ଜାତୀୟ ଯୁବ ବାସ୍କେଟବଲ ପ୍ରତିଯୋଗିତାରେ ଭଦ୍ରକରୁ ଆୟୁଷ୍ମାନ

ଉଦ୍ରକ,୯।୪(ସନାତନ ରାଉତ)- ପୁଡ଼ୁଚେରୀ ରାଜୀବଗାନ୍ଧି ଷ୍ଚାଡ଼ିୟମରେ ଆରମ୍ଭ ହେବାକୁ ଯାଉଥିବା ୩୮ତମ ଜାତୀୟ ଯୁବ (୧୬ ବର୍ଷରୁ କମ) ବାସ୍କେଟବଲ ପ୍ରତିଯୋଗିତା ୯ ଏପ୍ରିଲରୁ ଆରମ୍ଭ ହୋଇ ୧୫ ଏପ୍ରିଲରେ ଶେଷ ହେବ। ଏହି ପ୍ରତିଯୋଗିତା ନିମନ୍ତେ ଘୋଷଣା କରାଯାଇଥିବା ଓଡିଶାର ୧୨ ଜଣ ବାସ୍କେଟବଲ ଖେଳାଳୀ ଙ୍କ ମଧ୍ୟରେ ଭଦ୍ରକ ଜିଲାରୁ ଆୟୁଷ୍ମାନ ନାୟକ ସ୍ଥାନ ପାଇଛନ୍ତି। ଜିଲା ଆଥଲେଟିକ ସଂଘର ସମ୍ପାଦକ ଧୀରେନ ପଲାଇ, ବାସ୍କେଟବଲ କୋଚ ମନୋଜ କୁମାର ସାହୁ ଓ ସମସ୍ତ ବରିଷ୍ଠ ଖେଳାଳିମାନେ ତାଙ୍କୁ ଶୁଭେଚ୍ଛା ଜଣାଇବା ସହିତ ସେ କିପରି ଜାତୀୟ ସ୍ତରରେ ଭଲ ଖେଳ ପ୍ରଦର୍ଶନ ପାଇଁ ଶୁଭକାମନା ଜଣାଇଛନ୍ତି l ଆୟୁଷ୍ମାନ ମଧ୍ୟ ବିଦ୍ୟାଳୟ ସ୍ତରରେ, ଜାତୀୟ ସ୍ତରୀୟ ସ୍କୁଲ ବାସ୍କେଟବଲ ପ୍ରତିଯୋଗିତା ନିମନ୍ତେ ମନୋନୀତ ହୋଇଛନ୍ତି। ଆସନ୍ତା ୨୪ ଏପ୍ରିଲରୁ ହରିୟାଣାରେ ଆରମ୍ଭ ହେବ। ଆୟୁଷ୍ମାନଙ୍କ ଘର ଭଦ୍ରକ ଜିଲା ତିହିଡି ବ୍ଲକ ଅନ୍ତର୍ଗତ ପିରାହାଟ ସ୍ଥିତ ଛତ୍ରପୁର ଗ୍ରାମରେ। ତାଙ୍କ ବାପାଙ୍କ ନାମ ପ୍ରଶାନ୍ତ କୁମାର ନାୟକ ଓ ମାତାଙ୍କ ନାମ ବିଳାସିନି ନାୟକ, ଆୟୁଷ୍ମାନ ଅଧୁନା ଓଡିଏମ ବିଦ୍ୟାଳୟରେ ଅଧ୍ୟୟନ କରୁଛନ୍ତି। ଆୟୁଷ୍ମାନ ଭଦ୍ରକ ଶିଶୁମ଼ନ୍ଦିରରେ ଅଷ୍ଟମ ଶ୍ରେଣୀରେ ପଢ଼ୁଥିବାବେଳେ ତାଙ୍କର ବାସ୍କେଟ ଖେଳ କୋଚ କ୍ରୀଡା ଶିକ୍ଷକ ମନୋଜ କୁମାର ସାହୁଙ୍କ ତତ୍ତ୍ୱାବଧାନରେ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri