ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ ଆଉ ୯୧ଟି ସ୍ବତନ୍ତ୍ର କ୍ୟାନ୍‌ସର ଚିକିତ୍ସା ପ୍ୟାକେଜକୁ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବିପିଏମ୍‌ଜେଏୱାଇ)-ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା (ଜିଜେଏୱାଇ)ରେ ସାମିଲ କରିଛନ୍ତି। ଫଳରେ ଆୟୁଷ୍ମାନ୍‌ କାର୍ଡରେ ମୋଟ ଚିକିତ୍ସା ପ୍ୟାକେଜ ସଂଖ୍ୟା ୨୨୫୪ରେ ପହଞ୍ଚତ୍ଛି। ଏ ସମ୍ପର୍କରେ ସୂଚନା ଦେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କହିଛନ୍ତି, କ୍ୟାନ୍‌ସର ରୋଗୀମାନେ ଆଉ ଆର୍ଥିକ ଚାପରେ ଚିକିତ୍ସାରୁ ବଞ୍ଚତ୍ତ ହେବେ ନାହିଁ। ରାଜ୍ୟ ସରକାରଙ୍କ ଉଦ୍ୟମରେ ସେମାନଙ୍କୁ ଦେୟମୁକ୍ତ ସୁପର ସ୍ପେଶାଲିଟି ଚିକିତ୍ସା ଉପଲବ୍ଧ କରାଯିବ। ଏଥିପାଇଁ ୨୦୨୬-୨୭ ବଜେଟରେ ୩୧୧ କୋଟି ଟଙ୍କାର ପ୍ରାବଧାନ କରାଯାଇଥିବାବେଳେ ସଚେତନତା, ମୋବାଇଲ କ୍ୟାମ୍ପ, ଡିଜିଟାଲ ହବ୍‌-ଆଣ୍ଡ୍‌-ସ୍ପୋକ୍‌ ମଡେଲ ଓ ମାଗଣା ଯାତାୟାତ ସୁବିଧା ପାଇଁ ଏହି ଅର୍ଥ ବ୍ୟୟ କରାଯିବ। ଜାତୀୟ ସ୍ବାସ୍ଥ୍ୟ ପ୍ରାଧିକରଣ (ଏନ୍‌ଏଚ୍‌ଏ) ନୂତନ ୯୧ଟି କ୍ୟାନ୍‌ସର ପ୍ୟାକେଜକୁ ଅନୁମୋଦନ କରିବା ପରେ ରାଜ୍ୟର ସମସ୍ତ ତାଲିକାଭୁକ୍ତ ହସ୍ପିଟାଲରେ ଏହି ପ୍ୟାକେଜ ଅନୁଯାୟୀ ଦେୟମୁକ୍ତ ଚିକିତ୍ସା ସେବା ଆରମ୍ଭ ହୋଇଛି। ଇତିମଧ୍ୟରେ ଯାଜପୁରର ଆର୍ଯ୍ୟଭାନୁ ମହାନ୍ତି ଓ ଭଦ୍ରକର ଜ୍ୟୋତ୍ସ୍ନାରାଣୀ ମହାନ୍ତି ଏହି ଯୋଜନାରେ ସଫଳ ଅସ୍ତ୍ରୋପଚାର କରାଇ ସୁସ୍ଥତା ଆଡ଼କୁ ଅଗ୍ରସର ହୋଇଥିବାବେଳେ ସରକାରଙ୍କ ଏହି ପଦକ୍ଷେପକୁ ସେମାନେ ପ୍ରଶଂସା କରିଛନ୍ତି। ଏହି ଯୋଜନା ନ ଥିଲେ ଏତେ ବ୍ୟୟବହୁଳ ଚିକିତ୍ସା କରାଇବା ସେମାନଙ୍କ ପକ୍ଷରେ ସମ୍ଭବ ହୋଇ ନ ଥାନ୍ତା। ସରକାରଙ୍କ ଏହି ଜନହିତକର ପଦକ୍ଷେପ ସେମାନଙ୍କୁ ଏକ ନୂଆ ଜୀବନ ଦେଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ସୃଷ୍ଟି ହେଲା ଲଘୁଚାପ: ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୮: ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ହୋଇଛି। ଫଳରେ ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ…

କାହିଁକି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଜିଙ୍କ୍ୟ ରାହାଣେ, ଜଣାପଡିଲା ଅସଲ କାରଣ, ଏବେ ବାଛିଛନ୍ତି…

ନୂଆଦିଲ୍ଲୀ,୮।୮: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ବିଶ୍ୱର ବିଭିନ୍ନ ଲିଗରେ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହା ସହିତ,…

୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

କେସିଙ୍ଗା,୮ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ପୋଲିସ ଦ୍ୱାରା ଜଣେ ଚୋରା ବ୍ୟବସାୟୀଙ୍କ ସହ ୪୨ କେଜି ଚୋରା ଗଞ୍ଜେଇ ଧରାଯାଇଛି। କୌଣସି ସୂତ୍ରରୁ ଖବର…

ସ୍କୁଟିରେ ଗଞ୍ଜେଇ ଚାଲାଣ କରି ଜେଲ୍‌ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୮ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ କର୍ମଚାରୀ ଟିମ୍‌ ସ୍ଥାନୀୟ କୃଷି ବିଭାଗ କାର୍ଯ୍ୟାଳୟ ସମ୍ମୁଖ ୧୭ ନଂ ରାଜ୍ୟ ରାଜପଥରୁ ଏକ ସ୍କୁଟି…

୨୧୬ କିମି ବେଗରେ ମାଡ଼ି ଆସୁଛି ଭୟଙ୍କର ବାତ୍ୟା! ଜାରି ହେଲା ହାଇ ଆଲର୍ଟ, ଏଇଠି କରିବ ଲ୍ୟାଣ୍ଡଫଲ

ଟୋକିଓ, ୮।୮: ଜାପାନରେ ଗତ କିଛି ମାସ ଧରି ଲଗାତାର ଭୟଙ୍କର ଭୂକମ୍ପର ଝଟକା ଆତଙ୍କ ସୃଷ୍ଟି କରିଛି। ସମୁଦ୍ରରେ ଉଠୁଥିବା ଉଚ୍ଚ ଲହରୀ ଏବଂ ସୁନାମି…

ଅବସର ପରେ ମଧ୍ୟ, ବିରାଟ-ଧୋନିଙ୍କୁ ଟକ୍କର ଦେଉଛନ୍ତି ସଚିନ

ନୂଆଦିଲ୍ଲୀ,୮।୮: ସଚିନ ତେନ୍ଦୁଲକର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାର ଏକ ଦଶନ୍ଧିରୁ ଅଧିକ ସମୟ ବିତିଗଲାଣି; ସେ ନଭେମ୍ବର ୧୬, ୨୦୧୩ରେ ଖେଳକୁ ବିଦାୟ ଦେଇଥିଲେ। ବର୍ଷ…

ଜଣେ ଶିକ୍ଷକରେ ଚାଲୁଥିବା ସ୍କୁଲ୍‌ ପାଇଁ ଆସିଲା ବଡ଼ ନିର୍ଦ୍ଦେଶ: ଏଣିକି ହେବ…

ଭୁବନେଶ୍ୱର,୮।୮: ରାଜ୍ୟରେ ଜଣେ ମାତ୍ର ଶିକ୍ଷକରେ ଚାଲୁଥିବା ବିଦ୍ୟାଳୟଗୁଡ଼ିକରେ ଶିକ୍ଷକ ଅଭାବ ଦୂର କରିବାକୁ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏଭଳି ବିଦ୍ୟାଳୟଗୁଡ଼ିକୁ ଚିହ୍ନଟ କରି…

ସଡ଼କ ଦୁର୍ଘଟଣାରେ ଚାଲିଗଲା ବାପ-ପୁଅଙ୍କ ଜୀବନ, ଶେଷଯାତ୍ରାରେ ବିଧାୟକ ଯୋଗ ଦେଇ…

ସୋହେଲା,୮ା୮(ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସୋହେଲାର ରୋଶନ ଅଗ୍ରଓ୍ବାଲ (୪୮) ଏବଂ ତାଙ୍କ ପୁଅ ତରୁଣ(୧୨)ଙ୍କ ମୃତ୍ୟୁ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri