Posted inଜାତୀୟ

ଦଣ୍ଡ, ଜରିମାନା ପରେ ମିଳିଲା ଜାମିନ: ଆଜମ କହିଲେ…

ଲକ୍ଷ୍ନୌ,୨୭।୧୦: ଉତ୍ତେଜନାମୂଳକ ଭାଷଣ ମାମଲାରେ ସମାଜବାଦୀ ନେତା ଆଜମ ଖାନ୍‌ଙ୍କୁ ରାମପୁର ଏମ୍‌ପି-ଏମ୍‌ଏଲ୍‌ଏ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ୨୦୧୯ ଲୋକ ସଭା ନିର୍ବାଚନରେ ଦିଆଯାଇଥିବା ଉତ୍ତେଜନାମୂଳକ ଭାଷଣ ପାଇଁ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ୩ବର୍ଷ ଜେଲ ଦଣ୍ଡାଦେଶ ସହ ୨୫ହଜାର ଟଙ୍କା ଜରିମାନା ଲଗାଇଛନ୍ତି। ତେବେ ଦଣ୍ଡାଦେଶ ଘୋଷଣା ହେବାର କିଛି ସମୟ ପରେ ଆଜମ ଖାନ୍‌ଙ୍କୁ ଜାମିନ ମିଳିଛି। କୋର୍ଟରୁ ବାହାରିବା ପରେ ଖାନଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ କହିଛନ୍ତି, ମୁଁ ଜାମିନରେ ବାହାରକୁ ଆସିଛି, ନ୍ୟାୟ ଉପରେ ବିଶ୍ୱାସ ରହିଛି। ମୁଁ ସାହସ ହାରି ନାହିଁ, ବର୍ତ୍ତମାନ ଅନେକ ଦ୍ୱାର ଖୋଲାଅଛି। ସଂଗ୍ରାମ ଜାରି ରହିବ। ବର୍ତ୍ତମାନ ଆଇନଗତ ରାସ୍ତା ଖୋଲାଅଛି। ମୁଁ ଉପର କୋର୍ଟରେ ଆବେଦନ କରିବି ବୋଲି ଆଜମ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲସ୍କର ଆତଙ୍କୀ ଶବିର ଲୋନ ଗିରଫ, ISIର ନିର୍ଦ୍ଦେଶରେ ରଚୁଥିଲା ଷଡଯନ୍ତ୍ର

ନୂଆଦିଲ୍ଲୀ,୩୦ା୩: ଜାତୀୟ ରାଜଧାନୀ ଦିଲ୍ଲୀରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଦିଲ୍ଲୀ ସୀମାରୁ ଲସ୍କର ଆତଙ୍କବାଦୀ ଶବିର ଅହମ୍ମଦଙ୍କୁ ଗିରଫ…

ମ୍ୟାଚ ମଧ୍ୟଭାଗରେ ଖୋଲିଲା ରିଙ୍କୁ ସିଂହ ଭାଗ୍ୟ, ପ୍ରଥମ IPL ମ୍ୟାଚରେ ଘଟିଲା…

ନୂଆଦିଲ୍ଲୀ,୩୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନର ପ୍ରଥମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ପରାଜୟ ବରଣ କରିଥିଲା। ଅଧିନାୟକ ଅଜିଙ୍କ୍ୟ ରାହାଣେ – ଯିଏ ତାଙ୍କ…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

ବିଧାୟକ ପଦରୁ ଇସ୍ତଫା ଦେଲେ ନବୀନ, ଏବେ କିଏ ହେବେ ବାଙ୍କିପୁରରୁ ପ୍ରାର୍ଥୀ ଉଠିଲାଣି ପ୍ରଶ୍ନ

ପାଟନା,୩୦।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାନସଭା ସଦସ୍ୟ (ଏମଏଲଏ) ପଦରୁ ଇସ୍ତଫା ଦେଇଛନ୍ତି। ସେ ବିହାର ଭାଜପା ୟୁନିଟର ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ବିବାହ ବିନା ହୋଇପାରିବେ ଦମ୍ପତି! ସମ୍ପର୍କ ସ୍ଥିର ଥିଲେ ଲିଭ-ଇନ ଦମ୍ପତିଙ୍କୁ ‘ବିବାହିତ’ ଭାବେ ଗ୍ରହଣ କରାଯିବ

ନୂଆଦିଲ୍ଲୀ,୩୦।୩: ଆଜିର ଦ୍ରୁତ ଗତିରେ ବିକଶିତ ହେଉଥିବା ସମାଜରେ, ସମ୍ପର୍କର ପରିଭାଷାରେ ଦ୍ରୁତ ପରିବର୍ତ୍ତନ ହେଉଛି। ଯେଉଁ ସମ୍ପର୍କଗୁଡ଼ିକ ପୂର୍ବରୁ ସାମାଜିକ ଗ୍ରହଣ ପାଇଁ ଚାହିଁ ରହୁଥିଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri