କଚ୍ଛପ ଗତିରେ ଚାଲିଛି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୯।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା): ସ୍ବାସ୍ଥ୍ୟସେବାରେ ସୁଧାର ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରୁଛନ୍ତି। ଉପସ୍ବାସ୍ଥ୍ୟକେନ୍ଦ୍ରରେ ପରିବର୍ତ୍ତନ ଆଣି ରୋଗୀଙ୍କ ପାଇଁ ଅଧିକା ସୁବିଧା କରାଯାଉଛି। ହେଲେ ସରକାର କରୁଥିବା ଯୋଜନା ସଠିକ ଭାବେ ତୃଣମୂଳ ସ୍ତରରେ କାର୍ଯ୍ୟକୁ ତଦାରଖରେ ଅହେତୁକ ଅବହେଳା କରାଯାଉଥିବା ଅଭିଯୋଗ ହେଉଛି। ଏଭଳି ଘଟଣା ଏବେ ସ୍ବାସ୍ଥ୍ୟ ବିଭାଗରେ ଦେଖାଯାଇଛି। ଲୋକଙ୍କ ସ୍ବାସ୍ଥ୍ୟସେବାରେ ସୁଧାର ଆଣିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର କୋଠା ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଅର୍ଥ ମଞ୍ଜୁର ହୋଇଛି। କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି। କିନ୍ତୁ ଉକ୍ତ କାର୍ଯ୍ୟର ଗତି କଚ୍ଛପ ଗତିରେ ଚାଲିଥିବାରୁ ଉକ୍ତ କାର୍ଯ୍ୟସବୁ କେବେ ସରିବ ତାହା ବିଭାଗର ଦାୟିତ୍ୱରେ ରହିଥିବା ଅଧିକାରୀମାନେ ମଧ୍ୟ ସ୍ପଷ୍ଟ କାଟିପାରୁନାହାନ୍ତି।
ପ୍ରକାଶ ଯେ, ବ୍ରାହ୍ମଣୀଗାଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ସମ୍ପ୍ରସାରଣ ପାଇଁ ଏକ କୋଠା ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିପାଇଁ ୯୭ ଲକ୍ଷ ଟଙ୍କା ଅନୁଦାନରେ କାର୍ଯ୍ୟ ଅଧପାନ୍ତରିଆ ହୋଇ ରହିଛି ସେହିପରି ସିମନବାଡି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପାଇଁ ୯୭ ଲକ୍ଷ, ସିକରମାହା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପାଇଁ ମଧ୍ୟ ୯୭ ଲକ୍ଷ ଅନୁଦାନ ରହିଛି। ସେହିପରି ଉକ୍ତ ବ୍ଲକର ଦୁର୍ଗମ କୁମ୍ଭାରିପଦର ପଞ୍ଚାୟତରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ନିର୍ମାଣ କାର୍ଯ୍ୟ ଚାଲିଛି। ତାର ଅବସ୍ଥା ମଧ୍ୟ ସମାନ ସେହି କଚ୍ଛପ ଗତିରେ କାର୍ଯ୍ୟଚାଲିଥିବାରୁ ତାହା କେବେ ସୁଦ୍ଧା କାମ ସରିବ। ତାହା ଜାତୀୟ ଗ୍ରାମୀଣ ହେଲଥ ମିଶନର ସହକାରୀ ଯନ୍ତ୍ରୀ ମନୋଜ ସିଂ ବାରିକ ସ୍ପଷ୍ଟ କରିପାରୁନାହାନ୍ତି। ପଚାରିବାରୁ ଆହୁରି ଏକ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟଶେଷର ସମୟ ରହିଥିବା ସେ କହିଛନ୍ତି। ଏଠି ପ୍ରଶ୍ନ ଉଠୁଛି, ବ୍ରାହ୍ମଣୀଗାଁ ଅଞ୍ଚଳର ଆଠଟି ପଞ୍ଚାୟତରେ ସ୍ବାସ୍ଥ୍ୟସେବା ବିଗି ମାଣ୍ଡିପଙ୍କା ଘଟଣାରୁ ଜଣାପଡିଛି। ସେଠାରେ ଘଟିଥିବା ଘଟଣା ପରେ ଜିଲା ପ୍ରଶାସନ ସ୍ବାସ୍ଥ୍ୟସେବାରେ ଉନ୍ନତି ଆଣିବା ପାଇଁ ଗଦାପୁର, ବ୍ରାହ୍ମଣୀଗାଁକୁ ୨ଟି ଡାକ୍ତର ପଠାଇଥିବାବେଳେ ଭିତ୍ତି ଭୂମିର ସୁଦୃଢ଼ ନ ଥିବାରୁ ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ୍‌ ପରେ ସାଧାରଣ ଜନତାଙ୍କ ପ୍ରତିକ୍ରିୟା, ଗରିବ-ମଧ୍ୟବିତ୍ତଙ୍କୁ ଅଣଦେଖା କହି…

କେସିଙ୍ଗା,୧ା୨(ତୁମେଶ୍ୱର ସାହୁ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଏହି ବଜେଟ୍‌ ଘୋଷଣା ପରେ କଳାହାଣ୍ଡି…

ବଜେଟକୁ ନେଇ ପ୍ରତିକ୍ରିୟା ଦେଲେ ଶିକ୍ଷାବିତ୍, ସବୁ ଦିଗକୁ ଖୁସି…

ଦେବଗଡ,୧ା୨(ଶଶାଙ୍କ ଶେଖର ଝାଙ୍କର): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି । ଏହାପରେ ଶିକ୍ଷାବିତଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପ୍ରତିକ୍ରିୟା ମଧ୍ୟ…

ବଜେଟକୁ ନେଇ ଭାଜପା ଉପରେ ବର୍ଷିଲେ ଅଖିଳେଶ, ଜନତାଙ୍କୁ ସ୍ବପ୍ନ ଦେଖାଇଲା…

ନୂଆଦିଲ୍ଲୀ,୧।୨: କେନ୍ଦ୍ର ସରକାର ୨୦୨୬ ବଜେଟ୍ ଉପସ୍ଥାପନ କରିବା ପରେ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଯାଇଛି । ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ବଜେଟ୍ ଏବଂ…

ରାସ୍ତାରେ ଆଣ୍ଠୁଏ ପାଣି: ଓଲଟା ଅଧିକାରୀଙ୍କୁ ଗାଳିଗୁଲଜ, ତଦନ୍ତ କଲେ…

କେସିଙ୍ଗା,୧।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କାଣ୍ଡେଲ ପଞ୍ଚାୟତ ୱାର୍ଡ ନଂ ୩ରେ ପାଇପ ଫାଟି ମୁଖ୍ୟ ଗଳି ରାସ୍ତାରେ ପାଣି ଜମିରହୁଛି। ଏ…

ଭଞ୍ଜନଗର ବିଧାୟକଙ୍କ ପିତୃ ବିୟୋଗ, ଅଞ୍ଚଳରେ ଖବର ପ୍ରଚାରିତ ପରେ…

ଭଞ୍ଜନଗର,୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ପିତା ଶ୍ୟାମସୁନ୍ଦର ନାୟକ ( ୯୬) ରବିବାର ଅପରାହ୍ନରେ ବିଧାୟକଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କୁ ସହପାଠୀଙ୍କ ଆକ୍ରମଣ, ମୁହଁକୁ ମାଡ଼ ମାରି ଆଖି ଫୁଟାଇଦେଲେ

ଲକ୍ଷ୍ନୌ,୧।୨: ଉତ୍ତର ପ୍ରଦେଶର ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ଜଣେ ପଞ୍ଚମ ଶ୍ରେଣୀ ଛାତ୍ରକୁ ତାଙ୍କ ଶ୍ରେଣୀର ଅନ୍ୟ ଏକ ଛାତ୍ର ଏବଂ…

Budget 2026: ଓଡ଼ିଶାରେ ଜାତୀୟ ଜଳମାର୍ଗ-୫ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି।…

ଶସ୍ତା ହୋଇଗଲା ସୁନା-ରୂପା, ବଜେଟ ପରେ ଏତେ ଖସିଗଲା ଦର ଖୁସିରେ ନାଚି ଉଠିବେ ଆପଣ!

ନୂଆଦିଲ୍ଲୀ,୧।୨: ବଜେଟ ଦିନ ଦେଶର ଧ୍ୟାନ ସଂସଦ ଉପରେ କେନ୍ଦ୍ରିତ ଥିବା ବେଳେ, ସାମଗ୍ରୀ ବଜାର ଅସ୍ଥିରତା ମଧ୍ୟରେ ଥିଲା। ଲଗାତାର ଦ୍ୱିତୀୟ ଦିନ ପାଇଁ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri