁଡା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ହିତାଧିକାରୀଙ୍କ ମାନେ ଯୋଗ ଦେଇଥିବା ବିଡ଼ିଓ କହିଛନ୍ତି।

ସମସ୍ତ ୬ଟି ସ୍ଥାନ ମଧ୍ୟରୁ ସିମନବାଡିରେ ଜିଲା ପରିଷଦ ସଦସ୍ୟ ରଞ୍ଜନ ପ୍ରଧାନ, ସିମନବାଡି ସରପଞ୍ଚ ଅମିତା ପ୍ରଧାନ, ବାଡାବାଙ୍ଗା ସରପଞ୍ଚ ପ୍ରସନ୍ନ ପ୍ରଧାନଙ୍କ ସମେତ ବ୍ଲକ ପଞ୍ଚାୟତ ଉନ୍ନୟନ ଅଧିକାରୀ ସୁରେଶ ପଣ୍ଡା, ଡ଼ ଅବିନାଶ ମଲିକ, ବିପିଏମ ପିଣ୍ଟୁ ନାୟକ, ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଯେ, ପ୍ରତେକ ହିତାଧିକାରୀଙ୍କୁ ୫ ଲକ୍ଷ ଓ ମହିଳାଙ୍କ କ୍ଷେତ୍ରରେ ଅତିରିକ୍ତ ଆଉ ୫ ଲକ୍ଷ ପର୍ଯ୍ୟନ୍ତ ସ୍ବାସ୍ଥ୍ୟବୀମା ରାଶି ଦିଆଯିବ। ଯଦି ୭୦ବର୍ଷରୁ ଅଧିକା ଥିଲେ ସେମାନଙ୍କୁ ସ୍ବତନ୍ତ୍ର କାର୍ଡ ଦିଆଯିବ ଓ ୩ ମାସ ମଧ୍ୟରେ ଏହି ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସ୍ବାସ୍ଥ୍ୟ ବୀମା କାର୍ଡ ପହଞ୍ଚାଯିବ ବୋଲି କୁହାଯାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri