ଓଡ଼ିଶାରେ ୧୧ରୁ ‘ଆୟୁଷ୍ମାନ’

ଭୁବନେଶ୍ୱର, ୫।୪(ସୁନିତ୍‌ ମିଶ୍ର): ଆସନ୍ତା ୧୧ ତାରିଖରେ ଓଡ଼ିଶାରେ ଆୟୁଷ୍ମାନ୍‌-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା କାର୍ଯ୍ୟକାରୀ ହେବ। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଏହି ଯୋଜନାର ଶୁଭାରମ୍ଭ କରିବେ ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ମନମୋହନ ଗଣମାଧ୍ୟମକୁ ସୂଚନା ଦେଇ ଶୁକ୍ରବାର କହିଛନ୍ତି, ନଡ୍ଡା ୧୦ ତାରିଖ ବିଳମ୍ବିତ ରାତିରେ ଓଡ଼ିଶାରେ ପହଞ୍ଚିବେ।
ଭାରତ ଯୋଜନାର ଶୁଭାରମ୍ଭ କରିବେ। ସେ ସିପେଟ୍‌ ଏବଂ ଏମ୍‌ସ ଯିବା କାର୍ଯ୍ୟକ୍ରମ ରହିଛି। ସେହିଦିନ ବିଧାୟକମାନଙ୍କ ଟ୍ରେନିଂ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ୧୨ ତାରିଖରେ ସେ ଫେରିଯିବେ ବୋଲି ମନମୋହନ କହିଛନ୍ତି।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ସତ୍ୟଭମାପୁର କାର୍ଯ୍ୟକ୍ରମରେ ଯୋଗଦେଇ ୨ ସପ୍ତାହ ଭିତରେ ଆୟୁଷ୍ମାନ୍‌ ଭାରତ ଯୋଜନାର ଶୁଭାରମ୍ଭ ହେବ ବୋଲି ସେ କହିଥିଲେ। ରାଜ୍ୟର ୩ କୋଟି ୫୨ ଲକ୍ଷ ଲୋକ ସ୍ବାସ୍ଥ୍ୟବୀମାର ସୁଫଳ ପାଇବେ। ଏହି ଯୋଜନାରେ ରାଜ୍ୟ ଭିତରେ ଏବଂ ବାହାରେ ୨୯ ହଜାର ହସ୍ପିଟାଲରେ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ। ପୂର୍ବ ସରକାର ସମୟରେ ୯ ଶହ ହସ୍ପିଟାଲରେ ସ୍ବାସ୍ଥ୍ୟସେବା ମିଳୁଥିବା ବେଳେ ଆୟୁଷ୍ମାନ୍‌ ଯୋଜନାକୁ ରାଜନୈତିକ ଉଦ୍ଦେଶ୍ୟରେ ଲାଗୁ କରାଉ ନ ଥିଲେ। ଗତ ମାର୍ଚ୍ଚ ୨୧ରେ ରାଜ୍ୟରେ ଆୟୁଷ୍ମାନ୍‌ ଭାରତ ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଥିଲା। ଏନେଇ ଗୃହରେ ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ରାଜ୍ୟରେ ଆୟୁଷ୍ମାନ୍‌ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମିଳିତ ଭାବେ ଲାଗୁହେବ। ଏହି ଯୋଜନାରେ ମହିଳାଙ୍କୁ ବାର୍ଷିକ ୧୦ ଲକ୍ଷ ଏବଂ ପୁରୁଷଙ୍କୁ ୫ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା ସୁବିଧା ମିଳିବ। ଓଡ଼ିଶାର ଅଧିକ ୬ ଲକ୍ଷ ନୂଆ ହିତାଧିକାରୀ ଏଥିରେ ସାମିଲ ହେବା ଆଶା କରାଯାଉଛି। ଏହାସହ ୭୦ ବର୍ଷରୁ ଅଧିକ ବ୍ୟକ୍ତିଙ୍କ ପାଇଁ ଆୟୁଷ୍ମାନ୍‌ ବୟୋବନ୍ଦନ ଯୋଜନା ଲାଗୁ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ଯୁଦ୍ଧରୁ ବାହାରିବାକୁ ଛଟପଟ ହେଲାଣି ଆମେରିକା! ଜେଡି ଭାନ୍ସ ଏବଂ ନେତାନ୍ୟାହୁଙ୍କ ମଧ୍ୟରେ ବିବାଦ ଆରମ୍ଭ; ଟ୍ରମ୍ପଙ୍କୁ ଫସାଇଲା ଇସ୍ରାଏଲ

ଓ୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ସମ୍ପର୍କରେ ଫାଟ ସୃଷ୍ଟି ହେବାର ରିପୋର୍ଟ ସାମ୍ନାକୁ ଆସିବା ଆରମ୍ଭ ହୋଇଛି। ଏକ…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

ଟ୍ରମ୍ପ-ନେତାନ୍ୟାହୁଙ୍କ ବିରୋଧରେ ଯୁଦ୍ଧ ଘୋଷଣା କଲା ଆଉ ଏକ ଦଳ, ଥରିଲା ବିଶ୍ୱ!

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ୟେମେନର ଇରାନ-ସମର୍ଥିତ ହୁଥି ଗୋଷ୍ଠୀ; ଯାହା ଏପର୍ଯ୍ୟନ୍ତ ପ୍ରାୟତଃ ନୀରବ ରହିଥିଲା ସକ୍ରିୟ ଭାବରେ ସଂଘର୍ଷରେ ପ୍ରବେଶ କରିବାକୁ ପ୍ରସ୍ତୁତ…

ଯୁଦ୍ଧର ପ୍ରଭାବ: ବେଳକୁ ବେଳ ମହଙ୍ଗା ହେଉଛି ରାସ୍ତା କଡ଼ର ଖାଦ୍ୟ, ସାଧାରଣ ଜନତା ଚିନ୍ତାରେ

ନୂଆଦିଲ୍ଲଈ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁ, ରାଜଧାନୀ ଦିଲ୍ଲୀ ଏବଂ ଏନସିଆରର ବାସିନ୍ଦାମାନେ ଗ୍ୟାସ ସିଲିଣ୍ଡର କିଣିବା ପାଇଁ ସଂଘର୍ଷ କରୁଛନ୍ତି; ଲୋକମାନେ ଲମ୍ବା ଧାଡ଼ିରେ ଠିଆ…

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଭେଟିବା ପରେ…

ଭୁବନେଶ୍ୱର,୨୮ା୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନୂଆଦିଲ୍ଲୀରେ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସେ ଯୋଗଦେବେ ବୋଲି ଜଣେ…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri