୫ ପଞ୍ଚାୟତରେ ଆରମ୍ଭ ହେଲା ଆୟୁଷ୍ମାନ ଭାରତ ଯୋଜନା

ପାଟଣା,୧୧।୪(ବୀର କିଶୋର ଦାଶ):ଓଡିଶାବାସୀଙ୍କ ବହୁପ୍ରତୀକ୍ଷିତ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ସଂଯୁକ୍ତ ଯୋଜନାର ସାସ୍ଥ୍ୟ କାର୍ଡ ଶୁଭାରମ୍ଭ ହୋଇଛି। ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ଓ ମୁଖ୍ୟମନ୍ତ୍ରୀ ମହୋନ ଚରଣ ମାଝୀ କଟକ ବାଲିଯାତ୍ରା ପଡିଆରୁ ଏହାର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ କେନ୍ଦୁଝର ଜିଲା ପାଟଣା ବ୍ଲକର ୫ଟି ପଞ୍ଚାୟତ କେନ୍ଦେଇ ପଶି, ଖିର଼େଇ ଟାଙ୍ଗିରୀ, ରାଜନଗର, ତୁରୁମୁଙ୍ଗା, ଡୁମୁରିଆରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଶୁଭାରମ୍ଭ କରାଯାଇ ପ୍ରଥମ ପର୍ଯ୍ୟାୟରେ ପ୍ରତି ପଞ୍ଚାୟତରେ ୨୦ ଜଣ ଲେଖାଏ ହିତାଧିକାରୀଙ୍କୁ ଏହି କାର୍ଡ ବଣ୍ଟନ କରାଯାଇଛି। ତୁରୁମୁଙ୍ଗା ଓ ରାଜନଗରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ସଚେତନତା ରଥକୁ ପତାକା ଦେଖାଇ ଶୁଭ ଉଦଘାଟନ କରିଥିଲେ। ଏହି ରଥ ବ୍ଲକର ବିଭିନ୍ନ ଅଞ୍ଚଳ ବୁଲି ସରକାରଙ୍କ ବହୁ ପ୍ରତୀକ୍ଷିତ ଯୋଜନା ସମ୍ପର୍କରରେ ସଚେତନତା କରାଇବ।

କେନ୍ଦେଇପଶିଠାରେ ପାଟଣା ବିଡ଼ିଓ ମାନସ କୁମାର ଦଣ୍ଡପାଟ ଯୋଗ ଦେଇ ଏହି ଯୋଜନାରେ ଜନସାଧାରଣ କିପରି ଉପକୃତ ହେବେ ସେ ନେଇ ଜନସାଧାରଣ ଙ୍କୁ ଅବଗତ କରାଇଥିଲେ। କେନ୍ଦେଇ ପଶି ରେ ପାଟଣା ବିଧାୟକ ଙ୍କ ପ୍ରତିନିଧି କମଳା କାନ୍ତ ଦାଶବୁଦ୍ଧି ଜିବି କୈଳାଶ ଚନ୍ଦ୍ର ବାରିକ ପ୍ରମୁଖ ଯୋଗ ଦେଇଥିବା ବେଳେ ଡୁମୁରିଆ ରେ ପାଟଣା ବ୍ଲକ ଅଧ୍ୟକ୍ଷା ବୀଣା ପାଣି ନାୟକ, ଏମପିଙ୍କ ପ୍ରତିନିଧି ପ୍ରହ୍ଲାଦ ପଲେଇ ଖିର଼େଇ ଟାଙ୍ଗିରୀହ୍‌ରେ ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ରାଧାକାନ୍ତ ମହାନ୍ତ ଯୋଗ ଦେଇଥିଲେ।ଏହି କାର୍ଡ ଦାରା ଦେଶର ୨୬ ହଜାର ମେଡିକାଲ ରୋଗୀ ସ୍ବାସ୍ଥ୍ୟ ସେବା ପାଇଁ ପାରିବେ ବୋଲି ବିଡ଼ିଓ କହିଥିଲେ।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri