ଶୁଭାରମ୍ଭ ଅପେକ୍ଷାରେ ‘ଆୟୁଷ୍ମାନ ଯୋଜନା’: ଉପକୃତ ହେବେ ହଜାର ହଜାର ହିତାଧିକାରୀ

ଦାରିଙ୍ଗବାଡ଼ି,୧୦ା୪(ଅରୁଣ ସାହୁ): ଆଉ ମାତ୍ର ୨୪ ଘଣ୍ଟାର ଅପେକ୍ଷା। ରାଜ୍ୟ ସରକାରଙ୍କ ପକ୍ଷରୁ ଲୋକାର୍ପଣ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଯାହାକି ସ୍ବାସ୍ଥ୍ୟସେବାରେ ଲୋକମାନେ ଅନେକ ଉପକୃତ ହେବେ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଅପରାହ୍ନ ୨.୩୦ ମିନିଟ୍‌ରେ ଭିଡିଓ କନ୍‌ଫରେନି୍ସ ମାଧ୍ୟମରେ ଏହି ଯୋଜନାର ଶୁଭାରମ୍ଭ କରିବେ। ଏଥିପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଲୋକଙ୍କୁ ଏହି ଯୋଜନାରେ ସାମିଲ କରାଇବା ଓ ଏହି ଯୋଜନା ସମ୍ପର୍କରେ ସଚେତନ କରାଇବା ଉଦ୍ଦେଶ୍ୟରେ ଏହି ଉଦ୍‌ଘାଟନୀ ଉତ୍ସବରେ ଲୋକଙ୍କୁ ଡକାଯାଇଛି।
ବିଡିଓ ପ୍ରୀତିରଞ୍ଜନ ରଥ, ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନ୍‌ଚାର୍ଜ ଡାକ୍ତର ଜାକେଶ ସମନ୍ତରାୟଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ କରାଯାଉଥିବା ବେଳେ ବ୍ରାହ୍ମଣୀଗାଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ସେହି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ରହିଥିବା ହିତାଧିକାରୀମାନେ ଯୋଗ ଦେବାକୁ ରହିଛି। ଗଦାପୁର ଏବଂ ତାଜୁଙ୍ଗିଆ ପଞ୍ଚାୟତ ସିକରମାହାସ୍କବା କେନ୍ଦ୍ରରେ ଏହାର ଉଦ୍‌ଘାଟନ ସମାରୋହ ବ୍ୟବସ୍ଥା କରାଯାଇଛି। ସେହିପରି ମାର୍ଦିପାଙ୍କା ସ୍ବାସ୍ଥ୍ୟକେନ୍ଦ୍ର ପାଇଁ ସରାମୁଳି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପାଇଁ ସିମନବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଏବଂ ବୁଡ଼ାଗୁଡ଼ା ସ୍ବାସ୍ଥ୍ୟକେନ୍ଦ୍ର ପାଇଁ ବୁଡ଼ାଗୁଢସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ହିତାଧିକାରୀଙ୍କ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବିଡିଓ ରଥ ପ୍ରକାଶ କରିଛନ୍ତି। ଏହି ସମସ୍ତ ଉଦ୍‌ଘାଟନୀ ସ୍ଥଳରେ ୬ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ଉପସ୍ଥିତ ରହିବା ପାଇଁ ପ୍ରୟାସ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri