୨୩ରେ ଆୟୁଷ୍ମାନ ଯୋଜନା

ଭୁବନେଶ୍ୱର, ୧୪।୯(ସୁନିତ୍‌ ମିଶ୍ର): ଭାଜପା ପକ୍ଷରୁ ଚଳିତ ବର୍ଷ ମଧ୍ୟ ସେବାପକ୍ଷ ପାଳନ କରାଯିବ। ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ଚଳିତ ମାସ ୧୭ରୁ ଆରମ୍ଭହୋଇ ଅକ୍ଟୋବର ୨ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପର୍ଯ୍ୟନ୍ତ ଦେଶବ୍ୟାପୀ ପାଳନ କରାଯିବ। ଏହି ସମୟ ମଧ୍ୟରେ ଭାଜପା କାର୍ଯ୍ୟକର୍ତ୍ତାମାନେ ବିଭିନ୍ନ ସେବା କାର୍ଯ୍ୟକରି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରିବେ ବୋଲି ଦଳର ରାଜ୍ୟ ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ କହିଛନ୍ତି।
ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିରଞ୍ଚି କହିଛନ୍ତି, ୧୬ ଦିନ ପର୍ଯ୍ୟନ୍ତ ଚାଲିବାକୁ ଥିବା ସେବାପକ୍ଷରେ ବିଭନ୍ନ ସେବା କାର୍ଯ୍ୟ କରାଯିବ। ପ୍ରଥମ ଦିନ ଓ ଏହାର ପୂର୍ବଦିନ ଅର୍ଥାତ୍‌ ଆସନ୍ତା ୧୬ ଏବଂ ୧୭ରେ ସମାଜର ବିଭିନ୍ନ କ୍ଷେତ୍ରରେ ସଫଳତା ଅର୍ଜନ କରିଥିବା ବ୍ୟକ୍ତିତ୍ୱମାନଙ୍କୁ ନେଇ ପ୍ରଧାନମନ୍ତ୍ରୀଙ୍କ ଜୀବନୀ, ଉଦ୍ଦେଶ୍ୟ ଓ ଦେଶର ପ୍ରଗତିରେ ତାଙ୍କ ଯୋଗଦାନ ଉପରେ ଆଲୋଚନାଚକ୍ର କରାଯିବ। ୧୭ରେ ଜିଲାସ୍ତରରେ ମୋଦିଙ୍କ କର୍ତ୍ତୃତ୍ୱ ଏବଂ ନେତୃତ୍ୱକୁ ନେଇ ଭିଡିଓ ଓ ଫଟୋଚିତ୍ର ପ୍ରଦର୍ଶନ କରାଯିବ। ୧୮ରୁ ୨୦ ପର୍ଯ୍ୟନ୍ତ ଯୁବମୋର୍ଚ୍ଚା ତରଫରୁ ସମସ୍ତ ବିଧାନସଭା କ୍ଷେତ୍ରରେ ରକ୍ତଦାନ ଶିବିର ଆୟୋଜନ କରାଯିବ। ୧୭ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ କୃଷକ ମୋର୍ଚ୍ଚା ତରଫରୁ ସମସ୍ତ ଶକ୍ତିକେନ୍ଦ୍ର ସ୍ତରରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମକୁ ବ୍ୟାପକ କରାଯିବ। ଆସନ୍ତା ୧୮ରୁ ୨୪ ଏବଂ ଅକ୍ଟୋବର ୨ରେ ମଣ୍ଡଳସ୍ତରରେ ଦଳ ଓ ସ୍ବଚ୍ଛ ଭାରତ ପ୍ରକୋଷ୍ଠ ତରଫରୁ ସମସ୍ତ ମନ୍ଦିର, ଧାର୍ମିକ ସ୍ଥଳ, ଜଳାଶୟ, ପୁଷ୍କରିଣୀ ଏବଂ ପାର୍କ ଆଦି ସ୍ଥାନରେ ସଫେଇ କରାଯିବ। ଚଳିତ ମାସ ୨୦ରେ ଓବିସି ମୋର୍ଚ୍ଚା ଏବଂ ସଂଖ୍ୟାଲଘୁ ମୋର୍ଚ୍ଚା, ୨୧ରେ ଅନୁସୂଚିତ ଜାତି ଓ ଜନଜାତି ମୋର୍ଚ୍ଚା ପକ୍ଷରୁ ବ୍ଲକସ୍ତରରେ ବିଦ୍ୟାଳୟ, ଡାକ୍ତରଖାନା ପରିସରରେ ସ୍ବଚ୍ଛତା ଅଭିଯାନ ଆୟୋଜନ କରାଯିବ। ଏହାଛଡ଼ା ଆସନ୍ତା ୨୧ରେ ଆଇନ ପ୍ରକୋଷ୍ଠ, ଉଦ୍ୟୋଗ ପ୍ରକୋଷ୍ଠ, ବୃଦ୍ଧିଜୀବୀ, ଶିକ୍ଷକ ଓ ସ୍ବୟଂସହାୟକ ଗୋଷ୍ଠୀ ପକ୍ଷରୁ ଆର୍‌.ବାଲସୁବ୍ରମଣ୍ୟମଙ୍କ ଦ୍ୱାରା ଲିଖିତ ପୁସ୍ତକର ବିଷୟବସ୍ତୁ ଉପରେ ଆଲୋଚନା କରାଯିବ। ଚଳିତ ମାସ ୨୩ରେ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହେବ। ଏହି ଅବସରରେ ବିଧାନସଭା ସ୍ତରରେ ୬୦ ବର୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ପାଇଁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର ଆୟୋଜନ କରାଯିବ। ଏମ୍‌ପି, ବିଧାୟକ, ଅନ୍ୟ ନିର୍ବାଚିତ ପ୍ରତିନିଧିମାନଙ୍କ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ବିରଞ୍ଚି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?