ଲାଲ୍‌ ରଙ୍ଗର ସାଲଓ୍ବାର ସାଙ୍ଗକୁ ଲମ୍ବା କେଶ: ଭାଇରାଲ ହେଉଛି ଆୟୁଷ୍ମାନଙ୍କ ଯୁବତୀ ବେଶ…

ବମ୍ବେ: ଆଗାମୀ ଫିଲ୍ମ ‘ଡ଼୍ରିମଗର୍ଲ-୨’ ଲାଗି ଘୋଷଣା ପରେ ଶୁଟିଂ ଆରମ୍ଭ କରିଛନ୍ତି ଅଭିନେତା ଆୟୁଷ୍ମାନ ଖୁରାନା। ଯୁବତୀ ବେଶରେ ତାଙ୍କୁ ସ୍ପଟ୍‌ ମଧ୍ୟ କରାଯାଇଛି। ଏହାର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଫଟୋରେ ଲାଲ ରଙ୍ଗର ସାଲଓ୍ବାର କମିଜ୍‌ ପିନ୍ଧିଥିବା ନଜର ଆସିଛନ୍ତି ସେ। କେବଳ ଏତିକି ନୁହେଁ ତାଙ୍କ ଲମ୍ବା କେଶ ଲୁକ୍‌କୁ କମ୍ଳିମେଣ୍ଟ ଦେଉଛି। ଆୟୁଷ୍ମାନ ଫିଲ୍ମରେ ‘ପୂଜା’ ନାମକ ଚରିତ୍ରରେ ନଜର ଆସିବେ। ଏଣୁ ସେ ଶୁଟିଂ ଆରମ୍ଭ କରିଦେଇଥିବା ସ୍ପଷ୍ଟ ହୋଇଛି।

ତେବେ ଫିଲ୍ମରେ ଅଭିନେତାଙ୍କ ବ୍ୟତିତ ମନଜୋତ ସିଂହ, ଅନନ୍ୟା ପାଣ୍ଡେ, ପରେଶ ରାଓ୍ବଲ, ବିଜୟ ରାଜ, ଅନୁ କପୁରଙ୍କ ଭଳି କଳାକାର ନଜର ଆସିବେ। ଏହାଛଡ଼ା ତାଙ୍କ ନାୟିକା ଭୂମିକାରେ ଅନନ୍ୟା ପାଣ୍ଡେଙ୍କୁ ଦେଖିବାକୁ ମିଳିବ। ଏହାବ୍ୟତିତ ଆୟୁଷ୍ମାନଙ୍କ ଫିଲ୍ମ ‘ଡକ୍ଟର ଜି’ ଏବେ ରିଲିଜ ଅପେକ୍ଷାରେ। ନିକଟରେ ଏହାର ଟ୍ରେଲର ରିଲିଜ ହୋଇଥିଲା। ଚଳଚ୍ଚିତ୍ରରେ ଜଣେ ଗାଇନୋକୋଲୋଜିଷ୍ଟ ଭୂମିକାରେ ନଜର ଆସିବେ ସେ। ଏଥିରେ ତାଙ୍କ ନାୟିକା ସାଜିଛନ୍ତି ରକୁଲପ୍ରିତ। ଅକ୍ଟୋବର ୧୪ରେ ଏହା ସିନେମାଘରେ ରିଲିଜ ହେବ। ଦର୍ଶକ ଟ୍ରେଲରକୁ ପସନ୍ଦ କରିବା ପରେ ରିଲିଜ ପରେ ଏହା ଭଲ ବ୍ୟବସାୟ କରିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ଏଇ ଭାରତରେ

ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ।…

ସୈନିକଙ୍କୁ ଟେଷ୍ଟୋଷ୍ଟେରୋନ୍‌ ଚିକିତ୍ସା

ଦୀର୍ଘଦିନ ହେଲା ଚାଲିଆସିଛି ଆମେରିକା-ଇରାନ ଯୁଦ୍ଧ। ଏଥିପାଇଁ ବିଦେଶ ଭୂଇଁରେ ଥିବା ଆମେରିକୀୟ ସୈନ୍ୟମାନଙ୍କ ମଧ୍ୟରୁ ଅନେକଙ୍କଠାରେ ସୃଷ୍ଟି ହେଉଛି ମାନସିକ ଚାପ। ଏକଥା ଅନୁଭବ କରି…

ଛାତ୍ର ଆନ୍ଦୋଳନ ଓ ପୋଲିସ କାର୍ଯ୍ୟାନୁଷ୍ଠାନ

ସ୍ବାଧୀନତା ପରେ ବିଭିନ୍ନ ସ୍ଥାନୀୟ ଓ ଜାତୀୟ ସମସ୍ୟା ପାଇଁ ଛାତ୍ରମାନେ ଅଣ୍ଟା ଭିଡ଼ିଛନ୍ତି ଏବଂ ପୋଲିସ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି। ୧୯୬୩ ମସିହାରେ ତତ୍କାଳୀନ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?