ପିତାଙ୍କ ଉପଦେଶ ମାନି ସଫଳତା ପାଇଛନ୍ତି ଆୟୁଷ୍ମାନ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ଆୟୁଷ୍ମାନ୍‌ ଖୁରାନା ନିକଟରେ ଏକ ସାକ୍ଷାତ୍‌କାରରେ ନିଜ ଫିଲ୍ମ କ୍ୟାରିୟରକୁ ନେଇ ବିସ୍ତୃତ ମତ ରଖିଥିଲେ। ପିତାଙ୍କ ପରାମର୍ଶ ମାନି ବଲିଉଡ୍‌ରେ ସଫଳତା ପାଇପାରିଥିବା ସେ ଏହି ଅବସରରେ କହିଛନ୍ତି। ସୁପରଷ୍ଟାର୍‌ ହେବା ପାଇଁ ପ୍ରଥମେ ଜଣେ ଅଭିନେତାଙ୍କୁ ସୁପର ସ୍କ୍ରିପ୍ଟ ବାଛିବାକୁ ପଡ଼ିବ ବୋଲି ପିତା ତାଙ୍କୁ ପରାମର୍ଶ ଦେଇଥିବା ଆୟୁଷ୍ମାନ୍‌ ଏହି ସାକ୍ଷାତ୍‌କାରରେ ପ୍ରକାଶ କରିଛନ୍ତି। ଭଲ ସ୍କ୍ରିପ୍ଟ ବାଛିଲେ ହିଁ ସମ୍ପୃକ୍ତ ଚଳଚ୍ଚିତ୍ରକୁ ଭାରତୀୟ ଦର୍ଶକ ବଡ଼ ପରଦାରେ ଦେଖିବାକୁ ଆଗ୍ରହ ପ୍ରକାଶ କରିବେ ବୋଲି ପିତାଙ୍କ ପରାମର୍ଶକୁ ସେ ସର୍ବଦା କାର୍ଯ୍ୟକାରୀ କରିଥିବା କହିଛନ୍ତି। ଏହି ପରାମର୍ଶକୁ ମାନି ସେ ସବୁବେଳେ ଭଲ ସ୍କ୍ରିପ୍ଟ ଥିବା ଫିଲ୍ମକୁ ବାଛି ଅଭିନୟ କରିଥିବା କହିିଛନ୍ତି। ଯେଉଁ ସ୍କ୍ରିପ୍ଟଗୁଡ଼ିକ ହୃଦୟସ୍ପର୍ଶୀ ହେବା ସହ ସତ୍ୟ ଘଟଣା ଉପରେ ଆଧାରିତ ହୋଇଥିବ ଏବଂ ଯଦ୍ଦ୍ବାରା ସମାଜରେ ସକାରାତ୍ମକ ପରିବର୍ତ୍ତନ ଆସିବାର ସମ୍ଭାବନା ଥିବ, ସେଭଳି ଚଳଚ୍ଚିତ୍ରକୁ ସେ ସାଇନ୍‌ କରୁଥିବା ଆୟୁଷ୍ମାନ କହିଛନ୍ତି। ପିତାଙ୍କ ଏହି ଉପଦେଶ ମାନି ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ସେ ସଫଳତା ପାଇପାରିଥିବା ଆୟୁଷ୍ମାନ୍‌ କହିଛନ୍ତି। ୨୦୧୨ରେ ରୋମାଣ୍ଟିକ କମେଡି ଚଳଚ୍ଚିତ୍ର ‘ଭିକି ଡୋନର’ରୁ ଫିଲ୍ମ କ୍ୟାରିୟର ଆରମ୍ଭ କରିଥିବା ଆୟୁଷ୍ମାନ ବହୁ ଚଳଚ୍ଚିତ୍ରରେ ଅଭିନୟ କରି ଦର୍ଶକଙ୍କ ପ୍ରଶଂସା ସାଉଁଟି ପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri