ଆୟୁଷ୍ମାନ ସ୍ବାସ୍ଥ୍ୟ କାର୍ଡ, ଇ-କେୱାଇସି ନାଁରେ ଟଙ୍କା ଆଦାୟ ଅଭିଯୋଗ: ଜିଲାପାଳଙ୍କଠାରେ ଫେରାଦ ହେଲେ ହିତାଧିକାରୀ

ଭବାନୀପାଟଣା,୨୦।୪( ଉତ୍ତମ କୁମାର ଦାଶ ): ରାଜ୍ୟରେ ନୂଆ ସରକାର ଆସିବାପରେ ‘ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା’, ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ ଏବଂ ‘ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା’ ଲାଗୁ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲାରେ ମଧ୍ୟ ଏହି ଯୋଜନା ଆରମ୍ଭ ହୋଇଯାଇଛି। ପ୍ରଥମ ପାଳିରେ ଆଶା ଦିଦିମାନେ ଘର ଘର ବୁଲି ହିତାଧିକାରୀଙ୍କୁ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ କରୁଛନ୍ତି। ଆୟୁଷ୍ମାନ କାର୍ଡ ସହ ବାୟୋମେଟ୍ରିକ ଯୋଡିବା କିମ୍ବା ଇ-କେୱାଇସି ପାଇଁ ଗ୍ରାମ ସ୍ତରୀୟ ଉଦ୍ୟୋଗୀ – ସାଧାରଣ ସେବା କେନ୍ଦ୍ର ( ସିଏସସି ) ସେଣ୍ଟର ଗୁଡିକୁ ଦାୟିତ୍ୱ ଦିଆଯାଇଛି। ଯାହାକି ରାଜ୍ୟ ଓ କେନ୍ଦ୍ର ସରକାର ଘୋଷଣା ମୁତାବକ ହିତାଧିକାରୀଙ୍କୁ ଏହି ବାବଦକୁ କୌଣସି ଅର୍ଥ ପୈଠ କରିବାକୁ ପଡିବ ନାହିଁ। ହେଲେ କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଭବାନୀପାଟଣାର କିଛି କମନ ସର୍ଭିସ ସେଣ୍ଟର ଗୁଡିକରେ ବାୟୋମେଟ୍ରିକ ବା ଇ-କେୱାଇସି ପାଇଁ ହିତାଧିକାରୀଙ୍କ ଠାରୁ ଅର୍ଥ ଆଦାୟ କରୁଥିବା ଅଭିଯୋଗ ହୋଇଛି। ତେବେ ଏହି ଇ-କେୱାଇସି ବା ଆଧାର ସଂଯୋଗ ପାଇଁ ୧୦୦ଟଙ୍କା ଲେଖାଏଁ ଦାବି କରାଯାଉଥିବା ଅଭିଯୋଗ ହୋଇଛି। ଏନେଇ ଭବାନୀପାଟଣାର ଶତାଧିକ ହିତାଧିକାରୀ କଳାହାଣ୍ଡି ଜିଲାପାଳଙ୍କୁ ଶନିବାର ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ମିଳିବ ବୋଲି ଅନଲାଇନ ବାବଦକୁ ୬୦୦ ଟଙ୍କା ଲେଖାଏଁ ନେଇଥିବା ମଧ୍ୟ ଏହି ଦାବିପତ୍ରରେ ଉଲ୍ଲେଖ କରାଯାଇଛି। ତେବେ ଉଭୟ ଯୋଜନାରେ ହିତାଧିକାରୀଙ୍କୁ ଯୋଡିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସମ୍ପୂର୍ଣ୍ଣ ମାଗଣା ଘୋଷିତ କରିଥିବା ବେଳେ ଲାଭଖୋର ମନୋବୃତ୍ତି ରଖିଥିବା କମନ ସର୍ଭିସ ସେଣ୍ଟର ଗୁଡିକରେ ଗରୀବ ଲୋକଙ୍କୁ ଶୋଷଣ କରୁଥିବା ଅଭିଯୋଗ ହୋଇଛି। ପୂର୍ବରୁ ଜିଲାପାଳଙ୍କ କାର୍ଯ୍ୟାଳୟରୁ ଏକ ଚିଠି ନଂ.୮୨ ତା-୧୫. ୦୪. ୨୦୨୫ ଦିନ ପ୍ରକାଶ ପାଇଛି ଯେଉଁଥିରେ କି ସିଧାସଳଖ କମନ ସର୍ଭିସ ସେଣ୍ଟର ଗୁଡିକୁ ଆୟୁଷ୍ମାନ ଯୋଜନାରେ କୌଣସି ପ୍ରକାରର ଅର୍ଥ ଆଦାୟ ନ କରିବା ଓ ହିତାଧିକାରୀଙ୍କଠୁ ଅନ୍ୟଥା ଟଙ୍କା ନ ନେବା ପାଇଁ ସିଧାସଳଖ ମନା କରାଯାଇଛି। ଯଦି ଏହାର ଅବମାନନା କରାଯାଏ ତାହେଲେ କମନ ସର୍ଭିସ ସେଣ୍ଟର ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଓ ଆକାଉଣ୍ଟ ରଦ୍ଦ କରାଯିବା ନେଇ କଡା ନିର୍ଦ୍ଦେଶ ରହିଛି। ହେଲେ ଏଠି ଜିଲାପାଳଙ୍କ କଡା ନିର୍ଦ୍ଦେଶକୁ ମଧ୍ୟ କମନ ସର୍ଭିସ ସେଣ୍ଟର ଗୁଡିକରେ ଖୁଲମଖୁଲା ଅବମାନନା କରୁଥିବା ଦେଖାଦେଇଛି। ତେବେ ଏହାର ପୁଙ୍ଖାନୁପୁଙ୍ଖ ଭାବେ ତଦନ୍ତ କରିବା ସହ ଏଭଳି କରୁଥିବା କମନ ସର୍ଭିସ ସେଣ୍ଟର ବିରୋଧରେ ଆଇନ ଅନୁସାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସେମାନେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

CJP ଆନ୍ଦୋଳନକୁ ନେଇ ମମତାଙ୍କ ବଡ଼ ଘୋଷଣା, ବିରୋଧୀ ହେଲେ କାବା!

ନୂଆଦିଲ୍ଲୀ,୨୧।୭: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (TMC) ପ୍ରମୁଖ ମମତା ବାନାର୍ଜୀ ଦଳର ବିଦ୍ରୋହୀ ନେତାମାନଙ୍କ ଉପରେ ଏପର୍ଯ୍ୟନ୍ତର ସବୁଠାରୁ କଡ଼ା ଆକ୍ରମଣ କରିଛନ୍ତି। ସେ ସ୍ପଷ୍ଟ ଶବ୍ଦରେ…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

ଭିଟାମାଟି ଛାଡ଼ିଲେ ନାହିଁ ଗ୍ରାମବାସୀ: ଅସ୍ତ୍ର ଶସ୍ତ୍ର ପୂଜାର୍ଚ୍ଚନା କରି ନେଲେ ଶପଥ, ପ୍ରଶାସନ ନାକେଦମ

ବଲାଙ୍ଗୀର, ୨୧।୭ ( ସୁନିଲ କୁମାର ମହାନ୍ତି): ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ସକାଳୁ ଜିଲା ପ୍ରଶାସନ ପକ୍ଷରୁ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ…

ଆନ୍ଦୋଳନ ଭିତରେ ବଡ଼ ଖବର: କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ମାନିନେଲେ ୨ ଦାବି…

ନୂଆଦିଲ୍ଲୀ,୨୧।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ପ୍ରଦର୍ଶନ ମଧ୍ୟରେ ମଙ୍ଗଳବାର ଦିନ ବହୁ ସଂଖ୍ୟାରେ ଭାରତ-ଆମେରିକା ମଧ୍ୟରେ ପ୍ରସ୍ତାବିତ ଟ୍ରେଡ୍ ଡିଲ୍ (ବ୍ୟବସାୟିକ ଚୁକ୍ତି)…

ବିଜୟଙ୍କ ଶେଷ ଚଳଚ୍ଚିତ୍ର ନୁହେଁ ‘ଜନ ନାୟକନ’! ମୁଖ୍ୟମନ୍ତ୍ରୀ ହେବା ପରେ ବି ଜାରି ରହିବ ଅଭିନୟ? ସସପେନ୍ସ ବଢାଇଲେ…

ମୁମ୍ବାଇ: ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ଅଭିନେତା ଥଲାପତି ବିଜୟଙ୍କ ଚଳଚ୍ଚିତ୍ର ‘ଜନ ନାୟକନ’ ଉପରେ ଦୀର୍ଘ ସମୟରୁ କଟକଣା ଲାଗି ରହିଥିଲା। ଏହି ଚଳଚ୍ଚିତ୍ରଟି ଏହି ବର୍ଷ…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…

ଭିସୁଟ୍‌ରେ ତେଜୁଛି ଛାତ୍ର ଆନ୍ଦୋଳନ: ହଷ୍ଟେଲ ସମସ୍ୟା-ନିମ୍ନମାନର ଖାଦ୍ୟକୁ ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ର ବ୍ୟାପକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ବିଶ୍ୱବିଦ୍ୟାଳୟ ଓ ଛାତ୍ରାବାସରେ ଦେଖାଦେଇଥିବା ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri