ପିତାଙ୍କ ଉପଦେଶ ମାନି ସଫଳତା ପାଇଛନ୍ତି ଆୟୁଷ୍ମାନ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ଆୟୁଷ୍ମାନ୍‌ ଖୁରାନା ନିକଟରେ ଏକ ସାକ୍ଷାତ୍‌କାରରେ ନିଜ ଫିଲ୍ମ କ୍ୟାରିୟରକୁ ନେଇ ବିସ୍ତୃତ ମତ ରଖିଥିଲେ। ପିତାଙ୍କ ପରାମର୍ଶ ମାନି ବଲିଉଡ୍‌ରେ ସଫଳତା ପାଇପାରିଥିବା ସେ ଏହି ଅବସରରେ କହିଛନ୍ତି। ସୁପରଷ୍ଟାର୍‌ ହେବା ପାଇଁ ପ୍ରଥମେ ଜଣେ ଅଭିନେତାଙ୍କୁ ସୁପର ସ୍କ୍ରିପ୍ଟ ବାଛିବାକୁ ପଡ଼ିବ ବୋଲି ପିତା ତାଙ୍କୁ ପରାମର୍ଶ ଦେଇଥିବା ଆୟୁଷ୍ମାନ୍‌ ଏହି ସାକ୍ଷାତ୍‌କାରରେ ପ୍ରକାଶ କରିଛନ୍ତି। ଭଲ ସ୍କ୍ରିପ୍ଟ ବାଛିଲେ ହିଁ ସମ୍ପୃକ୍ତ ଚଳଚ୍ଚିତ୍ରକୁ ଭାରତୀୟ ଦର୍ଶକ ବଡ଼ ପରଦାରେ ଦେଖିବାକୁ ଆଗ୍ରହ ପ୍ରକାଶ କରିବେ ବୋଲି ପିତାଙ୍କ ପରାମର୍ଶକୁ ସେ ସର୍ବଦା କାର୍ଯ୍ୟକାରୀ କରିଥିବା କହିଛନ୍ତି। ଏହି ପରାମର୍ଶକୁ ମାନି ସେ ସବୁବେଳେ ଭଲ ସ୍କ୍ରିପ୍ଟ ଥିବା ଫିଲ୍ମକୁ ବାଛି ଅଭିନୟ କରିଥିବା କହିିଛନ୍ତି। ଯେଉଁ ସ୍କ୍ରିପ୍ଟଗୁଡ଼ିକ ହୃଦୟସ୍ପର୍ଶୀ ହେବା ସହ ସତ୍ୟ ଘଟଣା ଉପରେ ଆଧାରିତ ହୋଇଥିବ ଏବଂ ଯଦ୍ଦ୍ବାରା ସମାଜରେ ସକାରାତ୍ମକ ପରିବର୍ତ୍ତନ ଆସିବାର ସମ୍ଭାବନା ଥିବ, ସେଭଳି ଚଳଚ୍ଚିତ୍ରକୁ ସେ ସାଇନ୍‌ କରୁଥିବା ଆୟୁଷ୍ମାନ କହିଛନ୍ତି। ପିତାଙ୍କ ଏହି ଉପଦେଶ ମାନି ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ସେ ସଫଳତା ପାଇପାରିଥିବା ଆୟୁଷ୍ମାନ୍‌ କହିଛନ୍ତି। ୨୦୧୨ରେ ରୋମାଣ୍ଟିକ କମେଡି ଚଳଚ୍ଚିତ୍ର ‘ଭିକି ଡୋନର’ରୁ ଫିଲ୍ମ କ୍ୟାରିୟର ଆରମ୍ଭ କରିଥିବା ଆୟୁଷ୍ମାନ ବହୁ ଚଳଚ୍ଚିତ୍ରରେ ଅଭିନୟ କରି ଦର୍ଶକଙ୍କ ପ୍ରଶଂସା ସାଉଁଟି ପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଇଁବାକୁ ପ୍ରସ୍ତୁତ ନୁହେଁ ଇରାନ, ଆମେରିକାକୁ ଦେଲା ଅଲ୍ଟିମେଟମ, ‘ଗ୍ୟାରେଣ୍ଟି ଦିଅ, ନଚେତ୍‌ ମୁଣ୍ଡ ବଦଳରେ ମୁଣ୍ଡ…’

ତେହରାନ୍‌,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି କହିଛନ୍ତି ଯେ ଇରାନ ଏକ ଚୁକ୍ତିରେ ପହଞ୍ଚିବାକୁ ଚାହୁଁଛି; କିନ୍ତୁ, ଇରାନ ପକ୍ଷରୁ ଏକ କଠୋର ବିବୃତ୍ତି ଆସିଛି।…

କଲମ୍ବିଆରେ ସେନା ବିମାନ ଦୁର୍ଘଟଣା; ୬୬ ଯବାନ ମୃତ, ଭିଡିଓ ଦେଖିଲେ….

କଲମ୍ବିଆ,୨୪।୩: କଲମ୍ବିଆରେ ଏକ ବଡ଼ ବାୟୁସେନା ବିମାନ ଦୁର୍ଘଟଣା ଘଟିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ୧୨୫ ଜଣ ସୈନିକଙ୍କୁ ନେଇ ଯାଉଥିବା ଏକ ବିମାନ ପୁଏର୍ଟୋ…

ଇରାନ-ଆମେରିକା ଯୁଦ୍ଧରେ ମଧ୍ୟସ୍ଥତା କରିବ ପାକିସ୍ତାନ! ଟ୍ରମ୍ପଙ୍କ ସହ କଥା ହେଲେ ମୁନିର

ଇସଲାମାବାଦ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ସମାଧାନ ପାଇଁ ପ୍ରୟାସ ତୀବ୍ର ହୋଇଛି। ଗୋଟିଏ କ୍ଷେତ୍ରରେ, ଆମେରିକା ଏବଂ ଇରାନ ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri