କଟକ ବାଲିଯାତ୍ରା ପଡ଼ିଆରେ ହେବ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ

କଟକ, ୫।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହେବ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ. ପି. ନଡ୍ଡା ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆନୁଷ୍ଠାନିକ ଭାବେ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ଏଥିସହ ୨ ଉପମୁଖ୍ୟମନ୍ତ୍ରୀ, ୩ କେନ୍ଦ୍ର ମନ୍ତ୍ରୀ ମଧ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମ ପାଇଁ ଆରମ୍ଭ ହୋଇଛି ପ୍ରଶାସନିକ ପ୍ରସ୍ତୁତି। ଉପର ବାଲିଯାତ୍ରା ପଡ଼ିଆରେ ଶନିବାର ଏହି କାର୍ଯ୍ୟକ୍ରମର ପ୍ରସ୍ତୁତି ସମୀକ୍ଷା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଟ୍ରାଫିକ , ପାର୍କିଂ, ଜଳ ଯୋଗାଣ , ବିଦ୍ୟୁତ ସଂଯୋଗୀକରଣ ଦିଗ ଉପରେ ଆଲୋଚନା କରାଯାଇଛି। ରାଜ୍ୟର ସମସ୍ତ ୧୪୦୫ ପିଏଚ୍‌ସିରେ ଏହାର ସିଧା ପ୍ରସାରଣ କରାଯିବ। ଆସନ୍ତା ୧୧ ତାରିଖରେ ଏହି ଶୁଭାରମ୍ଭ କାର୍ଯ୍ୟକ୍ରମ ହେବା ପାଇଁ ସୂଚନା ରହିଥିଲା। କିନ୍ତୁ ସମୟ ଓ ତାରିଖ ସମ୍ପର୍କରେ ବିଧିବଦ୍ଧ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ ପରାମର୍ଶ କ୍ରମେ ଜୋର୍‌ ସୋରରେ ଚାଲିଛି ସଫେଇ ଅଭିଯାନ, ସାମିଲ ହେଲେ…

ଗଞ୍ଜାମ,୨୩।୬(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହୱାନ ଓ ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନଙ୍କ ପରାମର୍ଶ କ୍ରମେ ଜିଲାର ବିଭିନ୍ନ ସ୍ଥାନରେ ସଫେଇ ଅଭିଯାନ…

ବିଶ୍ୱକପ୍‌ରେ ମେସିଙ୍କ ରେକର୍ଡ, ନକ୍‌ଆଉଟ୍‌ରେ ପହଞ୍ଚିଲା ଆର୍ଜେଣ୍ଟିନା

ଆର୍ଲିଟନ,୨୩ା୬: ଲିଓନେଲ ମେସିଙ୍କ ରେକର୍ଡ ଡବଲ ଗୋଲ ବଳରେ ଖେଳାଯାଇଥିବା ଗ୍ରୁପ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୦ ଗୋଲରେ ଅଷ୍ଟ୍ରିଆକୁ ପରାସ୍ତ କରିଛି। ଏହି ବିଜୟ ସହ ଡିଫେଣ୍ଡିଂ…

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ଚନ୍ଦ୍ରିକା ମୃତ୍ୟୁ ମାମଲା: ୨ ଦିନିଆ ରିମାଣ୍ଡରେ ଗଲେ ବୟଫ୍ରେଣ୍ଡ ଭୀମସେନ

ବାରଙ୍ଗ,୨୩।୬: ବାରଙ୍ଗ ଥାନା ପୋଲିସ ମଙ୍ଗଳବାର ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଗିରଫ OAS ବୟଫ୍ରେଣ୍ଡ ଭୀମସେନ ଟୁଡୁଙ୍କୁ ୨ ଦିନିଆ ରିମାଣ୍ଡରେ ଆଣିଛି। ପୋଲିସ ଭୀମସେନଙ୍କୁ ୩…

ସାରକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ: କହୁ କହୁ କହିଦେଲେ ଗତ ବର୍ଷ କ’ଣ …

ଭୁବନେଶ୍ୱର, ୨୩।୬: ଚଳିତ ଖରିଫ ଋତୁରେ ରାଜ୍ୟରେ ସାର ଯୋଗାଣକୁ ନେଇ କୌଣସି ଅସୁବିଧା ହେବନାହିଁ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସ୍ପଷ୍ଟ କରିଛନ୍ତି।…

ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

ବେକ କାଟି ବାପାଙ୍କୁ ହତ୍ୟା କଲା ପୁଅ

ଟେନସା, ୨୩।୬ (ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାର ଟେନସା ଫାଣ୍ଡି ଅନ୍ତର୍ଗତ ବରସୁଆଁ ବସ୍ତିରେ  ମଙ୍ଗଳବାର ସକାଳେ ଘରୋଇ କଳହକୁ କେନ୍ଦ୍ରକରି ଏକ ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri